< ୩ ଯୋହନ 1 >
1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
Ndine mkulu wampingo, kulembera: Gayo mnzanga wokondedwa, amene ndimamukonda mʼchoonadi.
2 ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
Wokondedwa, ndimakupempherera kuti zako zonse zikuyendere bwino, ndikuti ukhale bwino mʼthupi mwako, monga momwe ulili moyo wako wauzimu.
3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
Ine ndinali ndi chimwemwe chachikulu pamene abale ena anafika nʼkundifotokozera za kukhulupirika kwako pa choonadi ndiponso mmene umayendera motsata choonadi.
4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
Palibe chondikondweretsa kwambiri kuposa kumva kuti ana anga akukhala mʼchoonadi.
5 ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
Wokondedwa, ndiwe wokhulupirika pa zimene ukuchitira abale, ngakhale kuti iwowo ndi alendo.
6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
Iwo anafotokozera mpingo za chikondi chako. Chonde uwathandize kupitiriza ulendo mʼnjira yokondweretsa Mulungu.
7 ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
Pakuti ananyamuka ulendo wawo chifukwa cha dzina la Ambuye, osalandira thandizo kwa osakhulupirira.
8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
Ife tiyenera kumathandiza anthu oterewa, kuti tigwirizane nawo pa ntchito ya choonadi.
9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।
Ndinalembera mpingo, koma Diotrefe, amene amafuna kukhala wotsogolera, sanafune kutimvera.
10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
Tsono ndikabwera ndidzakumbutsa zimene iye amachita. Iye amafalitsa nkhani zabodza zonena ife. Ndipo sakhutira ndi zimenezo, komanso iyeyo amakana kulandira abale. Komanso amaletsa amene akufuna kutero, ndipo amawachotsa mu mpingo.
11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।
Wokondedwa, usatsatire zinthu zoyipa koma zinthu zabwino. Aliyense amene amachita zinthu zabwino ndi wochokera kwa Mulungu. Aliyense amene amachita zoyipa sanamuonepo Mulungu.
12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।
Aliyense akumuchitira umboni wabwino wa Demetriyo. Ngakhale choona chomwe chimamuchitira umboni, ndipo iweyo ukudziwa kuti umboni wathu ndi woona.
13 ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।
Ndili ndi zambiri zoti ndikulembereni, koma sindikufuna kuzilemba mʼkalata.
14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା। ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।
Ndiyembekezera kufika kwanuko posachedwapa, ndipo tidzakambirana pamaso ndi pamaso. Mtendere ukhale nawe. Abwenzi anu kuno akupereka moni. Upereke moni kwa abwenzi onse mmodzimmodzi.