< ୨ ତୀମଥି 4 >
1 ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Mi ordonas al vi antaŭ Dio, kaj antaŭ Kristo Jesuo, kiu juĝos la vivantojn kaj la mortintojn, kaj pro lia apero kaj lia regno;
2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
prediku la vorton; insistu ĝustatempe, malĝustatempe; konvinku, admonu, konsilu, en ĉia pacienco kaj instruado.
3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Ĉar venos tempo, kiam oni ne toleros la sanan instruon; sed havante jukantajn orelojn, amasigos al si instruantojn, laŭ siaj deziroj;
4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
kaj ili deturnos de la vero sian orelon, kaj turnos sin flanken al fabeloj.
5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
Sed vi estu sobra en ĉio, elportu suferojn, faru la laboron de evangeliisto, plenumu vian servadon.
6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
Ĉar mi jam estas elverŝata kvazaŭ verŝofero, kaj venis la horo de mia foriro.
7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Mi batalis la bonan batalon, mi finis la kuradon, mi gardis la fidon;
8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
de nun estas konservita por mi la krono de justeco, kiun la Sinjoro, la justa juĝisto, donos al mi en tiu tago; kaj ne nur al mi, sed ankaŭ al ĉiuj, kiuj amis lian aperon.
9 ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;
Klopodu veni baldaŭ al mi;
10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି। (aiōn )
ĉar Demas min forlasis, amante la nunan mondon, kaj iris al Tesaloniko; Kreskens al Galatujo, Tito al Dalmatujo. (aiōn )
11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।
Nur Luko estas kun mi. Prenu Markon kaj alkonduku lin kun vi, ĉar li utilas al mi por la servado.
12 ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।
Sed Tiĥikon mi sendis al Efeso.
13 ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।
La mantelon, kiun mi lasis en Troas ĉe Karpo, alportu, kiam vi venos, kaj la librojn, precipe la pergamenojn.
14 କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;
Aleksandro, la kupristo, faris al mi multe da malbono; la Sinjoro redonos al li laŭ liaj faroj;
15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
kontraŭ li vi ankaŭ vin gardu, ĉar li multege kontraŭstaris al niaj vortoj.
16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
Ĉe mia unua pledo, neniu staris kun mi, sed ĉiuj min forlasis; tio ne estu kalkulita kontraŭ ili.
17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
Sed la Sinjoro staris apud mi, kaj min fortigis, por ke per mi la anonco estu plene publikigita, kaj ke ĉiuj nacianoj aŭdu; kaj mi forsaviĝis el la buŝo de la leono.
18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍। (aiōn )
La Sinjoro min savos de ĉiu malbona faro, kaj min savkondukos en sian ĉielan regnon; al li la gloro por ĉiam kaj eterne. Amen. (aiōn )
19 ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।
Salutu Priskilan kaj Akvilan kaj la domon de Onesiforo.
20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।
Erasto restis en Korinto; sed Trofimon mi lasis malsanan en Mileto.
21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
Klopodu veni antaŭ la vintro. Salutas vin Eŭbulo kaj Pudens kaj Lino kaj Klaŭdia kaj ĉiuj fratoj.
22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
La Sinjoro estu kun via spirito. Graco estu kun vi.