< ଦ୍ୱିତୀୟ ଶାମୁୟେଲ 8 >
1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
DESPUÉS de esto aconteció, que David hirió á los Filisteos, y los humilló: y tomó David á Methegamma de mano de los Filisteos.
2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
Hirió también á los de Moab, y midiólos con cordel, haciéndolos echar por tierra; y midió con dos cordeles para muerte, y un cordel entero para vida; y fueron los Moabitas siervos debajo de tributo.
3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
Asimismo hirió David á Hadad-ezer hijo de Rehob, rey de Soba, yendo él á extender su término hasta el río de Eufrates.
4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
Y tomó David de ellos mil y setecientos de á caballo, y veinte mil hombres de á pie; y desjarretó David los caballos de todos los carros, excepto cien carros de ellos que dejó.
5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
Y vinieron los Siros de Damasco á dar ayuda á Hadad-ezer rey de Soba; y David hirió de los Siros veinte y dos mil hombres.
6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
Puso luego David guarnición en Siria la de Damasco, y fueron los Siros siervos de David sujetos á tributo. Y Jehová guardó á David donde quiera que fué.
7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
Y tomó David los escudos de oro que traían los siervos de Hadad-ezer, y llevólos á Jerusalem.
8 ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
Asimismo de Beta y de Beeroth, ciudades de Hadad-ezer, tomó el rey David gran copia de metal.
9 ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
Entonces oyendo Toi, rey de Hamath, que David había herido todo el ejército de Hadad-ezer,
10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
Envió Toi á Joram su hijo al rey David, á saludarle pacíficamente y á bendecirle, porque había peleado con Hadad-ezer y lo había vencido: porque Toi era enemigo de Hadad-ezer. Y [Joram] llevaba en su mano vasos de plata, y vasos de oro, y de metal;
11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
Los cuales el rey David dedicó á Jehová, con la plata y el oro que tenía dedicado de todas las naciones que había sometido:
12 ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
De los Siros, de los Moabitas, de los Ammonitas, de los Filisteos, de los Amalecitas, y del despojo de Hadad-ezer hijo de Rehob, rey de Soba.
13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
Y ganó David fama cuando, volviendo de la rota de los Siros, [hirió] diez y ocho mil hombres en el valle de la sal.
14 ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
Y puso guarnición en Edom, por toda Edom puso guarnición; y todos los Idumeos fueron siervos de David. Y Jehová guardó á David por donde quiera que fué.
15 ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
Y reinó David sobre todo Israel; y hacía David derecho y justicia á todo su pueblo.
16 ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
Y Joab hijo de Sarvia [era general] de su ejército; y Josaphat hijo de Ahilud, canciller;
17 ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
Y Sadoc hijo de Ahitud, y Ahimelech hijo de Abiathar, eran sacerdotes; y Seraía era escriba;
18 ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।
Y Benahía hijo de Joiada, era sobre los Ceretheos y Peletheos; y los hijos de David eran los príncipes.