< ପ୍ରେରିତ 13 >

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
さて,アンティオキアにある集会には,幾人かの預言者や教師がいた。すなわち,バルナバ,ニゲルと呼ばれるシメオン,キュレネのルキウス,領主ヘロデの乳兄弟マナエン,そしてサウロである。
2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
彼らが主に仕えて断食をしていると,聖霊が言った,「バルナバとサウロを,わたしのため,わたしが彼らを召した目的である業のために取り分けなさい」。
3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
そこで,彼らは断食して祈り,手を二人の上に置いてから,出発させた。
4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
こうして,二人は聖霊によって送り出され,セレウキアに下って行った。そこからキュプロスに向けて出帆した。
5 ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
サラミスに着くと,ユダヤ人の諸会堂で神の言葉を宣明した。彼らは助手としてヨハネも連れていた。
6 ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
島じゅうを巡回してパフォスまで行くと,ある魔術師を見つけた。ユダヤ人の偽預言者で,バル・イエスという名で,
7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।
セルギウス・パウルスという物わかりの良い地方総督のもとにいた。地方総督はバルナバとサウロを呼んで,神の言葉を聞こうとした。
8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
ところが,そのエリマという魔術師(彼の名はこのように訳される)は彼らに抵抗し,地方総督をこの信仰から遠ざけようとした。
9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
しかし,パウロとも呼ばれていたサウロは,聖霊に満たされ,彼をじっと見つめて
10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
言った,「ああ,あらゆる欺きと悪賢さに満ちた者,悪魔の子,あらゆる正義の敵よ。あなたは主の正しい道をゆがめることをやめないのか。
11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
それなら,見よ,主のみ手があなたの上にある。あなたは目が見えなくなり,時が来るまで日の光を見ないだろう!」 すぐに,かすみと闇とがその上に臨み,彼は手を引いてくれる人を探しまわった。
12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
そこで,地方総督は起きた事柄を見て,主の教えに驚き,信者になった。
13 ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
さて,パウロとその道連れはパフォスから出航し,パンフィリアのペルガに来た。ヨハネは彼らから離れてエルサレムに帰ってしまった。
14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
しかし彼らはペルガから進んで行き,ピシディアのアンティオキアに来た。安息日に会堂に入って席に着いた。
15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।
律法と預言者たちの朗読の後で,会堂長たちが彼らのもとに人を遣わして言った,「兄弟たち,民のために何か勧告の言葉がありましたら,話してください」。
16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
パウロは立ち上がり,手で合図をして言った,「イスラエルの人たち,ならびに神を恐れる皆さん,聞いてください。
17 ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
この民の神は,わたしたちの父祖たちを選び出し,エジプトの地で異国人として滞在していた間にこの民を高め,高く上げたみ腕をもって彼らをそこから導き出されました。
18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
およそ四十年の期間にわたって荒野で彼らを養われました。
19 ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।
カナンの地で七つの民族を滅ぼし,その地を相続財産として彼らに与えられました。これが,およそ四百五十年間にわたりました。
20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
こうした事ののち,預言者サムエルの時代まで彼らに裁き人を与えられました。
21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
のちに彼らが王を求めたので,神は四十年のあいだ,ベニヤミン族の人,キシュの子サウルを彼らに与えられました。
22 ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
彼を退けてから,ダビデを立てて彼らの王とし,彼についてこうも証言されました,『わたしはエッサイの子ダビデ,わたしの心にかなう者を見いだした。彼はわたしの望むことをみな行なうだろう』。
23 ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
この人の子孫から,神は約束に従って,イスラエルに救いをもたらされたのです。
24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
その方が来られる前に,まずヨハネがイスラエルに悔い改めのバプテスマを宣教しました。
25 ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
自分の走路を終えようとするとき,ヨハネは言いました,『あなた方はわたしが何者だと思っているのか。わたしはその者ではない。だが,見よ,その方はわたしの後に来られるが,わたしはその方の足のサンダルのひもをほどくにも値しない』。
26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
兄弟たち,アブラハムの血統の子らである皆さん,そしてあなた方の中で神を恐れる方たち,この救いの言葉はあなた方に送られたのです。
27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
エルサレムに住む人たちやその支配者たちは,彼のことを知らず,また安息日ごとに朗読される預言者たちの言葉も知らずに,彼を罪に定めることによってそれらの言葉を実現させました。
28 ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
死に値する理由を何も見いだせなかったのに,ピラトに願って彼を殺させたのです。
29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
彼について書かれている事柄をすべて実現させてから,彼を木から取り下ろして墓の中に横たえました。
30 କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
しかし,神は彼を死んだ者たちの中から起こされました。
31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
彼は幾日にもわたって,彼と共にガリラヤからエルサレムに上って来た人たちに現われました。彼らは民に対して彼の証人になっています。
32 ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
わたしたちは,父祖たちになされた約束についての良いたよりをあなた方に伝えています。
33 ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
すなわち,神はイエスを生き返らせて,わたしたち子孫に対してその約束を果たしてくださったのです。詩編の第二編にも,こう書かれているとおりです。 『あなたはわたしの子。わたしは今日あなたの父となった』。
34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
「彼を死んだ者たちの中から起こされ,もう二度と腐敗することのない者とされたことについては,こう言っておられます。『わたしは,ダビデに約束した確かな祝福をあなた方に与えるだろう』。
35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”
ですから,詩編のほかの箇所でもこう言われています。『あなたは,あなたの聖なる者が腐敗を見ることをお許しにならない』。
36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
実際,ダビデは,自分の世代のうちで神のお考えに従って仕えた後,眠りに落ち,自分の父祖たちと共に横たえられ,腐敗を見ました。
37 କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
しかし,神が生き返らせたこの方は,腐敗を見ることがなかったのです。
38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
ですから,兄弟たち,このことを知ってください。この方による罪の許しがあなた方に宣明されており,
39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
モーセの律法によっては義とされることのなかったあらゆることについても,信じる者はこの方によって義とされるのです。
40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
ですから,預言者たちの中で語られているこのことがあなた方に臨まないよう用心していなさい。
41 “‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”
『見よ,あざける者たちよ,驚け,滅び去れ。わたしはあなた方の時代に一つの業をなす。だれかが詳しく説明しても,あなた方が決して信じることのない業を』」。
42 ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।
そこで,ユダヤ人たちが会堂を出て行くと,異邦人たちは次の安息日にもこうした話をして欲しいと懇願した。
43 ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
そして,会堂が解散してから,大勢のユダヤ人たちと敬けんな改宗者たちがパウロとバルナバに従った。二人は彼らと語り合い,神の恵みのうちにとどまっているようにと勧めた。
44 ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
次の安息日には,ほとんど町全体が神の言葉を聞くために集まった。
45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
しかし,ユダヤ人たちはこの群衆を見てねたみに満たされ,パウロが語った事柄に反対して,ののしった。
46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ, (aiōnios g166)
パウロとバルナバは大胆に語って,こう言った。「神の言葉はまずあなた方に対して語られることが必要でした。ところが,あなた方はそれを自分たちから押しのけ,自分自身を永遠の命に値しない者としているのですから,見なさい,わたしたちは異邦人たちのほうに向きを転じます。 (aiōnios g166)
47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
主はわたしたちにこう命じられたからです。 『わたしはあなたを異邦人たちのための光とした。あなたが地の最も遠い所に至るまでも救いをもたらすためだ』」。
48 ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, (aiōnios g166)
異邦人たちはこれを聞いて喜び,神の言葉の栄光をたたえた。永遠の命のために定められていた者たちはみな信者になった。 (aiōnios g166)
49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।
主の言葉はこの地方全体に広まって行った。
50 କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
ところが,ユダヤ人たちは敬けんで有力な婦人たちや町の主立った人たちを扇動して,パウロとバルナバに対する迫害を起こし,二人を自分たちの地方から追い出した。
51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
一方,二人は彼らに対して足のちりを払い落とし,イコニオムに行った。
52 ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
弟子たちは喜びと聖霊とに満たされていた。

< ପ୍ରେରିତ 13 >