< ପ୍ରେରିତ 11 >

1 ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
Atumwi ndi abale a ku Yudeya konse anamva kuti anthu a mitundu ina analandiranso Mawu a Mulungu.
2 ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
Tsono Petro atafika ku Yerusalemu, abale amene anali a mdulidwe anamutsutsa iye,
3 ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
ndipo anati, “Iwe unalowa mʼnyumba ya anthu osachita mdulidwe ndi kudya nawo.”
4 କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
Koma Petro anayamba kuwafotokozera zonse mwatsatanetsatane momwe zinachitikira kuti,
5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
“Ine ndimapemphera mu mzinda wa Yopa ndipo ndili ngati wokomoka ndinaona masomphenya. Ndinaona chinthu chokhala ngati chinsalu chachikulu chikutsika kuchokera kumwamba chogwiridwa msonga zake zinayi, ndipo chinatsikira pa ine.
6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
Ine ndinayangʼana mʼkati mwake ndipo ndinaona nyama za miyendo inayi za mʼdziko lapansi, zirombo, zokwawa, ndi mbalame zamlengalenga.
7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”
Kenaka ine ndinamva mawu akuti, ‘Petro, Imirira. Ipha, nudye.’
8 କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।
“Ine ndinayankha kuti, ‘Ayi, Ambuye! Pakuti chinthu chodetsedwa ndi chonyansa sindinadyepo pakamwa pangapa.’
9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”
“Mawu ochokera kumwamba ananenanso kachiwiri kuti, ‘Chimene Mulungu wachiyeretsa usanene kuti ndi chodetsedwa.’
10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।
Zimenezi zinachitika katatu ndipo kenaka zonse zinatengedwa kupita kumwamba.
11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।
“Nthawi yomweyo anthu atatu amene anatumidwa kuchokera ku Kaisareya anayima pa nyumba yomwe ndimakhalayo.
12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
Mzimu anandiwuza kuti ndisakayike, koma ndipite nawo. Abale asanu ndi mmodzi awa anapitanso nane ndipo tinalowa mʼnyumba ya munthuyo.
13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
Iye anatiwuza mmene anaonera mngelo atayimirira mʼnyumba mwake ndi kumuwuza kuti, ‘Tumiza anthu ku Yopa kuti akayitane Simoni wotchedwa Petro.
14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।
Iye adzakuwuza uthenga umene udzapulumutsa iwe ndi a pa banja ako.’
15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
“Nditangoyamba kuyankhula, Mzimu Woyera anafika pa iwo monga momwe anafikira pa ife poyamba paja.
16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
Kenaka ndinakumbukira zimene Ambuye ananena kuti, ‘Yohane anabatiza ndi madzi, koma inu mudzabatizidwa ndi Mzimu Woyera.’
17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?
Tsono ngati Mulungu anawapatsa iwo mphatso yomweyo imene anatipatsa ife, amene tinakhulupirira Ambuye Yesu Khristu, ndine yani kuti nditsutsane ndi Mulungu?”
18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।
Iwo atamva zimenezi analibenso chonena ndipo anayamika Mulungu nati, “Potero Mulungu wapatsa anthu a mitundu ina mwayi wotembenuka mtima ndi kulandira moyo.”
19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Tsopano amene anabalalika chifukwa cha mazunzo amene anayamba ataphedwa Stefano, anapita mpaka ku Foinike, ku Kupro ndi ku Antiokeya, ndipo ankalalikira kwa Ayuda okha.
20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Komabe, ena pakati pawo ochokera ku Kupro ndi ku Kurene anapita ku Antiokeya ndipo iwo anayamba kuyankhulanso kwa Agriki, nawawuza za Uthenga Wabwino wa Ambuye Yesu.
21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।
Mphamvu ya Ambuye inali nawo ndipo anthu ambiri anakhulupirira natembenukira kwa Ambuye.
22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।
Mbiri imeneyi inamveka ku mpingo wa ku Yerusalemu ndipo iwo anatumiza Barnaba ku Antiokeya.
23 ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Atafika ndi kuona chisomo cha Mulungu pa iwo, anakondwa ndi kuwalimbikitsa anthu onsewo kuti apitirire kukhala woona mu mtima mwa Ambuye.
24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।
Barnabayo anali munthu wabwino, wodzazidwa ndi Mzimu Woyera ndi chikhulupiriro ndipo gulu lalikulu la anthu linabwera kwa Ambuye.
25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
Kenaka Barnaba anapita ku Tarisisi kukafuna Saulo,
26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
ndipo pamene anamupeza anabwera naye ku Antiokeya. Barnaba ndi Saulo anasonkhana ndi mpingo kwa chaka chimodzi naphunzitsa anthu ambirimbiri. Okhulupirirawo anayamba kutchedwa Akhristu ku Antiokeya.
27 ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।
Masiku amenewo ku Antiokeya kunafika aneneri ena ochokera ku Yerusalemu.
28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
Mmodzi wa iwo dzina lake Agabu, anayimirira ndipo Mzimu anamutsogolera kunenera zamʼtsogolo kuti padzakhala njala yayikulu pa dziko lonse lapansi. (Izi zinachitikadi nthawi ya ulamuliro wa Klaudiyo).
29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Ophunzirawo, aliyense monga mwakupata kwake, anatsimikiza kuthandiza abale okhala ku Yudeya.
30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
Izi anazichitadi ndipo anatuma Barnaba ndi Saulo kukapereka mphatsozo kwa akulu a mpingo.

< ପ୍ରେରିତ 11 >