< ପ୍ରେରିତ 1 >

1 ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
Τὸν μὲν πρῶτον λόγον ἐποιησάμην περὶ πάντων ὦ Θεόφιλε, ὧν ἤρξατο Ἰησοῦς ποιεῖν τε καὶ διδάσκειν
2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି।
ἄχρι ἧς ἡμέρας ἐντειλάμενος τοῖς ἀποστόλοις διὰ πνεύματος ἁγίου, οὓς ἐξελέξατο, ἀνελήμφθη.
3 ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।
οἷς καὶ παρέστησεν ἑαυτὸν ζῶντα μετὰ τὸ παθεῖν αὐτὸν ἐν πολλοῖς τεκμηρίοις, δι᾽ ἡμερῶν τεσσεράκοντα ὀπτανόμενος αὐτοῖς, καὶ λέγων τὰ περὶ τῆς βασιλείας τοῦ θεοῦ.
4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
καὶ συναλιζόμενος παρήγγειλεν αὐτοῖς ἀπὸ Ἱεροσολύμων μὴ χωρίζεσθαι, ἀλλὰ περιμένειν τὴν ἐπαγγελίαν τοῦ πατρός, ἣν ἠκούσατέ μου·
5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
ὅτι Ἰωάνης μὲν ἐβάπτισεν ὕδατι, ὑμεῖς δὲ ἐν πνεύματι βαπτισθήσεσθε ἁγίῳ, οὐ μετὰ πολλὰς ταύτας ἡμέρας.
6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”
οἱ μὲν οὖν συνελθόντες ἠρώτων αὐτὸν λέγοντες, Κύριε, εἰ ἐν τῷ χρόνῳ τούτῳ ἀποκαθιστάνεις τὴν βασιλείαν τῷ Ἰσραήλ;
7 ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
εἶπεν πρὸς αὐτούς, Οὐχ ὑμῶν ἐστιν γνῶναι χρόνους ἢ καιροὺς οὓς ὁ πατὴρ ἔθετο ἐν τῇ ἰδίᾳ ἐξουσίᾳ,
8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
ἀλλὰ λήμψεσθε δύναμιν ἐπελθόντος τοῦ ἁγίου πνεύματος ἐφ᾽ ὑμᾶς, καὶ ἔσεσθέ μου μάρτυρες ἔν τε Ἱερουσαλὴμ καὶ [ἐν] πάσῃ τῇ Ἰουδαίᾳ καὶ Σαμαρείᾳ καὶ ἕως ἐσχάτου τῆς γῆς.
9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
καὶ ταῦτα εἰπὼν βλεπόντων αὐτῶν ἐπήρθη, καὶ νεφέλη ὑπέλαβεν αὐτὸν ἀπὸ τῶν ὀφθαλμῶν αὐτῶν.
10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
καὶ ὡς ἀτενίζοντες ἦσαν εἰς τὸν οὐρανὸν πορευομένου αὐτοῦ, καὶ ἰδοὺ ἄνδρες δύο παρειστήκεισαν αὐτοῖς ἐν ἐσθήσεσι λευκαῖς,
11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
οἳ καὶ εἶπαν, Ἄνδρες Γαλιλαῖοι, τί ἑστήκατε βλέποντες εἰς τὸν οὐρανόν; οὗτος ὁ Ἰησοῦς ὁ ἀναλημφθεὶς ἀφ᾽ ὑμῶν εἰς τὸν οὐρανὸν οὕτως ἐλεύσεται ὃν τρόπον ἐθεάσασθε αὐτὸν πορευόμενον εἰς τὸν οὐρανόν.
12 ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
τότε ὑπέστρεψαν εἰς Ἱερουσαλὴμ ἀπὸ ὄρους τοῦ καλουμένου Ἐλαιῶνος, ὅ ἐστιν ἐγγὺς Ἱερουσαλήμ, σαββάτου ἔχον ὁδόν.
13 ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
καὶ ὅτε εἰσῆλθον, εἰς τὸ ὑπερῷον ἀνέβησαν, οὗ ἦσαν καταμένοντες, ὅ τε Πέτρος καὶ Ἰωάνης καὶ Ἰάκωβος καὶ Ἀνδρέας, Φίλιπ πος καὶ Θωμᾶς, Βαρθολομαῖος καὶ Μαθθαῖος, Ἰάκωβος Ἀλφαίου καὶ Σίμων ὁ Ζηλωτής, καὶ Ἰούδας Ἰακώβου.
14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
οὗτοι πάντες ἦσαν προσκαρτεροῦντες ὁμοθυμαδὸν τῇ προσευχῇ σὺν γυναιξὶν καὶ Μαριὰμ τῇ μητρὶ τοῦ Ἰησοῦ, καὶ [σὺν] τοῖς ἀδελφοῖς αὐτοῦ.
15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
Καὶ ἐν ταῖς ἡμέραις ταύταις ἀναστὰς Πέτρος ἐν μέσῳ τῶν ἀδελφῶν εἶπεν· (ἦν τε ὄχλος ὀνομάτων ἐπὶ τὸ αὐτὸ ὡς ἑκατὸν εἴκοσιν·)
16 ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Ἄνδρες ἀδελφοί, ἔδει πληρωθῆναι τὴν γραφὴν ἣν προεῖπεν τὸ πνεῦμα τὸ ἅγιον διὰ στόματος Δαυεὶδ περὶ Ἰούδα τοῦ γενομένου ὁδηγοῦ τοῖς συλλαβοῦσιν Ἰησοῦν·
17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।
ὅτι κατηριθμημένος ἦν ἐν ἡμῖν, καὶ ἔλαχεν τὸν κλῆρον τῆς διακονίας ταύτης.
18 ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
οὗτος μὲν οὖν ἐκτήσατο χωρίον ἐκ μισθοῦ τῆς ἀδικίας, καὶ πρηνὴς γενόμενος ἐλάκησεν μέσος, καὶ ἐξεχύθη πάντα τὰ σπλάγχνα αὐτοῦ,
19 ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍‌ଦମା”, ଅର୍ଥାତ୍‍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।
καὶ γνωστὸν ἐγένετο πᾶσιν τοῖς κατοικοῦσιν Ἱερουσαλήμ, ὥστε κληθῆναι τὸ χωρίον ἐκεῖνο τῇ [ἰδίᾳ] διαλέκτῳ αὐτῶν Ἀχελδαμάχ τοῦτ᾽ ἔστιν χωρίον αἵματος.
20 ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’
γέγραπται γὰρ ἐν βίβλῳ Ψαλμῶν, Γενηθήτω ἡ ἔπαυλις αὐτοῦ ἔρημος, καὶ μὴ ἔστω ὁ κατοικῶν ἐν αὐτῇ, καί, Τὴν ἐπισκοπὴν αὐτοῦ λαβέτω ἕτερος.
21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
δεῖ οὖν τῶν συνελθόντων ἡμῖν ἀνδρῶν ἐν παντὶ χρόνῳ ᾧ εἰσῆλθεν καὶ ἐξῆλθεν ἐφ᾽ ἡμᾶς ὁ κύριος Ἰησοῦς,
22 ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”
ἀρξάμενος ἀπὸ τοῦ βαπτίσματος Ἰωάνου ἕως τῆς ἡμέρας ἧς ἀνελήμφθη ἀφ᾽ ἡμῶν, μάρτυρα τῆς ἀναστάσεως αὐτοῦ σὺν ἡμῖν γενέσθαι ἕνα τούτων.
23 ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
Καὶ ἔστησαν δύο, Ἰωσὴφ τὸν καλούμενον Βαρσαββᾶν, ὃς ἐπεκλήθη Ἰοῦστος, καὶ Μαθθίαν.
24 “ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
καὶ προσευξάμενοι εἶπαν, Σὺ κύριε καρδιογνῶστα πάντων, ἀνάδειξον ὃν ἐξελέξω ἐκ τούτων τῶν δύο ἕνα
25 ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
λαβεῖν τὸν τόπον τῆς διακονίας ταύτης καὶ ἀποστολῆς, ἀφ᾽ ἧς παρέβη Ἰούδας πορευθῆναι εἰς τὸν τόπον τὸν ἴδιον.
26 ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
Καὶ ἔδωκαν κλήρους αὐτοῖς, καὶ ἔπεσεν ὁ κλῆρος ἐπὶ Μαθθίαν, καὶ συγκατεψηφίσθη μετὰ τῶν ἕνδεκα ἀποστόλων.

< ପ୍ରେରିତ 1 >