< ପ୍ରେରିତ 19 >

1 ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
Dok je Apolon bio u Korintu, Pavao, pošto prođe gornje krajeve, dođe u Efez, nađe neke učenike
2 ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।
pa ih upita: “Jeste li primili Duha Svetoga kad ste povjerovali?” Oni će mu: “Ta ni čuli nismo da ima Duh Sveti.”
3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।
Nato će on: “Kako ste onda kršteni?” “Krštenjem Ivanovim”, odvrate oni.
4 ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।
Nato će Pavao: “Ivan je krstio krštenjem obraćenja govoreći narodu da vjeruje u Onoga koji za njim dolazi, to jest u Isusa.”
5 ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
Čuvši to, krste se u ime Gospodina Isusa,
6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
pa kad Pavao položi na njih ruke, dođe Duh Sveti na njih te stanu govoriti drugim jezicima i prorokovati.
7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।
Bijaše u svemu dvanaestak muževa.
8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
Onda Pavao uđe u sinagogu te je tri mjeseca hrabro raspravljao i uvjeravao o kraljevstvu Božjem.
9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Ali kako neki, okorjeli i nepokorni, ocrnjivahu ovaj Put pred mnoštvom, odstupi od njih, odvoji učenike i danomice raspravljaše u školi nekog Tirana.
10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
Trajalo je to dvije godine, tako da su svi azijski žitelji, Židovi i Grci, čuli riječ Božju.
11 ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
Bog je pak činio čudesa nesvakidašnja po rukama Pavlovima
12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
tako da bi na bolesnike stavljali rupce ili rublje s Pavlova tijela pa bi s njih nestajalo bolesti i zli duhovi iz njih izlazili.
13 କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
Zato i neki Židovi zaklinjaoci-potukači pokušaše zazvati ime Gospodina Isusa nad one koji imahu zle duhove. Govorili su: “Zaklinjem vas Isusom koga Pavao propovijeda.”
14 ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।
To činjaše sedam sinova nekog Skeve, židovskoga velikog svećenika.
15 ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
Zli im duh odvrati: “Isusa poznajem i Pavla znam, ali tko ste vi?”
16 ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
I čovjek u kome bijaše zli duh, nasrnu na njih i nadjača ih te oni goli i izranjeni pobjegoše iz one kuće.
17 ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।
Doznaše to svi žitelji efeški, Židovi i Grci, pa ih sve obuze strah te se stade veličati ime Gospodina Isusa.
18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
Mnogi pak od onih koji su povjerovali dolazili su ispovijedati i očitovati svoja djela.
19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।
I podosta onih koji su se bavili praznovjerjem donosili su knjige i spaljivali ih pred svima. Procijeniše ih te nađoše da vrijede pedeset tisuća srebrnjaka.
20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
TAko se snagom Gospodnjom Riječ širila i jačala.
21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
Pošto se to ispuni, naumi Pavao preko Makedonije i Ahaje otići u Jeruzalem te reče: “Pošto budem ondje, trebat će da i Rim vidim.”
22 ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
Onda posla u Makedoniju dvojicu svojih poslužitelja, Timoteja i Erasta, a on provede još neko vrijeme u Aziji.
23 ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
Nekako u ono doba nasta nemalena pobuna protiv ovog Puta.
24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା।
Neki srebrar, imenom Demetrije, izrađivao je srebrne hramiće Artemidine i namicao obrtnicima nemalu dobit.
25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
Skupi on njih i sve koji su se bavili takvim poslom te im reče: “Ljudi, vi znate, u ovom je umijeću naše blagostanje.
26 ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
A vidite i čujete da je taj Pavao ne samo u Efezu nego gotovo i u svoj Aziji uvjerio i preokrenuo poveliko mnoštvo govoreći da nema bogova rukama izdjeljanih.
27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।
Tako prijeti opasnost ne samo da na zao glas dođe naše zanimanje, nego i to da se ništa neće držati do hrama velike božice Artemide te će nestati veličanstva one koju štuje sva Azija i sav svijet.”
28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
Čuvši to, razgnjeve se pa poviču: “Velika je Artemida efeška!”
29 ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।
Sav se grad uskomeša; jednodušno nahrupe u kazalište vukući sa sobom Makedonce Gaja i Aristarha, suputnike Pavlove.
30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।
Kad je Pavao htio među narod, ne dopustiše mu učenici.
31 ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।
Čak i neki azijarsi, njegovi prijatelji, poslaše k njemu i zamoliše da ne dolazi u kazalište.
32 ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।
Jedni su izvikivali jedno, drugi drugo jer je skup bio uskomešan te mnogi nisu ni znali zašto su se strčali.
33 ଆଉ ଯିହୁଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା।
Neki iz svjetine uputiše nekog Aleksandra jer su ga Židovi gurali naprijed. Aleksandar pak mahnu rukom i htjede se obraniti pred narodom.
34 କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
Ali kada doznaše da je Židov, udarahu gotovo dva sata svi u jedan glas: “Velika je Artemida efeška!”
35 ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?
Onda tajnik umiri svjetinu pa reče: “Efežani! Tko to od ljudi ne zna da je grad Efez čuvar hrama velike Artemide i kipa s neba palog?
36 ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।
Budući dakle da je to neporecivo, valja da budete mirni te ništa brzopleto ne činite.
37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।
Doveli ste ove ljude, a nisu ni svetokradice ni hulitelji naše božice.
38 ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
Ako pak Demetrije i njegovi obrtnici imaju protiv koga kakvu tužbu, sudovi se sastaju, a tu su i prokonzuli. Neka se tuže!
39 କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।
Ištete li pak što drugo, u zakonitu će se skupu riješiti.
40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।
Ta izlažemo se opasnosti da za ovo današnje budemo optuženi s pobune jer nema nikakva razloga kojim bismo mogli opravdati ovu strku.”
41 ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।
To rekavši, raspusti skup.

< ପ୍ରେରିତ 19 >