< ପ୍ରେରିତ 17 >

1 ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
διοδευσαντες δε την αμφιπολιν και απολλωνιαν ηλθον εις θεσσαλονικην οπου ην η συναγωγη των ιουδαιων
2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
κατα δε το ειωθος τω παυλω εισηλθεν προς αυτους και επι σαββατα τρια διελεγετο αυτοις απο των γραφων
3 ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
διανοιγων και παρατιθεμενος οτι τον χριστον εδει παθειν και αναστηναι εκ νεκρων και οτι ουτος εστιν ο χριστος ιησους ον εγω καταγγελλω υμιν
4 ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
και τινες εξ αυτων επεισθησαν και προσεκληρωθησαν τω παυλω και τω σιλα των τε σεβομενων ελληνων πολυ πληθος γυναικων τε των πρωτων ουκ ολιγαι
5 କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
ζηλωσαντες δε οι απειθουντες ιουδαιοι και προσλαβομενοι των αγοραιων τινας ανδρας πονηρους και οχλοποιησαντες εθορυβουν την πολιν επισταντες τε τη οικια ιασονος εζητουν αυτους αγαγειν εις τον δημον
6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
μη ευροντες δε αυτους εσυρον τον ιασονα και τινας αδελφους επι τους πολιταρχας βοωντες οτι οι την οικουμενην αναστατωσαντες ουτοι και ενθαδε παρεισιν
7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
ους υποδεδεκται ιασων και ουτοι παντες απεναντι των δογματων καισαρος πραττουσιν βασιλεα λεγοντες ετερον ειναι ιησουν
8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।
εταραξαν δε τον οχλον και τους πολιταρχας ακουοντας ταυτα
9 ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
και λαβοντες το ικανον παρα του ιασονος και των λοιπων απελυσαν αυτους
10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
οι δε αδελφοι ευθεως δια της νυκτος εξεπεμψαν τον τε παυλον και τον σιλαν εις βεροιαν οιτινες παραγενομενοι εις την συναγωγην των ιουδαιων απηεσαν
11 ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
ουτοι δε ησαν ευγενεστεροι των εν θεσσαλονικη οιτινες εδεξαντο τον λογον μετα πασης προθυμιας το καθ ημεραν ανακρινοντες τας γραφας ει εχοι ταυτα ουτως
12 ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
πολλοι μεν ουν εξ αυτων επιστευσαν και των ελληνιδων γυναικων των ευσχημονων και ανδρων ουκ ολιγοι
13 କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
ως δε εγνωσαν οι απο της θεσσαλονικης ιουδαιοι οτι και εν τη βεροια κατηγγελη υπο του παυλου ο λογος του θεου ηλθον κακει σαλευοντες τους οχλους
14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
ευθεως δε τοτε τον παυλον εξαπεστειλαν οι αδελφοι πορευεσθαι ως επι την θαλασσαν υπεμενον δε ο τε σιλας και ο τιμοθεος εκει
15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
οι δε καθιστωντες τον παυλον ηγαγον αυτον εως αθηνων και λαβοντες εντολην προς τον σιλαν και τιμοθεον ινα ως ταχιστα ελθωσιν προς αυτον εξηεσαν
16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
εν δε ταις αθηναις εκδεχομενου αυτους του παυλου παρωξυνετο το πνευμα αυτου εν αυτω θεωρουντι κατειδωλον ουσαν την πολιν
17 ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
διελεγετο μεν ουν εν τη συναγωγη τοις ιουδαιοις και τοις σεβομενοις και εν τη αγορα κατα πασαν ημεραν προς τους παρατυγχανοντας
18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
τινες δε των επικουρειων και των στωικων φιλοσοφων συνεβαλλον αυτω και τινες ελεγον τι αν θελοι ο σπερμολογος ουτος λεγειν οι δε ξενων δαιμονιων δοκει καταγγελευς ειναι οτι τον ιησουν και την αναστασιν αυτοις ευηγγελιζετο
19 ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
επιλαβομενοι τε αυτου επι τον αρειον παγον ηγαγον λεγοντες δυναμεθα γνωναι τις η καινη αυτη η υπο σου λαλουμενη διδαχη
20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।
ξενιζοντα γαρ τινα εισφερεις εις τας ακοας ημων βουλομεθα ουν γνωναι τι αν θελοι ταυτα ειναι
21 ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
αθηναιοι δε παντες και οι επιδημουντες ξενοι εις ουδεν ετερον ευκαιρουν η λεγειν τι και ακουειν καινοτερον
22 ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।
σταθεις δε ο παυλος εν μεσω του αρειου παγου εφη ανδρες αθηναιοι κατα παντα ως δεισιδαιμονεστερους υμας θεωρω
23 କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
διερχομενος γαρ και αναθεωρων τα σεβασματα υμων ευρον και βωμον εν ω επεγεγραπτο αγνωστω θεω ον ουν αγνοουντες ευσεβειτε τουτον εγω καταγγελλω υμιν
24 ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,
ο θεος ο ποιησας τον κοσμον και παντα τα εν αυτω ουτος ουρανου και γης κυριος υπαρχων ουκ εν χειροποιητοις ναοις κατοικει
25 କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।
ουδε υπο χειρων ανθρωπων θεραπευεται προσδεομενος τινος αυτος διδους πασιν ζωην και πνοην {VAR1: κατα } {VAR2: και τα } παντα
26 ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
εποιησεν τε εξ ενος αιματος παν εθνος ανθρωπων κατοικειν επι παν το προσωπον της γης ορισας προτεταγμενους καιρους και τας οροθεσιας της κατοικιας αυτων
27 ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
ζητειν τον κυριον ει αρα γε ψηλαφησειαν αυτον και ευροιεν καιτοιγε ου μακραν απο ενος εκαστου ημων υπαρχοντα
28 କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
εν αυτω γαρ ζωμεν και κινουμεθα και εσμεν ως και τινες των καθ υμας ποιητων ειρηκασιν του γαρ και γενος εσμεν
29 ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
γενος ουν υπαρχοντες του θεου ουκ οφειλομεν νομιζειν χρυσω η αργυρω η λιθω χαραγματι τεχνης και ενθυμησεως ανθρωπου το θειον ειναι ομοιον
30 ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
τους μεν ουν χρονους της αγνοιας υπεριδων ο θεος τα νυν παραγγελλει τοις ανθρωποις πασιν πανταχου μετανοειν
31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
διοτι εστησεν ημεραν εν η μελλει κρινειν την οικουμενην εν δικαιοσυνη εν ανδρι ω ωρισεν πιστιν παρασχων πασιν αναστησας αυτον εκ νεκρων
32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
ακουσαντες δε αναστασιν νεκρων οι μεν εχλευαζον οι δε ειπον ακουσομεθα σου παλιν περι τουτου
33 ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ।
και ουτως ο παυλος εξηλθεν εκ μεσου αυτων
34 କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।
τινες δε ανδρες κολληθεντες αυτω επιστευσαν εν οις και διονυσιος ο αρεοπαγιτης και γυνη ονοματι δαμαρις και ετεροι συν αυτοις

< ପ୍ରେରିତ 17 >