< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2 >

1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
Prosimo pa vas, bratje, za prihod Gospoda našega Jezusa Kristusa in shod naš z njim,
2 ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍‍ବିଗ୍ନ ନ ହୁଅ;
Da se ne daste hitro oplašiti umu, in se ne ustrašite, ne po duhu ne po besedi, ne po pismu, kakor da je od nas, da je blizu dan Kristusov.
3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।
Naj vas nihče ne preslepi nikakor; ker če ne pride prej odpad, in se razodene človek greha, pogube sin,
4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।
Kateri se upira in spenja zoper vse, kar se kliče Bog ali čestitost, tako da se samega posadi v svetišče Božje kakor Boga in se kaže da je Bog.
5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?
Ali se ne spominjate, da sem, bivajoč še pri vas, rekel vam to?
6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
In sedaj, kaj zadržuje, veste, da se ne razodene o svojem času.
7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
Kajti že deluje skrivnost krivice, samo da se on, ki zadržuje, odpravi skoraj;
8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।
In tedaj se bode razodel krivični, katerega bode Gospod uničil z dihom svojih ust in pokončal s prikaznijo svojega prihoda:
9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Katerega prihod je po kreposti satanovi v vsej moči in znamenjih in čudežih laži,
10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।
In v sleherni prevari krivice v pogubljenih, za to ker niso sprejeli ljubezni resnice, da bi se rešili;
11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
In zato jim bode Bog poslal krepost zmotnjave, da verujejo láži:
12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।
Da bodejo sojeni vsi, kateri niso verovali resnici, nego jim je ugajala krivica.
13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ବରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ବର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Mi pa smo dolžni zahvaljevati se Bogu vedno za vas, bratje ljubljeni od Gospoda, ker vas je Bog izvolil od začetka v blaginjo v posvečevanji Duha in veri resnice,
14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
Za kar vas je poklical po evangelji našem, v zadobljenje slave Gospoda našega Jezusa Kristusa.
15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।
Zatorej stójte trdno, bratje, in hranite izročila, katerih ste se učili, bodi si po besedi, bodi si po listu našem.
16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, (aiōnios g166)
Sam pa Gospod naš Jezus Kristus in Bog in oče naš, ki nas je ljubil in dal nam večno tolažbo in dobro upanje v milosti, (aiōnios g166)
17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
Potolaži naj srca vaša in potrdi vas v sleherni dobri besedi in delu.

< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2 >