< ପ୍ରେରିତ 15 >

1 ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Anthu ena ochokera ku Yudeya anafika ku Antiokeya ndipo amaphunzitsa abale kuti, “Ngati simuchita mdulidwe potsata mwambo wa Mose, simungapulumuke.”
2 ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।
Zimenezi zinachititsa Paulo ndi Barnaba kuti atsutsane nawo kwambiri. Kotero Paulo ndi Barnaba anasankhidwa pamodzi ndi abale ena kuti apite ku Yerusalemu kukaonana ndi atumwi ndi akulu ampingo kukakambirana za nkhaniyi.
3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
Mpingo unawaperekeza, ndipo pamene amadutsa ku Foinike ndi Samariya, iwo anafotokoza momwe a mitundu ina anatembenukira mtima. Nkhani imeneyi inakondweretsa kwambiri abale onse.
4 ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।
Atafika ku Yerusalemu, iwo analandiridwa ndi mpingo, pamodzi ndi atumwi ndiponso akulu ampingo. Paulo ndi Barnaba anawafotokozera zonse zimene Mulungu anachita kudzera mwa iwo.
5 କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
Kenaka, okhulupirira ena amene kale anali a gulu la Afarisi anayimirira ndipo anati, “Anthu a mitundu ina ayenera kuchita mdulidwe ndi kusunga malamulo a Mose.”
6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।
Atumwi ndi akulu ampingo anasonkhana kuti akambirane za nkhaniyi.
7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Atakambirana kwambiri Petro anayimirira, ndipo anawayankhula nati: “Abale, mukudziwa kuti masiku oyambirira Mulungu anandisankha ine pakati panu kuti anthu a mitundu ina amve kuchokera pakamwa panga mawu a Uthenga Wabwino ndi kukhulupirira.
8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Mulungu amene amadziwa mtima wa munthu, Iye anaonetsa kuti anawalandira powapatsa Mzimu Woyera, monga momwe anachita kwa ife.
9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।
Iye sanasiyanitse pakati pa ife ndi iwo, pakuti anayeretsa mitima yawo mwachikhulupiriro.
10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?
Tsopano, chifukwa chiyani mukuyesa Mulungu poyika goli mʼkhosi la ophunzira, limene ngakhale ife kapena makolo athu sangathe kulisenza?
11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।
Osatero! Ife tikukhulupirira kuti tinapulumutsidwa mwachisomo cha Ambuye athu Yesu Khristu, monga iwonso anachitira.”
12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Gulu lonse linakhala chete pamene amamvetsera Barnaba ndi Paulo akuwawuza za zizindikiro zodabwitsa zimene Mulungu anazichita pakati pa anthu a mitundu ina kudzera mwa iwo.
13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।
Iwo atatha kuyankhula, Yakobo anayankhula nati: “Abale, tandimverani.
14 ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Simoni watifotokozera mmene Mulungu poyamba paja anaonetsa kukhudzidwa kwake pomwe anatenga anthu a mitundu ina kukhala ake.
15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,
Mawu a aneneri akuvomereza zimenezi, monga kwalembedwa kuti,
16 “‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
“‘Zitatha izi Ine ndidzabwerera ndipo ndidzamanganso nyumba ya Davide imene inagwa. Ndidzakonzanso malo amene anagumuka, ndi kuyimanganso,
17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
kuti anthu otsalawo afunefune Ambuye, ndi anthu onse a mitundu ina amene atchedwa ndi dzina langa, akutero Ambuye, amene amachita zinthu zimenezi
18 ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’ (aiōn g165)
zinaululidwa kuyambira kalekale.’ (aiōn g165)
19 ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
“Chifukwa chake, ine ndikuweruza kuti tisamavute anthu a mitundu ina amene atembenuka mtima kutsata Mulungu.
20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Koma tiwalembere iwo, kuwawuza kuti asadye chakudya choperekedwa kwa mafano, apewenso dama, asadyenso nyama zochita kupotola kapena kudya magazi.
21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”
Pakuti malamulo a Mose akhala akulalikidwa mu mzinda uliwonse, kuyambira kalekale ndipo amawerengedwa mʼMasunagoge tsiku la Sabata.”
22 ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
Pamenepo atumwi ndi akulu ampingo, pamodzi ndi mpingo onse, anagwirizana zosankha anthu ena pakati pawo kuti awatume ku Antiokeya pamodzi ndi Paulo ndi Bamaba. Iwo anasankha Yudasi, wotchedwa Barsaba ndi Sila, anthu awiri amene anali atsogoleri pakati pa abale,
23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
kuti akapereke kalata yonena kuti, Kuchokera kwa atumwi ndi akulu ampingo, abale anu, Kwa anthu a mitundu ina okhulupirira a ku Antiokeya, Siriya ndi Kilikiya: Tikupereka moni.
24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Ife tamva kuti anthu ena ochokera pakati pathu, amene sitinawatume anakusokonezani maganizo ndi kukuvutitsani ndi zimene amakuwuzani.
25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Tsono ife tagwirizana kuti, tisankhe anthu ena ndi kuwatumiza kwa inu pamodzi ndi abale athu okondedwa Paulo ndi Barnaba,
26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ।
anthu amene anapereka moyo wawo chifukwa cha dzina la Ambuye athu Yesu Khristu.
27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
Nʼchifukwa chake, tikutumiza Yudasi ndi Sila kuti adzachitire umboni ndi mawu a pakamwa pawo za zimene ife talemba.
28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
Pakuti zinakomera Mzimu Woyera ndiponso ife kuti tisakusenzetseni katundu wina, kupatula zoyenera zokhazi:
29 ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Mupewe kudya chakudya choperekedwa nsembe kwa mafano, musadye magazi, kapena nyama yopha mopotola ndiponso musachite dama. Mudzachita bwino mukapewa zimenezi. Tsalani bwino.
30 ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
Anthu aja anatumidwa ndipo anafika ku Antiokeya, kumene anasonkhanitsa mpingo pamodzi napereka kalatayo.
31 ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।
Anthuwo anawerenga kalatayo ndipo abalewo anakondwa chifukwa cha mawu ake achirimbikitso.
32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Yudasi ndi Sila amene analinso aneneri, ananena zambiri zowalimbikitsa ndi kuwapatsa mphamvu abalewo.
33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
Atakhala kumeneko kwa kanthawi, abale aja anatsanzikana nawo mwamtendere kuti abwerere kwa amene anawatuma.
34 [କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।]
Koma Sila anasankha kuti akhale komweko.
35 ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Koma Paulo ndi Barnaba anatsalira ku Antiokeya kumene iwo pamodzi ndi ena ambiri anaphunzitsa ndi kulalikira Mawu a Ambuye.
36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
Patapita masiku ena Paulo anati kwa Barnaba, “Tiyeni tibwerere kuti tikaone abale ku mizinda yonse imene tinalalika Mawu a Ambuye ndipo tikaone mmene akuchitira.”
37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
Barnaba anafuna kutenga Yohane, wotchedwanso Marko, kuti apite nawo.
38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।
Koma Paulo anaganiza kuti sichinali cha nzeru kumutenga Yohane chifukwa iye anawathawa ku Pamfiliya ndipo sanapitirire nawo pa ntchito.
39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,
Iwo anatsutsana kwambiri kotero kuti anapatukana. Barnaba anatenga Marko ndipo anakwera sitima ya pamadzi kupita ku Kupro.
40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Paulo anasankha Sila. Abale atawapempherera kwa Ambuye kuti alandire chisomo, ananyamuka.
41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।
Iye anadutsa ku Siriya ndi ku Kilikiya kupita akulimbikitsa mipingo.

< ପ୍ରେରିତ 15 >