< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1 >

1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;
Drazí bratři v Tesalonice, opět se hlásíme s přáním milosti a pokoje od Boha Otce i Pána Ježíše Krista.
2 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
Nemůžeme jinak, než za vás Bohu stále děkovat. Je to namístě, když navzdory všemu pronásledování vaše víra i láska dělá tak úžasné pokroky,
4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
že vás můžeme v ostatních církvích dávat za příklad.
5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
V tom se projevuje spravedlivý Boží soud: těm, kteří vás nyní trápí, odplatí trápením, zatímco vás, kteří nyní trpíte, vysvobodí spolu s námi. To bude tehdy, až Ježíš, náš Pán, v ohnivém plameni sestoupí se svými anděly z nebe, aby potrestal ty, kdo Boha nectí a odmítají jeho poselství o Ježíši, našem Pánu.
6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
8 ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
9 ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
Za trest budou navždy vzdáleni od Pána a jeho moci a slávy. (aiōnios g166)
10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ। (aiōnios g166)
V ten den Kristus přijde sklidit chválu a vděčnost za všechno, co pro své vyvolené učinil. I vy patříte mezi ně, protože jste uvěřili našemu svědectví.
11 ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
Neúnavně se za vás modlíme, aby vás Bůh proměňoval a pomáhal vám dosáhnout cíl, k němuž vás povolal. Prosíme ho, aby svou mocí podepřel všechna vaše dobrá předsevzetí v životě víry.
12 ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
Tak mu každý bude moci vzdát čest a chválu za výsledky jeho díla ve vás; vaší slávou pak bude, že patříte jemu. To vše vám umožnila jeho milost a moc.

< ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1 >