< ୨ ତୀମଥି 4 >

1 ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Διαμαρτύρομαι ἐνώπιον τοῦ θεοῦ καὶ Χριστοῦ Ἰησοῦ, τοῦ μέλλοντος κρίνειν ζῶντας καὶ νεκρούς, καὶ τὴν ἐπιφάνειαν αὐτοῦ καὶ τὴν βασιλείαν αὐτοῦ·
2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
κήρυξον τὸν λόγον, ἐπίστηθι εὐκαίρως ἀκαίρως, ἔλεγξον, παρακάλεσον, ἐπιτίμησον, ἐν πάσῃ μακροθυμίᾳ καὶ διδαχῇ.
3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
ἔσται γὰρ καιρὸς ὅτε τῆς ὑγιαινούσης διδασκαλίας οὐκ ἀνέξονται, ἀλλὰ κατὰ τὰς ἰδίας ἐπιθυμίας ἑαυτοῖς ἐπισωρεύσουσιν διδασκάλους κνηθόμενοι τὴν ἀκοήν,
4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
καὶ ἀπὸ μὲν τῆς ἀληθείας τὴν ἀκοὴν ἀποστρέψουσιν, ἐπὶ δὲ τοὺς μύθους ἐκτραπήσονται.
5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
σὺ δὲ νῆφε ἐν πᾶσιν, κακοπάθησον, ἔργον ποίησον εὐαγγελιστοῦ, τὴν διακονίαν σου πληροφόρησον.
6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
ἐγὼ γὰρ ἤδη σπένδομαι, καὶ ὁ καιρὸς τῆς ἀναλύσεώς μου ἐφέστηκεν.
7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
τὸν καλὸν ἀγῶνα ἠγώνισμαι, τὸν δρόμον τετέλεκα, τὴν πίστιν τετήρηκα·
8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
λοιπὸν ἀπόκειταί μοι ὁ τῆς δικαιοσύνης στέφανος, ὃν ἀποδώσει μοι ὁ κύριος ἐν ἐκείνῃ τῇ ἡμέρᾳ, ὁ δίκαιος κριτής, οὐ μόνον δὲ ἐμοὶ ἀλλὰ καὶ πᾶσι τοῖς ἠγαπηκόσι τὴν ἐπιφάνειαν αὐτοῦ.
9 ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;
Σπούδασον ἐλθεῖν πρός με ταχέως.
10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି। (aiōn g165)
Δημᾶς γάρ με ἐγκατέλιπεν ἀγαπήσας τὸν νῦν αἰῶνα, καὶ ἐπορεύθη εἰς Θεσσαλονίκην, Κρήσκης εἰς Γαλλίαν, Τίτος εἰς Δαλματίαν· (aiōn g165)
11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।
Λουκᾶς ἐστιν μόνος μετ’ ἐμοῦ. Μᾶρκον ἀναλαβὼν ἄγε μετὰ σεαυτοῦ, ἔστιν γάρ μοι εὔχρηστος εἰς διακονίαν.
12 ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।
Τυχικὸν δὲ ἀπέστειλα εἰς Ἔφεσον.
13 ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।
τὸν φελόνην, ὃν ἀπέλιπον ἐν Τρῳάδι παρὰ Κάρπῳ, ἐρχόμενος φέρε, καὶ τὰ βιβλία, μάλιστα τὰς μεμβράνας.
14 କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;
Ἀλέξανδρος ὁ χαλκεὺς πολλά μοι κακὰ ἐνεδείξατο· ἀποδώσει αὐτῷ ὁ κύριος κατὰ τὰ ἔργα αὐτοῦ·
15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
ὃν καὶ σὺ φυλάσσου, λίαν γὰρ ἀντέστη τοῖς ἡμετέροις λόγοις.
16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
ἐν τῇ πρώτῃ μου ἀπολογίᾳ οὐδείς μοι παρεγένετο, ἀλλὰ πάντες με ἐγκατέλιπον· μὴ αὐτοῖς λογισθείη·
17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
ὁ δὲ κύριός μοι παρέστη καὶ ἐνεδυνάμωσέν με, ἵνα δι’ ἐμοῦ τὸ κήρυγμα πληροφορηθῇ καὶ ἀκούσωσιν πάντα τὰ ἔθνη, καὶ ἐρύσθην ἐκ στόματος λέοντος.
18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍। (aiōn g165)
ῥύσεταί με ὁ κύριος ἀπὸ παντὸς ἔργου πονηροῦ καὶ σώσει εἰς τὴν βασιλείαν αὐτοῦ τὴν ἐπουράνιον, ᾧ ἡ δόξα εἰς τοὺς αἰῶνας τῶν αἰώνων· ἀμήν. (aiōn g165)
19 ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।
Ἄσπασαι Πρίσκαν καὶ Ἀκύλαν καὶ τὸν Ὀνησιφόρου οἶκον.
20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।
Ἔραστος ἔμεινεν ἐν Κορίνθῳ, Τρόφιμον δὲ ἀπέλιπον ἐν Μιλήτῳ ἀσθενοῦντα.
21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
σπούδασον πρὸ χειμῶνος ἐλθεῖν. ἀσπάζεταί σε Εὔβουλος καὶ Πούδης καὶ Λίνος καὶ Κλαυδία καὶ οἱ ἀδελφοὶ πάντες.
22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
Ὁ κύριος μετὰ τοῦ πνεύματός σου. ἡ χάρις μεθ’ ὑμῶν.

< ୨ ତୀମଥି 4 >