< ପ୍ରେରିତ 12 >
1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
Wakati huo mfalme Herode akanyosha mkono wake kwa baadhi ya wale wanaotoka kwenye kusanyiko ili kuwatesa.
2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।
Akamwuua Yakobo nduguye Yohana kwa upanga.
3 ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।
Baada ya kuona kuwa inawapendeza Wayahudi, akamkamata na Petro tena. Hii ilikuwa wakati wa mikate isiyochachwa.
4 ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
Alipomkamata, akamweka gerezani na akaweka vikosi vinne vya askari ili kumlinda, alikuwa akitarajia kumpeleka kwa watu baada ya Pasaka.
5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Petro akawekwa gerezani, lakini maombi yakafanywa kwa bidii na kusanyiko kwa ajili yake kwa Mungu.
6 ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
Siku kabla Herode hajaenda kumtoa, Usiku huo Petro alikuwa amelala katikati ya maaskari wawili, akiwa amefungwa na minyororo miwili, na walinzi mbele ya mlango walikuwa wakilinda gereza.
7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
Tazama, malaika wa Bwana ghafla akamtokea na nuru ikang'aa ndani. Akampiga Petro ubavuni na kumwamsha akisema, “Amka haraka.”ndipo minyororo aliyokuwa amefungwa ikafunguka kutoka mikononi mwake.
8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
Malaika akamwambia, “Vaa nguo zako na vaa viatu vyako.” Petro akafanya hivyo. Malaika akamwambia, “Vaa vazi lako na unifuate.”
9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।
Hivyo Petro akamfuata Malaika na akatoka nje. Hakuamini kilichofanywa na malaika kama ni cha kweli. Alidhani anaona maono.
10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।
Baada ya kupita lindo la kwanza na la pili, wakafika kwenye geti la chuma la kuingilia kwenda mjini, likafunguka lenyewe kwa ajili yao. Wakatoka nje wakashuka kwenye mtaa, mara Malaika akamwacha.
11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
Petro alipojitambua, akasema, “Sasa nimeamini kuwa Bwana alimtuma Malaika wake ili kunitoa katika mikono ya Herode, na kwa matarajio ya watu wote wa uyahudi.”
12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
Baada ya kujua haya, akaja kwenye nyumba ya Mariamu mama yake Yohana ambaye ni Marko; Wakristo wengi walikusanyika wakiomba.
13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
Alipobisha kwenye mlango wa kizuizi, mtumishi mmoja msichana anayeitwa Roda akaja kufungua.
14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
Alipotambua ni sauti ya Petro, kwa furaha akashindwa kuufungua mlango; badala yake, akakimbia ndani ya chumba; na kuwajulisha kuwa Petro amesimama mbele ya Mlango.
15 ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
Hivyo, Wakasema kwake, “Wewe ni mwendawazimu” lakini alikazia kuwa ni kweli ni yeye. Wakasema “Huyo ni malaika wake.”
16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
Lakini Petro aliendelea kubisha, na walipofungua mlango, wakamwona na wakashangaa sana. Petro akawanyamazisha kwa mkono kimya kimya na akawaambia jinsi Bwana alivyomtoa kutoka Gerezani. akasema,
17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
“Wajulishe haya mambo Yakobo na ndugu zake.” Kisha akaondoka akaenda sehemu nyingine.
18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
Kulipokuwa mchana, kukawa na huzuni kubwa kati ya askari, kuhusiana na kilichotokea kwa Petro.
19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।
Baada ya Herode kumtafuta na hakumwona akawauliza walinzi na akaamuru wauawe. Akaenda kutoka uyahudi mpaka Kaisaria na kukaa huko.
20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
Herode alikuwa na hasira juu ya watu wa Tiro na Sidoni. Wakaenda kwa pamoja kwake. Wakawa na urafiki na Blasto msaidizi wa mfalme, ili awasaidie. Kisha wakaomba amani, kwa sababu nchi yao ilipokea chakula kutoka katika nchi ya mfalme.
21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
Siku iliyokusudiwa Herode alivaa mavazi ya kifalme na kukaa kwenye kiti chake cha kifalme, na akawahutubia.
22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
Watu wakapiga kelele, “Hii ni sauti ya mungu wala si sauti ya mwanadamu!”
23 ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Mara ghafla malaika akampiga, kwa sababu alikuwa hakumpa Mungu utukufu; akaliwa na chango na akafa
24 କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
Lakini neno la Mungu likakua na kusambaa.
25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।
Baada ya Barnaba na Sauli kukamilisha huduma yao wakatoka pale wakarejea Yerusalemu, wakamchukua na Yohana ambaye jina la kuzaliwa ni Marko.