< ପ୍ରେରିତ 11 >

1 ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
نێردراوان و باوەڕداران کە لە یەهودیا بوون بیستیان کە ناجولەکەکانیش پەیامی خودایان وەرگرتووە.
2 ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
کاتێک پەترۆس گەڕایەوە ئۆرشەلیم باوەڕدارانی خەتەنەکراو ڕەخنەیان لێ گرت و
3 ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
دەیانگوت: «تۆ چوویتە ماڵی خەڵکێکی خەتەنە نەکراو و نانت لەگەڵیان خواردووە!»
4 କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
جا پەترۆس یەک لەدوای یەک دەستی کرد بە ڕوونکردنەوەی ئەوانەی کە ڕوویدابوو و گوتی:
5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
«لە شاری یافا بووم نوێژم دەکرد، لەهۆش خۆم چووم و بینینێکم بۆ ئاشکرا کرا، شتێک لە ئاسمانەوە وەک چەرچەفێکی گەورە بە هەر چوار لایەوە بۆ لای من شۆڕکرایەوە.
6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
سەیرم کرد و لێی وردبوومەوە، چوارپێی زەوی و ئاژەڵی کێوی، خشۆک و باڵندەی ئاسمانم بینی.
7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”
ئینجا گوێم لە دەنگێک بوو پێی فەرمووم:”پەترۆس هەستە، سەربڕە و بخۆ!“
8 କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।
«بەڵام گوتم:”نەخێر، ئەی پەروەردگار، چونکە هەرگیز گڵاو یان حەرام نەچووەتە دەمم.“
9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”
«دەنگەکە دووبارە لە ئاسمانەوە فەرمووی:”ئەوەی خودا پاکی کردووەتەوە تۆ بە گڵاوی دامەنێ.“
10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।
ئەمە سێبارە بووەوە و هەموو شتەکان بۆ ئاسمان ڕاکێشرانەوە.
11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।
«ئەوە بوو یەکسەر سێ پیاو لەپێش ئەو ماڵە ڕاوەستان کە ئێمەی لێبوو، لە قەیسەرییەوە بۆ لام نێردرابوون،
12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
ڕۆحی پیرۆز پێی فەرمووم کە بێ دوودڵی لەگەڵیان بڕۆم، ئەم شەش برایەش لەگەڵم هاتن و چووینە ماڵی پیاوەکە.
13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
ئەویش بۆی گێڕاینەوە چۆن فریشتەی لە ماڵەکەیدا بینیوە ڕاوەستاوە و گوتوویەتی:”بنێرە بۆ یافا بەدوای شیمۆندا کە نازناوی پەترۆسە،
14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।
ئەو پەیامێکتان دەداتێ بەهۆیەوە خۆت و هەموو ماڵەکەت ڕزگارتان دەبێت.“
15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
«کاتێک دەستم بە قسە کرد، ڕۆحی پیرۆزیان بەسەردا ڕژا، وەک لە سەرەتادا هاتە سەر ئێمەش.
16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
قسەکەی عیسای خاوەن شکۆم بەبیر هاتەوە کە فەرمووی:”یەحیا خەڵکی لە ئاو هەڵدەکێشا، بەڵام ئێوە لە ڕۆحی پیرۆز هەڵدەکێشرێن.“
17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?
جا ئەگەر خودا هەمان دیاریی بەوان دابێت هەروەک بە ئێمەی داوە کە باوەڕمان بە عیسای مەسیحی خاوەن شکۆ هێنا، ئیتر من کێم بتوانم ڕێگا لە خودا بگرم؟»
18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।
کاتێک گوێیان لەمە بوو، بێدەنگ بوون و ستایشی خودایان کرد و گوتیان: «کەواتە خودا تۆبەکردنی تەنانەت بە ناجولەکەکانیش بەخشیوە بۆ ئەوەی ژیانی هەتاهەتاییان هەبێت.»
19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
ئینجا ئەو کەسانەی بەهۆی ئەو چەوسانەوەیەی بەسەر ستیفانۆسدا هات پەرشوبڵاو ببوونەوە، پەڕینەوە بۆ فینیکیا و قوبرس و ئەنتاکیا، باسی پەیامی خودایان بۆ کەس نەدەکرد، بۆ جولەکە نەبێت.
20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
بەڵام هەندێکیان خەڵکی قوبرس و کورێن بوون، کاتێک هاتنە ئەنتاکیا، قسەیان بۆ یۆنانییەکان دەکرد و مزگێنیی عیسای خاوەن شکۆیان دەدا.
21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।
یەزدان پشتگیری کردن، ژمارەیەکی زۆر باوەڕیان هێنا و بۆ عیسای خاوەن شکۆ گەڕانەوە.
22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।
ئەم هەواڵە گەیشتە کڵێسای ئۆرشەلیم، ئەوانیش بەرناباسیان بۆ ئەنتاکیا نارد.
23 ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
کاتێک گەیشت و نیعمەتی خودای بینی، دڵشاد بوو، هەمووانی هاندا بە هەموو دڵیانەوە لەگەڵ مەسیحی خاوەن شکۆ بمێننەوە،
24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।
چونکە پیاوچاک بوو، پڕبوو لە ڕۆحی پیرۆز و باوەڕ. خەڵکێکی زۆریش هاتنە پاڵ مەسیحی خاوەن شکۆ.
25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
ئەوسا چوو بۆ تەرسۆس تاکو بەدوای شاولدا بگەڕێت،
26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
کاتێک دۆزییەوە بۆ ئەنتاکیای هێنا. ئیتر ساڵێکی تەواو لە کڵێسا کۆبوونەوە و خەڵکێکی زۆریان فێرکرد. یەکەم جاریش لە ئەنتاکیا قوتابییەکان ناویان لێنرا مەسیحی.
27 ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।
لەو ڕۆژانەدا هەندێک پێغەمبەر لە ئۆرشەلیمەوە هاتنە ئەنتاکیا،
28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
یەکێک لەوان ناوی ئاگابۆس بوو، هەستا و لە ڕێگەی ڕۆحی پیرۆزەوە پێشبینیی کرد کە قاتوقڕییەکی گەورە هەموو جیهان دەگرێتەوە، ئەوەی لە سەردەمی کلودیۆسیش ڕوویدا.
29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
بۆیە قوتابییەکان بڕیاریان دا هەریەکە بەگوێرەی توانای خۆی یارمەتی بنێرێت بۆ ئەو خوشک و برایانەی لە یەهودیا دەژین.
30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
ئینجا ئەمەیان کرد و لە ڕێگەی بەرناباس و شاولەوە یارمەتییەکەیان بۆ پیرانی یەهودیا نارد.

< ପ୍ରେରିତ 11 >