< ପ୍ରେରିତ 2 >
1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
When the day of Pentecost came, they were all together in one place.
2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
Suddenly a sound like a mighty rushing wind came from heaven and filled the whole house where they were sitting.
3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।
They saw tongues like flames of fire that separated and came to rest on each of them.
4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
And they were all filled with the Holy Spirit and began to speak in other tongues as the Spirit enabled them.
5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
Now there were dwelling in Jerusalem God-fearing Jews from every nation under heaven.
6 ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।
And when this sound rang out, a crowd came together in bewilderment, because each one heard them speaking his own language.
7 ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
Astounded and amazed, they asked, “Are not all these men who are speaking Galileans?
8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
How is it then that each of us hears them in his own native language?
9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
Parthians, Medes, and Elamites; residents of Mesopotamia, Judea and Cappadocia, Pontus and Asia,
10 ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
Phrygia and Pamphylia, Egypt and the parts of Libya near Cyrene; visitors from Rome,
11 ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
both Jews and converts to Judaism; Cretans and Arabs—we hear them declaring the wonders of God in our own tongues!”
12 ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
Astounded and perplexed, they asked one another, “What does this mean?”
13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
But others mocked them and said, “They are drunk on new wine!”
14 କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Then Peter stood up with the Eleven, lifted up his voice, and addressed the crowd: “Men of Judea and all who dwell in Jerusalem, let this be known to you, and listen carefully to my words.
15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
These men are not drunk, as you suppose. It is only the third hour of the day!
16 କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
No, this is what was spoken by the prophet Joel:
17 ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
‘In the last days, God says, I will pour out My Spirit on all people. Your sons and daughters will prophesy, your young men will see visions, your old men will dream dreams.
18 ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
Even on My menservants and maidservants I will pour out My Spirit in those days, and they will prophesy.
19 ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
I will show wonders in the heavens above and signs on the earth below, blood and fire and billows of smoke.
20 ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
The sun will be turned to darkness, and the moon to blood, before the coming of the great and glorious Day of the Lord.
21 ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
And everyone who calls on the name of the Lord will be saved.’
22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
Men of Israel, listen to this message: Jesus of Nazareth was a man certified by God to you by miracles, wonders, and signs, which God did among you through Him, as you yourselves know.
23 ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;
He was delivered up by God’s set plan and foreknowledge, and you, by the hands of the lawless, put Him to death by nailing Him to the cross.
24 କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
But God raised Him from the dead, releasing Him from the agony of death, because it was impossible for Him to be held in its clutches.
25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
David says about Him: ‘I saw the Lord always before me; because He is at my right hand, I will not be shaken.
26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Therefore my heart is glad and my tongue rejoices; my body also will dwell in hope,
27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। (Hadēs )
because You will not abandon my soul to Hades, nor will You let Your Holy One see decay. (Hadēs )
28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
You have made known to me the paths of life; You will fill me with joy in Your presence.’
29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
Brothers, I can tell you with confidence that the patriarch David died and was buried, and his tomb is with us to this day.
30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
But he was a prophet and knew that God had promised him on oath that He would place one of his descendants on his throne.
31 ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। (Hadēs )
Foreseeing this, David spoke about the resurrection of the Christ, that He was not abandoned to Hades, nor did His body see decay. (Hadēs )
32 ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
God has raised this Jesus to life, to which we are all witnesses.
33 ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Exalted, then, to the right hand of God, He has received from the Father the promised Holy Spirit and has poured out what you now see and hear.
34 କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
For David did not ascend into heaven, but he himself says: ‘The Lord said to my Lord, “Sit at My right hand
35 ‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
until I make Your enemies a footstool for Your feet.”’
36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
Therefore let all Israel know with certainty that God has made this Jesus, whom you crucified, both Lord and Christ!”
37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
When the people heard this, they were cut to the heart and asked Peter and the other apostles, “Brothers, what shall we do?”
38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Peter replied, “Repent and be baptized, every one of you, in the name of Jesus Christ for the forgiveness of your sins, and you will receive the gift of the Holy Spirit.
39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
This promise belongs to you and your children and to all who are far off—to all whom the Lord our God will call to Himself.”
40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
With many other words he testified, and he urged them, “Be saved from this corrupt generation.”
41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Those who embraced his message were baptized, and about three thousand were added to the believers that day.
42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
They devoted themselves to the apostles’ teaching and to the fellowship, to the breaking of bread and to prayer.
43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
A sense of awe came over everyone, and the apostles performed many wonders and signs.
44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
All the believers were together and had everything in common.
45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Selling their possessions and goods, they shared with anyone who was in need.
46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
With one accord they continued to meet daily in the temple courts and to break bread from house to house, sharing their meals with gladness and sincerity of heart,
47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
praising God and enjoying the favor of all the people. And the Lord added to their number daily those who were being saved.