< ପ୍ରେରିତ 16 >
1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
And he came to Derbe and Lystra; and behold, a certain disciple was there, named Timothy, the son of a Jewess, who was a believer; but his father was a Greek.
2 ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
A good report was given of him by the brethren in Lystra and Iconium.
3 ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ।
This man Paul wished to go with him: and he took him and circumcised him, on account of the Jews that were in those places: for they all knew that his father was a Greek.
4 ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।
And as they went through the cities, they delivered to them the decrees that had been resolved on by the apostles and elders at Jerusalem, that they might keep them.
5 ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
Therefore, the churches were established in the faith, and they increased in number daily.
6 ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
When they had gone throughout Phrygia and the region of Galatia, being forbidden by the Holy Spirit to preach the word in Asia,
7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
and had come to Mysia, they attempted to go into Bithynia; and the Spirit did not permit them.
8 ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
But having passed by Mysia, they came down to Troas.
9 ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
And, during the night, a vision appeared to Paul. A certain man of Macedonia stood and besought him, saying: Come over to Macedonia and help us.
10 ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
After he had seen the vision, we immediately endeavored to go into Macedonia, concluding that the Lord had called us to preach the gospel to them.
11 ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
Therefore, setting sail from Troas, we came by a straight course to Samothracia, and, on the following day, to Neapolis,
12 ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
and thence to Philippi, which is the first city of that part of Macedonia, and a colony. We remained in that city some days:
13 ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।
and on the sabbath-day we went out of the city to the side of a river, where, as usual, was the house of prayer; and we sat down and spoke to the women who had come together.
14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
And a certain woman, named Lydia, a seller of purple, of the city of Thyatira, who worshiped God, heard; whose heart the Lord opened to attend to the things that were spoken by Paul.
15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
And when she and her household had been immersed, she besought us, saying: If you judge me to be faithful to the Lord, come into my house, and make it your home. And she con strained us.
16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।
And it came to pass, that as we were going to the house of prayer, there met us a certain maid-servant that had a spirit of Python, who brought much gain to her masters, by giving responses.
17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
She followed Paul and us, and cried out, saying: These men are the servants of the most High God, who show us the way of salvation.
18 ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।
And this she continued to do for many days. But Paul, being grieved, turned and said to the spirit: I command you, in the name of Jesus Christ, to come out of her. And it came out that very hour.
19 କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
And when her masters saw that the hope of their gain was gone, they seized Paul and Silas, and dragged them into the market to the rulers.
20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
And having brought them to the magistrates, they said: These men, who are Jews, do greatly trouble our city;
21 ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।
and they teach customs which it is not lawful for us, who are Romans, to receive or to observe.
22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
And the multitude rose up together against them; and the magistrates stripped off their clothes, and gave command to beat them with rods.
23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।
And when they had laid many stripes on them, they threw them into prison, and charged the jailer to keep them securely.
24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
And having received such a charge, he put them into the inner prison, and made their feet fast in the stocks.
25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
And at midnight Paul and Silas prayed, and sung a hymn to God; and the prisoners were listening to them.
26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
And suddenly there was a great earthquake, so that the foundations of the prison were shaken; and immediately all the doors were opened, and every one’s bonds were loosed.
27 ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।
And the jailer, being aroused from sleep, and seeing the doors of the prison open, drew his sword, and was about to kill himself, supposing that the prisoners had fled.
28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।
But Paul called out with a loud voice, saying: Do yourself no harm, for we are all here.
29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Then he called for a light, and sprang in, and trembling, he fell down before Paul and Silas;
30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?
and, having brought them out, he said: Sirs, what must I do to be saved?
31 ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
They replied: Believe on the Lord Jesus Christ, and you and your house shall be saved.
32 ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
And they spoke the word of the Lord to him, and to all that were in his house.
33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
And he took them at that hour of the night, and washed the blood from their stripes; and he was immersed, himself and all his, immediately.
34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
And he brought them into his house, and set food before them, and rejoiced, believing in God, with all his house.
35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
But when it was day, the magistrates sent the lictors, saying: Release those men.
36 ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
And the jailer told these words to Paul: The magistrates have sent to release you. Now, therefore, come out, and go in peace.
37 କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
But Paul said to them: Having publicly scourged us uncondemned, us who are Romans, they threw us into prison: and do they now put us out secretly? No, verily: but let them come and lead us out.
38 ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
And the lictors told these words to the magistrates: and they were alarmed when they heard that they were Romans;
39 ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
and they came, and entreated them, and led them out, and requested them to depart from the city.
40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।
And having come out of the prison, they went into the house of Lydia; and when they had seen the brethren, they comforted them, and departed.