< ପ୍ରେରିତ 2 >

1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Litafika tsiku la chikondwerero cha Pentekosite, onse anali pamodzi.
2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
Mwadzidzidzi kunamveka mkokomo kuchokera kumwamba ngati wa mphepo yamphamvu, ndipo inadzaza nyumba yonse imene amakhala.
3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।
Iwo anaona zinthu zokhala ngati malilime amoto ogawikana ndipo anakhala pa aliyense wa iwo.
4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Ndipo onse anadzazidwa ndi Mzimu Woyera, nayamba kuyankhula mu ziyankhulo zina, monga Mzimu Woyerayo anawayankhulitsa.
5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
Ayuda woopa Mulungu ochokera ku mayiko onse a dziko lapansi ankakhala mu Yerusalemu nthawi imeneyi.
6 ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।
Utamveka mkokomo uja, gulu la anthu linasonkhana. Anthuwo anadabwa chifukwa aliyense anawamva atumwiwo akuyankhula ziyankhulo zosiyanasiyana.
7 ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
Mothedwa nzeru anafunsana kuti, “Kodi anthu onse amene akuyankhulawa si Agalileya?
8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
Nanga bwanji aliyense wa ife akuwamva iwo mu chinenero cha kwawo?
9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
Apanti, Amedi ndi Aelami; okhala ku Mesopotamiya, ku Yudeya ndi ku Kapadokiya, ku Ponto ndi ku Asiya,
10 ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
ku Frugiya ndi Pamfiliya, ku Igupto ndi ku madera a ku Libiya kufupi ndi ku Kurene; alendo ochokera ku Roma,
11 ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
Ayuda ndi otsatira chipembedzo cha Chiyuda onse pamodzi; Akrete ndi Aarabu, ife tonse tikuwamva akuyankhula za ntchito zodabwitsa za Mulungu mu ziyankhulo zathu.”
12 ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
Modabwa ndi mothedwa nzeru anafunsana wina ndi mnzake kuti, “Zimenezi zikutanthauzanji?”
13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
Koma ena anawaseka nati, “Aledzera vinyo watsopano.”
14 କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Koma Petro anayimirira pamodzi ndi atumwi khumi ndi mmodziwo ndipo anakweza mawu ake nayankhula kwa gulu la anthu nati: “Ayuda anzanga, ndi nonse amene muli mu Yerusalemu, mvetsetsani izi ndipo tcherani khutu ku zimene ndikunena.
15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
Kunena zoona, anthu awa sanaledzere ayi, monga momwe mukuganizira, pakuti ino ndi 9 koloko mmawa!
16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
Koma izi ndi zimene ananena Mneneri Yoweli kuti:
17 ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
“‘Mulungu akuti, mʼmasiku otsiriza ndidzakhuthulira Mzimu wanga pa anthu onse. Ana anu aamuna ndi aakazi adzanenera, anyamata anu adzaona masomphenya, nkhalamba zanu zidzalota maloto.
18 ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
Ngakhalenso pa antchito anga aamuna ndi aakazi, ndidzakhuthulira Mzimu wanga masiku amenewo, ndipo iwo adzanenera.
19 ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
Ndipo ndidzaonetsa zodabwitsa mlengalenga ndi zizindikiro pa dziko lapansi pano, ndizo magazi, moto ndi utsi watolotolo.
20 ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
Dzuwa lidzadetsedwa ndipo mwezi udzaoneka ngati magazi lisanafike tsiku lalikulu ndi laulemerero la Ambuye.
21 ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
Ndipo aliyense amene adzayitana pa dzina la Ambuye adzapulumuka.’
22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
“Inu Aisraeli mverani mawu awa; Yesu wa ku Nazareti anali munthu amene anaperekedwa kwa inu ndi Mulungu. Ndipo Mulungu anakutsimikizirani zimenezi ndi zamphamvu, zodabwitsa ndi zizindikiro zimene anachita mwa Iye pakati panu, monga inu mukudziwa.
23 ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;
Yesu ameneyu anaperekedwa kwa inu mwa kufuna ndi kudziwiratu kwa Mulungu; ndipo inu mothandizidwa ndi anthu oyipa, munamupha Iye pomupachika pa mtanda.
24 କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Koma Mulungu anamuukitsa kwa akufa, kumumasula Iye ku zowawa za imfa, chifukwa kunali kosatheka kuti agwiridwe ndi imfa.
25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
Pakuti Davide ananena za Iye kuti, “‘Ndinaona Ambuye pamaso panga nthawi zonse. Chifukwa Iye ali kudzanja langa lamanja, Ine sindidzagwedezeka.
26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Chifukwa chake mtima wanga ndi wokondwa ndipo lilime langa likukondwera; thupi langanso lidzakhala ndi chiyembekezo.
27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। (Hadēs g86)
Chifukwa simudzasiya moyo wanga kumalo a anthu akufa, ku manda, kapena kulekerera Woyerayo kuti awole. (Hadēs g86)
28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
Inu munandidziwitsa ine njira zamoyo; Inu mudzandidzaza ndi chimwemwe pamaso panu.’
29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
“Abale, ine ndikuwuzani motsimikiza kuti kholo lathu Davide anamwalira ndipo anayikidwa mʼmanda, ndipo manda ake alipo lero lino.
30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
Koma iye anali mneneri ndipo anadziwa kuti Mulungu analonjeza ndi lumbiro kuti adzayika mmodzi wa zidzukulu zake pa mpando waufumu.
31 ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। (Hadēs g86)
Davide ataoneratu zimene zinali mʼtsogolo anayankhula za kuuka kwa Khristu, kuti Iye sanasiyidwe mʼmanda, ndipo thupi lake silinawole. (Hadēs g86)
32 ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
Mulungu wamuukitsa Yesu ameneyu, ndipo ife ndife mboni za zimenezi.
33 ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Khristu anakwezedwa kukhala kudzanja lamanja la Mulungu, nalandira Mzimu Woyera amene Atate anamulonjeza, ndipo watipatsa ife zimene mukuona ndi kumvazi.
34 କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Pakuti si Davide anakwera kumwamba koma iye akuti, “‘Ambuye anawuza Ambuye anga kuti: Khala kudzanja langa lamanja
35 ‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
mpaka nditasandutsa adani ako kukhala chopondapo mapazi ako.’
36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
“Nʼchifukwa chake, Aisraeli onse adziwe ndithu kuti, Yesu amene inu munamupachika, Mulungu wamuyika kukhala Ambuye ndiponso Mpulumutsi.”
37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
Anthu atamva zimenezi, anatsutsika kwambiri mu mtima ndipo anati kwa Petro ndi atumwi enawo, “Abale, kodi ife tichite chiyani?”
38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Petro anawayankha kuti, “Lapani ndipo mubatizidwe aliyense wa inu, mʼdzina la Yesu Khristu kuti machimo anu akhululukidwe. Ndipo mudzalandira mphatso ya Mzimu Woyera.
39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
Pakuti lonjezoli ndi lanu ndi ana anu ndiponso la onse amene ali kutali, ndi iwo onse amene Ambuye Mulungu wathu adzawayitane.”
40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
Petro anawachenjeza ndi mawu ena ambiri, ndipo anawadandaulira iwo kuti, “Mudzipulumutse ku mʼbado owonongeka uno.”
41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Iwo amene anawulandira uthenga wake anabatizidwa ndipo tsiku lomwelo miyoyo pafupifupi 3,000 inawonjezedwa ku gulu lawo.
42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
Iwo ankasonkhana pamodzi kuphunzitsidwa ndi atumwi, pachiyanjano, pachakudya ndi popemphera.
43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
Aliyense ankachita mantha chifukwa cha zodabwitsa ndi zizindikiro zambiri zimene atumwi ankachita.
44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Okhulupirira onse anali pamodzi ndipo aliyense ankapereka zinthu zake kuti zikhale za onse.
45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Ankagulitsa minda yawo ndi katundu wawo, ndi kugawira kwa aliyense molingana ndi zosowa zake.
46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
Tsiku ndi tsiku ankasonkhana pamodzi pa bwalo la pa Nyumba ya Mulungu. Ankadya pamodzi mʼnyumba zawo mwasangala ndi mtima woona.
47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
Ankayamika Mulungu ndipo anthu onse ankawakomera mtima. Ndipo tsiku ndi tsiku Ambuye ankawonjezera ena pa chiwerengero cha olandira chipulumutso.

< ପ୍ରେରିତ 2 >