< ପ୍ରେରିତ 14 >

1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
And it came to pass in Iconium, that they went both together into the synagogue of the Jews, and so spoke, that a great multitude both of the Jews, and also of the Greeks, believed.
2 କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
But the unbelieving Jews stirred up the Gentiles, and made their minds evil-affected against the brethren.
3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
A long time therefore they abode speaking boldly in the Lord, who gave testimony to the word of his grace, and granted signs and wonders to be done by their hands.
4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
But the multitude of the city was divided: and part held with the Jews, and part with the apostles.
5 ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
And when there was an assault made both of the Gentiles, and also of the Jews, with their rulers, to use [them] despitefully, and to stone them,
6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Being apprised of [it], they fled to Lystra and Derbe, cities of Lycaonia, and to the region in that vicinity.
7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
And there they preached the gospel.
8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
And there sat a certain man at Lystra, impotent in his feet, being a cripple from his mother's womb, who had never walked.
9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
The same heard Paul speak: who steadfastly beholding him, and perceiving that he had faith to be healed,
10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।
Said with a loud voice, Stand upright on thy feet. And he leaped and walked.
11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।
And when the people saw what Paul had done, they lifted up their voices, saying in the speech of Lycaonia, The gods have come down to us in the likeness of men.
12 ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ।
And they called Barnabas, Jupiter, and Paul, Mercurius, because he was the chief speaker.
13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।
Then the priest of Jupiter, who was before their city, brought oxen and garlands to the gates, and would have done sacrifice with the people.
14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍‍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
[Which], when the apostles Barnabas and Paul heard [of], they rent their clothes, and ran in among the people, crying out,
15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
And saying, Sirs, why do ye these things? We also are men of like passions with you, and preach to you, that ye should turn from these vanities to the living God, who made heaven and earth, and the sea, and all things that are in them.
16 ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
Who in times past suffered all nations to walk in their own ways.
17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
And with these sayings they scarce restrained the people from doing sacrifice to them.
19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
And there came thither [certain] Jews from Antioch, and Iconium, who persuaded the people, and having stoned Paul, drew [him] out of the city, supposing him to be dead.
20 ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
But as the disciples stood around him, he rose, and came into the city: and the next day he departed with Barnabas to Derbe.
21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
And when they had preached the gospel to that city, and had taught many, they returned again to Lystra, and [to] Iconium, and to Antioch,
22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Confirming the souls of the disciples, exhorting them to continue in the faith, and that we must through much tribulation enter into the kingdom of God.
23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
And when they had ordained for them elders in every church, and had prayed with fasting, they commended them to the Lord, on whom they believed.
24 ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,
And after they had passed throughout Pisidia, they came to Pamphylia.
25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
And when they had preached the word in Perga, they went down into Attalia:
26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
And thence sailed to Antioch, from whence they had been commended to the grace of God, for the work which they fulfilled.
27 ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।
And when they had come, and had assembled the church, they rehearsed all that God had done with them, and that he had opened the door of faith to the Gentiles.
28 ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।
And there they abode a long time with the disciples.

< ପ୍ରେରିତ 14 >