< ପ୍ରେରିତ 14 >
1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
A lokacin da Bulus da Barnaba sun shiga garin Ikoniya suka shiga majami'an Yahudawa suka yi wa'azi yadda har mutane da yawa daga cikin Yahudawa da Hellinawa suka ba da gaskiya.
2 କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
Amma Yahudawa da basu yi biyayya ba, suka zuga al'umman har suka yi fushi da 'yan'uwan.
3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
Suka zauna a wurin na tsawon lokaci, suna yni maganarsu gabagadi da ikon Ubangiji, yana kuma shaidar sakon alherinsa. Ya yi wannan ta wurin alamu da al'ajibai ta hannun Bulus da Barnaba.
4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
Saboda haka mutanen garin sun rabu: wadansun su suka bi ra'ayin Yahudawa, wasu kuwa sun bi manzannin.
5 ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Al'umman garin da Yahudawa sun nemi jan hankali shugabanninsu, don su wulakanta Bulus da Barnaba, su jajjefe su,
6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
da suka gane haka suka gudu zuwa biranen Likoniya, Listira da Darbe, da garuruwa wadanda ke kewaye da su,
7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
a can suka yi wa'azin bishara.
8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
A Listira akwai wani wanda ke zaune bai taba tashi da kafafunsa ba, don shi gurgu ne tun daga haihuwa.
9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
Wannan mutumin ya ji Bulus yana magana. Bulus ya kafa masa ido, ya gane mutumin na da bangaskiya da za a warkar da shi. Sai ya ce masa da murya mai karfi, “Tashi ka tsaya akan kafafunka”
10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।
Sai mutumin ya yi tsalle ya fara tafiya da kafafunsa, yana yawo.
11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।
Da jama'an garin sun ga abin da Bulus ya yi, suka tada muryarsu suna cewa da Likoniyanci, “Ai alloli sun ziyarce mu daga sama, da kamanin mutane.”
12 ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ।
Suna kiran Barnaba da sunan “Zafsa,” Bulus kuwa suka kira shi da sunan “Hamisa” domin shine yafi yin magana.
13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।
Sai firist din zafsa wanda dakin yin masa sujada na kofar birni; ya kawo bijimai biyu da furannin da aka saka su kamar gammo; shi da jama'arsa suna so su yi masa hadaya.
14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
Amma da manzannin, wato Barnaba da Bulus, su ka ji labarin, suka yage rigunansu, suka hanzarta zuwa gun taron mutanen.
15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Suna ta cewa, “Kuji! Ku mutane don me kuke wannan abin? Mu fa mutane ne kamarku. Mun kawo maku labari mai dadi ne, da cewa, ku rabu da abubuwa marar amfani, ku koma ga Allah mai rai, wanda ya hallici sama da kasa da teku da dukan abubuwa da ke cikinsu.
16 ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
A da dai ya bar mutane su yi abinda suka ga dama.
17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
Duk da haka, bai bar kansa ba tare da shaida ba, don yana bada abubuwa masu kyau, yana ba ku ruwan sama, lokatai masu albarka, ya cika ranku da abinci da farin ciki.”
18 ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
Duk da wadannan kalmomin da kyar, Bulus da Barnaba suka iya tsayar da su daga yi masu hadaya.
19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Amma wasu Yahudawa daga Antakiya da wasunsu daga Ikoniya suka rinjayi tarun jama'ar. Suka jajjefi Bulus suka ja shi zuwa wajen garin, suna ganin kamar ya mutu.
20 ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
Duk da haka da almajirai suka kewaye shi a tsaitsaye, sai ya tashi ya koma cikin garin. Washegari, ya tafi Darba tare Barnaba.
21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Bayan sun yi wa'azin bishara a wannan birnin suka kuma sami almajirai da yawa, suka dawo Listira, da Ikoniya da Antikiya.
22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Suna karfafa zuciyar almajiran su rike bangaskiyarsu, su ci gaba da ita, suna ce masu, “Ta wurin jimrewa mai yawa zamu shiga mulkin Allah, don haka dole ne mu sha wahala.”
23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
Da suka zabar masu dattawa a kowace iklisiya, sai suka yi addu'oi da azumi, suka mika su ga Ubangiji, ga wanda suka gaskanta a gareshi.
24 ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,
Sa'annan sun bi ta Bisidiya suka kai Bamfiliya.
25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
Da suka yi maganarsu a Biriya, sun wuce zuwa har Italiya.
26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Ta jirgin ruwa zuwa Antakiya, a nan ne aka mika su ga alherin Allah don aikin da suka gama a yanzu.
27 ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।
Da isowarsu Antakiya sun tara 'yan iklisiya a wuri daya, sun ba da labarin dukan abin da Allah ya yi ta wurinsu. Da yadda Ya bude kofa a wurin al'ummai ta bangaskiya.
28 ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।
Sun zauna tare da almajiran na tsawon lokaci.