< ଦ୍ୱିତୀୟ ଶାମୁୟେଲ 6 >
1 ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।
Tena Daudi akakusanya watu 30,000 wa Israeli waliochaguliwa.
2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।
Yeye na watu wake wote wakatoka Baala ya Yuda kulipandisha Sanduku la Mungu kutoka huko, linaloitwa kwa Jina, naam, jina la Bwana Mwenye Nguvu Zote, ambaye anaketi katika kiti cha enzi kati ya makerubi walioko juu ya hilo Sanduku.
3 ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।
Wakaweka hilo Sanduku la Mungu juu ya gari jipya la kukokotwa na kulileta kutoka nyumba ya Abinadabu, iliyokuwa juu ya kilima. Uza na Ahio, wana wa Abinadabu, walikuwa wakiongoza hilo gari jipya la kukokotwa
4 ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।
likiwa na Sanduku la Mungu juu yake, naye Ahio alikuwa anatembea akiwa mbele yake.
5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
Daudi na nyumba yote ya Israeli walikuwa wanacheza mbele za Bwana kwa nguvu zao zote, kwa nyimbo, vinubi, zeze, matari, kayamba na matoazi.
6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।
Walipofika kwenye uwanja wa kupuria nafaka wa Nakoni, Uza akanyoosha mkono na kulishika Sanduku la Mungu kwa sababu maksai walijikwaa.
7 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
Hasira ya Bwana ikawaka dhidi ya Uza kwa sababu ya kitendo chake cha kukosa heshima, kwa hiyo Mungu akampiga akafia papo hapo kando ya Sanduku la Mungu.
8 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
Ndipo Daudi akakasirika kwa sababu ghadhabu ya Bwana ilifurika dhidi ya Uza, hivyo hadi leo mahali hapo panaitwa Peres-Uza.
9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”
Daudi akamwogopa Bwana siku ile, akasema, “Ni jinsi gani Sanduku la Bwana litakavyoweza kunijia?”
10 ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ,
Hakuwa radhi kulichukua Sanduku la Bwana kwake katika Mji wa Daudi. Badala yake akalipeleka kwenye nyumba ya Obed-Edomu, Mgiti.
11 ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
Sanduku la Bwana likabaki katika nyumba ya Obed-Edomu, Mgiti, kwa miezi mitatu, naye Bwana akambariki pamoja na nyumba yake yote.
12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
Kisha Mfalme Daudi akaambiwa, “Bwana ameibariki nyumba ya Obed-Edomu pamoja na kila alicho nacho, kwa sababu ya Sanduku la Mungu.” Basi Daudi akateremka na kulipandisha Sanduku la Mungu kutoka nyumba ya Obed-Edomu hadi Mji wa Daudi kwa shangwe.
13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।
Wale waliokuwa wamebeba Sanduku la Bwana walipokuwa wametembea hatua sita, Daudi alitoa dhabihu fahali na ndama aliyenoneshwa.
14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
Daudi, akiwa amevaa kisibau cha kitani, alicheza mbele za Bwana kwa nguvu zake zote,
15 ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।
wakati yeye na nyumba yote ya Israeli walipopandisha Sanduku la Bwana kwa shangwe na sauti za tarumbeta.
16 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
Ikawa Sanduku la Bwana lilipokuwa linaingia katika Mji wa Daudi, Mikali binti Sauli akachungulia dirishani. Naye alipomwona Mfalme Daudi akirukaruka na kucheza mbele za Bwana, akamdharau moyoni mwake.
17 ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Wakaleta Sanduku la Bwana na kuliweka mahali pake ndani ya hema ambalo Daudi alikuwa amelisimamisha kwa ajili yake, naye Daudi akatoa sadaka za kuteketezwa na sadaka za amani mbele za Bwana.
18 ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Baada ya kumaliza kutoa sadaka za kuteketezwa na sadaka za amani, Daudi akawabariki watu katika jina la Bwana Mwenye Nguvu Zote.
19 ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
Kisha akatoa mkate, andazi la tende na andazi la zabibu kavu kwa kila mtu katika mkutano wote wa Waisraeli, wanaume kwa wanawake. Nao watu wote wakaenda nyumbani kwao.
20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”
Daudi aliporudi ili kuwabariki watu wa nyumbani mwake, Mikali binti Sauli akatoka nje kumlaki, akamwambia, “Tazama jinsi mfalme wa Israeli alivyojibainisha mwenyewe leo kwa kuvua mavazi yake machoni pa vijakazi wa watumishi wake, kama vile ambavyo mtu asiye na adabu angelifanya!”
21 ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
Daudi akamwambia Mikali, “Nilifanya hivyo mbele za Bwana ambaye alinichagua mimi badala ya baba yako au mwingine yeyote kutoka nyumba yake wakati aliponiweka niwe mtawala juu ya Israeli, watu wa Bwana. Kwa hiyo nitacheza mbele za Bwana.
22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
Nitakuwa asiye na heshima zaidi kuliko sasa, nami nitajishusha machoni pangu mwenyewe. Lakini kwa hawa vijakazi uliosema habari zao nitaheshimiwa.”
23 ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।
Naye Mikali binti Sauli hakuwa na watoto mpaka siku ya kufa kwake.