< ଦ୍ୱିତୀୟ ଶାମୁୟେଲ 9 >
1 ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”
大衛問說:「掃羅家還有剩下的人沒有?我要因約拿單的緣故向他施恩。」
2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”
掃羅家有一個僕人,名叫洗巴,有人叫他來見大衛,王問他說:「你是洗巴嗎?」回答說:「僕人是。」
3 ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”
王說:「掃羅家還有人沒有?我要照上帝的慈愛恩待他。」洗巴對王說:「還有約拿單的一個兒子,是瘸腿的。」
4 ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”
王說:「他在哪裏?」洗巴對王說:「他在羅‧底巴,亞米利的兒子瑪吉家裏。」
5 ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।
於是大衛王打發人去,從羅‧底巴亞米利的兒子瑪吉家裏召了他來。
6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”
掃羅的孫子、約拿單的兒子米非波設來見大衛,伏地叩拜。大衛說:「米非波設!」米非波設說:「僕人在此。」
7 ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”
大衛說:「你不要懼怕,我必因你父親約拿單的緣故施恩與你,將你祖父掃羅的一切田地都歸還你;你也可以常與我同席吃飯。」
8 ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”
米非波設又叩拜,說:「僕人算甚麼,不過如死狗一般,竟蒙王這樣眷顧!」
9 ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।
王召了掃羅的僕人洗巴來,對他說:「我已將屬掃羅和他的一切家產都賜給你主人的兒子了。
10 ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।
你和你的眾子、僕人要為你主人的兒子米非波設耕種田地,把所產的拿來供他食用;他卻要常與我同席吃飯。」洗巴有十五個兒子,二十個僕人。
11 ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”
洗巴對王說:「凡我主我王吩咐僕人的,僕人都必遵行。」王又說:「米非波設必與我同席吃飯,如王的兒子一樣。」
12 ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ।
米非波設有一個小兒子,名叫米迦。凡住在洗巴家裏的人都作了米非波設的僕人。
13 ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।
於是米非波設住在耶路撒冷,常與王同席吃飯。他兩腿都是瘸的。