< ଦ୍ୱିତୀୟ ଶାମୁୟେଲ 8 >

1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
此後,達味攻打培肋舍特人,將他們克服,由他們手中奪得了京城的治權。
2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
他也打敗了摩阿布人,叫他們躺在地上,用繩子來量,兩繩子內的人處死,一繩內的人生存;如此,摩阿布人遂臣服達味,給他納貢。
3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
當勒曷布的兒子,祚巴王哈達德則爾向幼發拉的河伸展自己的勢力時,達味也打敗了他,
4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
擄獲了他的馬兵一千七百,步兵兩萬,割斷了所有拉戰車的馬蹄筋,只留下了足以拉一百輛車的馬。
5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
後有大馬士革的阿蘭人,
6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
達味遂在大馬士革阿蘭屯兵駐守,阿蘭也臣服於達味,給他進貢。達味無論往那裏去,上主總是輔助他。
7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
達味奪了哈達德則爾臣僕所帶的金盾牌,送到耶路撒冷。
8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
達味王又由貝塔和貝洛泰,哈達德則爾的兩座城內,奪取了大量的銅。
9 ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
當哈瑪特王托烏,聽說達味打敗了哈達德則爾,
10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
便派自己的兒子哈多蘭到達味王那裏,向他致敬,祝賀他攻打了哈達德則爾,並將他打敗,因為哈達德則爾原是托烏的敵人。哈多蘭帶來了一些金器銀器和銅器。
11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
達味也把這一切金銀,和他從所征服的民族:
12 ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
即阿蘭、摩阿布、阿孟子民、培肋舍特人、阿瑪肋克和祚爾王勒曷布之子哈達德則爾的戰利品中所得,且已奉獻了的金銀,一同獻給了上主。
13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
達味戰勝阿蘭人歸來時,在鹽谷又擊殺了一萬八千厄東人,他的聲譽就更大了。
14 ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
他遂屯兵厄東,全厄東都臣服了達味;達味無論往那裏去,上主總是輔助他。
15 ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
達味統治了全以色列,對自己所有的人民秉公行義。
16 ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;
責魯雅的兒子約阿布統領軍隊,阿希路得的兒子約沙法特為後御史。
17 ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;
阿希突布的兒子匝多克及阿希默肋客的兒子厄貝雅塔爾作司祭,沙委沙作秘書,
18 ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।
約雅達的兒子貝納雅管理革勒提和培肋提人;達味的兒子也作司祭。

< ଦ୍ୱିତୀୟ ଶାମୁୟେଲ 8 >