< ପ୍ରେରିତ 15 >

1 ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
nubo kangembo yirau yahudiya cin bou Antakiya ri, ciin merang kebcebo nen, ki “Tano kom biye bo laro nawo werfun Musa ro tokkeri, mani ko fiya cerkati.”
2 ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।
Wo dok Bulus kange Barnabas mor kobkangka kane ci. la cin cok Bulus kange Barnabas kange kangembo mre ce na cin ya Ursalima, cin wabkangi kange nobtomange bo, kange nubo durtinimbo dor meke wo.
3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
La nubo ku wabeu tom ci, cin cu mor finikiya kange Samariya la ciin yi cii yioka nubeko kumtacileu. ciin bou ki fuwor nerero dur fiye kebcebo wiye.
4 ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।
Ki kwama wo ci bou mor Ursalima, nubo bi kurwabereu yoci kange nob tomangeebo, kange nubo durtinimbo, la cin yici dikero gwam wo kwama mani ki ci yeu.
5 କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
Di la nubo kangembo wone bilenke, wo ki more nob ding lingebeu, kweni tiri ciki, “Tamnyo a biye cinan lor, rina neci nyal ri naci bwangten werfuner Musa ro”.
6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।
La nob bwangkabo kange nubo durko mweri wari naci to dike wor.
7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Bwiko kwob kanka ko duce ri, Bitrus kweni tii ri, la yi ciki “Kem bibo, kom nyimom ki kwama duce cumeu, kwama ck ni more kume, la nyimi nubo kumtacileu a nuwa fulen kerer certiye, naci ne bilenke.
8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
kwama wo nyimom mor nereu, la yici ki yuwa tangbe co wucakke ci nee cii na wo ci ne beu.
9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।
Ci tu bobo ki dimen kange ci la cin nirom ner cero ki belinke.
10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?
La nyori, ye bwi ko cuwa kwama, la kom yo nob bwanka bonen ten tu tum ti, wo tebbeb kaka'a bo dolbo tu kake?
11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।
Dila bin ne bilenke ban fiya fuloka ki luma nere kwama na ci ken.
12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Nubo gwam tam cinge kambo ci nuwa Barnabas ti kange Bulus yici yirom boti kange diker nyimankako wo kwama mani tiber nubo kumtancileu kange ceke.
13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।
kambo diim tokka kere kori, Yakubu ciya ki “Kebmibo, ko nuwa ye.
14 ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Simon tok kambo kwama ki kaba ki lumanek tiikam nubo wo yim kumtacileu ri naci to dorcero nin nob more ce.
15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,
Ke tinim nob tomangeb dukumero ciya kange wo, nawo mulangum meu.
16 “‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
Bwiko dikero wo man yilau, ri man mutilo Dauda wi tak, wo yuram bitineu, man yila muti tiyak cekowi, nabi tiken ki cho.
17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
La nubo kumeu atin do kwama kange nubo kumta cileu gwam wo cico tiki dem mire.
18 ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’ (aiōn g165)
wo cho dike kwama tokkeu, wo ma dikero buro nyumom nanduweu. (aiōn g165)
19 ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
Nyori, mi tori bi nere nubo kumta cileu wo yilam kwama nineu dotange.
20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Dila kange cinen tam nyo ciya dubom fulendo kange buro tumbo, kange wo ka biciro bwiyam bwiya.
21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”
Wori ci tok ker ti mor werfun Musa mor cinan lor gwam ki kaltiro nanduweu la ciki kiyei mor bikur waber diye fobka gwam.
22 ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
La yor nob tomnagebonen kange nubo durko kange nubo bikur wabe ro nen gwammeu na ci chok Yahuza cwoti ki Barsabbas kange cila buro no nubo dor kebcebeu. la cin tom Antakiya kange Bulus Barnabas.
23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
cin mulangi ki kangcek fiye nob tomangebo, kange nubo durko, keb kumebo, ki kebnyebo wo no kumtacileu mor Antakiya, Siriya, Ciliciya, Yarume.
24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
wori nyim nuwa kangem nubo ceri fou nyinen, kebo ki yomka nyek, la cin kwomcang kom ki keti ro kange kumen nereu.
25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Nyitori yori kabo nyo wo nyane dume ne wine nanyi cok nubo kangem ri nanyi tomci kumen kange nubo nyi cui cuiyeu Barnabas kange Bulus.
26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ।
Nubo wo neken dume ceu ki Teluwer bek Yesu Kiriti.
27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
La nyin tom yakubu kange Silas wo, ayikom dike coti win ken ki mor kere ce.
28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
Wori yori kabo yuwa tangbe kwamakonen kang nyo ri, nyi yo kumen deben do dur wo la dikero wo tam a bwang tenneu.
29 ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Di kom dubom dike cii neken bibwiteu, noka bwiyale, woka biciro bwiyam bwiyau, kange buroka. No kom dubom dikero buro ri, kan yi kwamer.
30 ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
La ciin kambo ci yalammeri, yirau antakiya, kambo ci mweru nubo duce wariyeri, ciin neken cii mulangkako.
31 ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।
Ki bwikob kiyekako ri, ciin bilangi ki bikwan nere ro.
32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
yahuza kange wo nob tomangeb dukumek takeu ne nubo bi kwan neret ki keti duce, ri la cin fiya bi kwan.
33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
kambo ci darang kume tini wiyeri, ciin yoken cii ki fuwor neret nubo co nen, na ci yilaken nubo tomou ciye nen.
34 [କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।]
Dila cila tori yori kabo ci tim wi.
35 ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Dila Bulus kange Barnabas tim Antakiya (kang tangum kebcebo duce) ci ki merang cinen ti ri, ci tok ker kwamaro ti.
36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
Kambo kume tini ri Bulus yi Barnabas ki' na weu “bi yila nabi yarum kebbebo mor Cinanloro gwam wo ni tok ker kwamareu, nabi to keno ci mati nyi ri”.
37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
Barnabas cui naci tu Yahaya cii cuo ti ki Markus ce kange ci.
38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।
Dila Bulus kwabi ri, ki yorbo cia tu Markus, wo dubom cii mor Bamfiliya ri yabo kab tak kange ci nagen do nineu.
39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,
La kwob kangkako dou tiber cer, la bou ki yal kanka bwitici, Barnabas tu Markus kane co la yab mwmbo ciin yaken kuburus.
40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Dila Bulus cok cica can ciin cu, bwiko dulo ko kebcebo kwocinen, neken cii kang luma kwama.
41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।
La cin yaken mor Syria kange Cilicia, ci nee nubo bikur wabere bikwan neret ti.

< ପ୍ରେରିତ 15 >