< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1 >
1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;
Paulus og Silvanus og Timotheus til Thessalonikernes Menighed i Gud vor Fader og den Herre Jesus Kristus:
2 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Nåde være med eder og Fred fra Gud vor Fader og den Herre Jesus Kristus!
3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Vi ere skyldige altid at takke Gud for eder, Brødre! som tilbørligt er, fordi eders Tro vokser overmåde, og den indbyrdes Kærlighed forøges hos hver enkelt af eder alle,
4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
så at vi selv rose os af eder i Guds Menigheder for eders Udholdenhed og Tro under alle eders Forfølgelser og de Trængsler, som I udstå,
5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
et Bevis på Guds retfærdige Dom, for at I kunne agtes værdige til Guds Rige, for hvilket I også lide;
6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
hvis ellers det er retfærdigt for Gud at give dem Trængsel til Gengæld, som trænge eder,
7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
og eder, som trænges, Hvile med os ved den Herres Jesu Åbenbarelse fra Himmelen med sin Krafts Engle,
8 ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
med Lueild, når han tager Hævn over dem, som ikke kende Gud, og over dem, som ikke lyde vor Herres Jesu Evangelium,
9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
de, som jo skulle lide Straf, evig Undergang bort fra Herrens Ansigt og fra hans Vældes Herlighed. (aiōnios )
10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ। (aiōnios )
når han kommer for på hin Dag at herliggøres i sine hellige og beundres i alle dem, som have troet; thi troet blev vort Vidnesbyrd til eder.
11 ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
Derfor bede vi også altid for eder, at vor Gud vil agte eder Kaldelsen værdige og med Kraft fuldkomme al Lyst til det gode og Troens Gerning,
12 ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
for at vor Herres Jesu Navn må herliggøres i eder, og I i ham. efter vor Guds og den Herres Jesu Kristi Nåde.