< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3 >

1 ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
V ostalem, molite, bratje, za nas, da se širi beseda Gospodova in slaví, kakor tudi pri vas,
2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।
In da se rešimo nespametnih in hudobnih ljudî; kajti vera ni vseh.
3 କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
Zvest pa je Gospod, kateri vas bode utrdil in branil zlega,
4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।
Zaupamo pa v Gospodu vam, da kar vam naročamo, tudi delate in bodete delali.
5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।
Gospod pa naj vodi srca vaša v ljubezen Božjo, in v stanovitnost Kristusovo.
6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
Naročamo pa vam, bratje, v imenu Gospoda našega Jezusa Kristusa, da se ogibljete vsakega brata, kateri živi neredno in ne po sporočilu, katero je prejel od nas.
7 କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
Kajti sami veste, kako je nas posnemati treba;
8 କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
Ker nismo bili neredni med vami, in ne zastonj kruha jedli od koga, nego s trudom in težavo smo delali noč in dan, da bi ne nadlegovali koga izmed vas;
9 ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।
Ne da bi ne imeli oblasti, nego da se vam damo v zgled, da nas posnemate.
10 କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
Saj smo tudi, ko smo bili pri vas, to naročali vam, da če kdo noče delati, naj tudi ne jé.
11 ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।
Čujemo namreč, da nekateri med vami neredno živé, in ne delajo nič, nego pečajo se z nepotrebnim.
12 ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
Takim pa naročamo in jih opominjamo po Gospodu našem Jezusu Kristusu, da naj v miru delajoč svoj kruh jedó.
13 କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।
Vi pa, bratje, ne opešajte v dobrem dejanji.
14 ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
Če pa kdo ne sluša besede naše po listu, njega zaznamovajte, in ne pečajte se z njim, da ga bode sram;
15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
In ne imejte ga za sovražnika, nego svarite kakor brata.
16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
On pa, Gospod mirú, daj vam mir vedno, vsakoršen. Gospod z vami vsemi!
17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।
Pozdrav z mojo roko Pavlovo, kar je znamenje v vsakem listu; tako pišem.
18 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
Milost Gospoda našega Jezusa Kristusa z vsemi vami! Amen. Tesaloničanom list drugi pisan iz Atén.

< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3 >