< ୨ ତୀମଥି 3 >
1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
Hoc autem scito, quod in novissimis diebus instabunt tempora periculosa:
2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
erunt homines seipsos amantes, cupidi, elati, superbi, blasphemi, parentibus non obedientes, ingrati, scelesti,
3 ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
sine affectione, sine pace, criminatores, incontinentes, immites, sine benignitate,
4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;
proditores, protervi, tumidi, et voluptatum amatores magis quam Dei:
5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
habentes speciem quidem pietatis, virtutem autem eius abnegantes. Et hos devita:
6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
ex his enim sunt, qui penetrant domos, et captivas ducunt mulierculas oneratas peccatis, quæ ducuntur variis desideriis:
7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।
semper discentes, et numquam ad scientiam veritatis pervenientes.
8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
Quemadmodum autem Iannes, et Mambres restiterunt Moysi: ita et hi resistunt veritati, homines corrupti mente, reprobi circa fidem,
9 କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
sed ultra non proficient: insipientia enim eorum manifesta erit omnibus, sicut et illorum fuit.
10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
Tu autem assecutus es meam doctrinam, institutionem, propositum, fidem, longanimitatem, dilectionem, patientiam,
11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
persecutiones, passiones: qualia mihi facta sunt Antiochiæ, Iconii, et Lystris: quales persecutiones sustinui, et ex omnibus eripuit me Dominus.
12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
Et omnes, qui pie volunt vivere in Christo Iesu, persecutionem patientur.
13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
Mali autem homines, et seductores proficient in peius, errantes, et in errorem mittentes.
14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
Tu vero permane in iis, quæ didicisti, et credita sunt tibi: sciens a quo didiceris.
15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
et quia ab infantia sacras litteras nosti, quæ te possunt instruere ad salutem, per fidem, quæ est in Christo Iesu.
16 ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Omnis scriptura divinitus inspirata utilis est ad docendum, ad arguendum, ad corripiendum, et erudiendum in iustitia:
17 ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ut perfectus sit homo Dei, ad omne opus bonum instructus.