< ପ୍ରେରିତ 10 >

1 କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;
У Кесарії був чоловік, на ім’я Корнелій, сотник із когорти, що зветься Італійською.
2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Корнелій, як і увесь його дім, був чоловіком благочестивим та боявся Бога. Він робив багато милостині народу та постійно молився Богові.
3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Одного дня, десь о дев’ятій годині, він у видінні чітко побачив ангела Божого, який прийшов до нього й промовив: ―Корнелію!
4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।
Він подивився на нього й, злякавшись, запитав: ―Що, Господи? Ангел відповів: ―Твої молитви та милостині піднялися до Бога як жертва нагадування.
5 ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
Тепер надішли людей до Яффи та поклич Симона, якого називають Петром.
6 ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
Він перебуває в шкіряника Симона, дім якого знаходиться біля моря.
7 ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
Коли ангел, що говорив із ним, відійшов, Корнелій покликав двох своїх служників та одного благочестивого воїна з тих, що постійно слугували йому,
8 ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋ ସହରକୁ ପଠାଇଲେ।
і, розказавши їм усе, надіслав їх до Яффи.
9 ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Наступного дня, коли вони йшли й наближалися до міста, Петро піднявся на дах будинку, щоб помолитися. Було близько шостої години.
10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
Він зголоднів та захотів їсти. Поки готували їжу, Петрові було видіння.
11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
Він побачив відкрите небо й щось схоже на велике полотно, яке опускалося на землю, підтримуване за всі чотири кінці.
12 ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।
У цьому [полотні] були різні види чотириногих тварин, земноводних плазунів та птахів небесних.
13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”
Потім голос промовив до нього: ―Петре, підведися, заколи та їж.
14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।
Петро відповів: ―У жодному разі, Господи. Я ніколи не їв нічого скверного або нечистого.
15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”
Тоді голос промовив удруге: ―Не називай скверним того, що Бог очистив.
16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା।
Це сталося тричі, і відразу полотно було підняте до неба.
17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
Коли Петро ще здивовано розмірковував, що може означати це видіння, ось люди, яких надіслав Корнелій, розпитавши про дім Симона, зупинилися біля воріт.
18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।
Вони голосно запитали, чи тут гостює Симон, що зветься Петром.
19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
Петро все ще роздумував над видінням, коли Дух промовив до нього: «Ось троє чоловіків шукають тебе.
20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
Встань, зійди та йди з ними без жодного вагання, бо Я надіслав їх».
21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?
Петро зійшов та промовив до тих людей: ―Я той, кого ви шукаєте. У якій справі ви прийшли?
22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Вони відповіли: ―Сотник Корнелій, чоловік праведний, який боїться Бога і якого поважає весь народ юдейський, отримав настанову від святого ангела покликати тебе до свого дому та послухати твоїх слів.
23 ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।
Тоді Петро гостинно запросив їх увійти [в дім]. Наступного дня він піднявся та пішов разом із ними в супроводі деяких братів з Яффи.
24 ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।
Назавтра вони прибули до Кесарії. Корнелій уже чекав на них, покликавши родичів та близьких друзів.
25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
Коли Петро прийшов, Корнелій зустрів його та, припавши до його ніг, уклонився йому.
26 କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।
Але Петро підняв його, кажучи: ―Встань! Я теж людина!
27 ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
І, говорячи з Корнелієм, увійшов у дім, де зібралося багато людей.
28 ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।
Петро сказав їм: ―Ви знаєте, що за Законом юдеєві не дозволено спілкуватися з чужинцем або заходити до нього. Однак Бог показав мені, що я не повинен називати нечистою або скверною жодну людину.
29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
І тому, коли мене покликали, я без заперечень прийшов. Тож дозвольте мені спитати вас, з якої причини ви послали по мене?
30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Корнелій відповів: ―Чотири дні тому, саме в цей час, о дев’ятій годині, я молився у своєму домі, і відразу переді мною з’явився чоловік у яскравій одежі.
31 ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
Він промовив: «Корнелію, твоя молитва почута, і милостині твої згадалися перед Богом.
32 ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
Тож надішли [людей] до Яффи та поклич Симона, якого називають Петром; він гостює в домі шкіряника Симона біля моря. Він прийде й говоритиме до тебе».
33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Я відразу послав по тебе, і добре, що ти прийшов. Зараз ми всі тут перед Богом, щоб послухати все, що Господь тобі наказав.
34 ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
Тоді Петро відкрив вуста й сказав: ―Тепер я розумію, що Бог дійсно неупереджений,
35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
і в кожному народі Йому до вподоби той, хто боїться Його й чинить по правді.
36 ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
Він надіслав синам Ізраїлю Слово, проповідуючи Добру Звістку миру через Ісуса Христа, Який є Господом усіх.
37 ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,
Ви знаєте про справу, що сталася у всій Юдеї, почавши з Галілеї, після хрещення, яке проповідував Іван:
38 ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।
як Бог помазав Святим Духом та силою Ісуса з Назарета. Він ходив містами, роблячи добрі справи, та зцілював усіх підкорених дияволом, тому що Бог був із Ним.
39 ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।
Ми є свідками всього, що Він робив в Юдейській країні та в Єрусалимі. Його вбили, повісивши на хресті.
40 ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
Але Бог воскресив Його третього дня і дав Йому з’являтись
41 ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
не всьому народові, а свідкам, обраним наперед Богом, нам, що з Ним їли та пили після того, як Він воскрес із мертвих.
42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
Він наказав нам проповідувати народові та свідчити, що Він – призначений Богом Суддя живих і мертвих.
43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Про Нього свідчать усі пророки, [кажучи], що кожен, хто вірує в Нього, отримає через Його ім’я прощення гріхів.
44 ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।
Коли Петро ще говорив ці слова, Дух Святий зійшов на всіх, хто слухав Слово.
45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
Віруючі з обрізаних, які прийшли з Петром, дивувалися, що дар Святого Духа вилився й на язичників;
46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
бо чули, як ті говорили мовами та прославляли Бога. Тоді Петро сказав:
47 ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?
«Чи може хтось заборонити хреститися водою тим, хто отримав Духа Святого, як і ми?»
48 ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Він наказав, щоб вони були охрещені в ім’я Ісуса Христа. Тоді просили його, щоб він залишився з ними ще на декілька днів.

< ପ୍ରେରିତ 10 >