< ପ୍ରେରିତ 18 >

1 ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।
Potom pak Pavel vyšed z Atén, přišel do Korintu.
2 ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,
A nalez jednoho Žida, jménem Akvilu, kterýž byl rodem z Pontu, kterýž nedávno byl přišel z Vlach, i Priscillu manželku jeho, (proto že byl rozkázal Klaudius, aby všickni Židé z Říma vyšli, ) i přivinul se k nim.
3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
A že byl téhož řemesla, bydlil u nich, a dělal; nebo řemeslo jejich bylo stany dělati.
4 ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
I hádal se v škole na každou sobotu, a k získání přivodil i Židy i Řeky.
5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
A když přišli z Macedonie Sílas a Timoteus, rozněcoval se v duchu Pavel, osvědčuje Židům, že Ježíš jest Kristus.
6 କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।
A když oni odporovali a rouhali se, vyraziv prach z roucha, řekl jim: Krev vaše na hlavu vaši. Já čist jsa, hned půjdu ku pohanům.
7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ବରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।
A jda odtud, všel do domu nějakého Justa jménem, ctitele Božího, kteréhož dům byl u samé školy.
8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
Krispus pak, kníže školy, uvěřil Pánu se vším domem svým, a mnozí z Korintských slyšavše, uvěřili a pokřtěni byli.
9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
I řekl Pán v noci u vidění Pavlovi: Neboj se, ale mluv a nemlč.
10 କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
Nebo já s tebou jsem, a žádnýť nesáhne na tebe, aťby zle učinil; nebo mnoho mám lidu v tomto městě.
11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।
I byl tu půl druhého léta, káže jim slovo Boží.
12 କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Když pak Gallio vládařem byl v Achaii, povstali jednomyslně Židé proti Pavlovi, a přivedli jej před soudnou stolici,
13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।
Pravíce: Tento navodí lidi, aby proti zákonu ctili Boha.
14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା,
A když Pavel měl již otevříti ústa, řekl Gallio Židům: Ó Židé, jestliže by co nepravého stalo se, neb nešlechetnost nějaká, slušně bych vás vyslyšel.
15 ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
Pakliť jsou jaké hádky o slovích a o jméních a zákonu vašem, vy sami k tomu přihlédněte. Já zajisté toho soudce býti nechci.
16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।
I odehnal je od soudné stolice.
17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।
Tedy Řekové všickni, uchopivše Sostena, kníže školy, bili jej před soudnou stolicí, a Gallio na to nic nedbal.
18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
Pavel pak, pobyv tam ještě za mnoho dní, i rozžehnav se s bratřími, plavil se do Syrie, a s ním spolu Priscilla a Akvila, oholiv hlavu v Cenchreis; nebo byl učinil slib.
19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
I přišed do Efezu, nechal jich tu; sám pak všed do školy, hádal se s Židy.
20 ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
A když ho prosili, aby déle pobyl u nich, nepovolil.
21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
Ale požehnav jich, řekl: Musím já jistotně svátek ten, kterýž nastává, v Jeruzalémě slaviti, ale navrátím se k vám zase, bude-li vůle Boží. I bral se z Efezu.
22 କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
A přišed do Cesaree, vstoupil, a pozdraviv církve, odtud šel do Antiochie.
23 ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
A pobyv tu za některý čas, odšel a procházel pořád Galatskou krajinu a Frygii, potvrzuje všech učedlníků.
24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
Žid pak nějaký, jménem Apollo, rodem z Alexandrie, muž výmluvný, přišel do Efezu, učený v písmě.
25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Ten byl počátečně naučen cestě Páně, a byv vroucího ducha, mluvil a učil pilně těm věcem, kteréž jsou Páně, znaje toliko křest Janův.
26 ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।
A ten počal svobodně mluviti v škole. Kteréhož slyševše Priscilla a Akvila, přijali ho k sobě, a dokonaleji vypravovali jemu o cestě Boží.
27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
A když chtěl jíti do Achaie, bratří napomenuvše ho, psali učedlníkům, aby jej přijali. Kterýž když tam přišel, mnoho prospěl těm, kteříž uvěřili skrze milost Boží.
28 କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।
Nebo náramně přemáhal Židy, zjevně přede všemi toho dokazuje z písem, že Ježíš jest Kristus.

< ପ୍ରେରିତ 18 >