< ପ୍ରେରିତ 20 >

1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।
After the uproar ceased, Paul summoned the disciples, said goodbye, and departed to go to Macedonia.
2 ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।
After going through those regions and encouraging the believers with many words, he came to Greece,
3 ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
where he stayed for three months. As he was about to set sail for Syria, a plot was made against him by the Jews, so the decision was made to return by way of Macedonia.
4 ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
Sopater of Berea accompanied him as far as Asia, and so did Aristarchus and Secundus of Thessalonica, Gaius of Derbe, Timothy, and Tychicus and Trophimus of Asia.
5 ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
These men went on ahead and waited for us in Troas.
6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
But we sailed from Philippi after the Feast of Unleavened Bread, and five days later we came to them at Troas, where we stayed for seven days.
7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
On the first day of the week, as the disciples were gathered together to break bread, Paul addressed them, intending to depart the next day, and he prolonged his message until midnight.
8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
Now there were many lamps in the upper room where we were gathered together,
9 ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
and a young man named Eutychus, who was sitting on the window sill, sank into a deep sleep while Paul continued speaking for a long time. Overcome by sleep, he fell down from the third story and was picked up dead.
10 ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
But Paul went down and threw himself on the young man. Taking him in his arms, he said, “Do not be alarmed, for his life is in him.”
11 ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।
Then Paul went back upstairs, and after he had broken bread and eaten, he conversed with the disciples for a long time, until dawn; that was how he departed.
12 ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।
And they brought the boy home alive and were comforted beyond measure.
13 କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।
Then we went to the ship and set sail for Assos, intending to take Paul on board there, for that is what he had arranged, since he himself intended to go by land.
14 ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,
When he met us in Assos, we took him on board and went to Mitylene.
15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
We set sail from there and arrived off Chios on the following day. The next day we reached Samos and stayed in Trogyllium, and the day after that we came to Miletus.
16 କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
For Paul had decided to sail past Ephesus so as not to spend time in Asia, because he was hurrying to arrive in Jerusalem, if possible, by the day of Pentecost.
17 ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
From Miletus Paul sent to Ephesus and called for the elders of the church.
18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
When they came to him, he said to them, “You yourselves know how I lived the whole time I was with you, from the day I first set foot in Asia,
19 ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
serving the Lord with all humility and with many tears and trials, which came upon me because of the plots of the Jews.
20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
You know that I did not hold back from declaring to you anything that was beneficial, and from teaching you in public and from house to house,
21 ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
testifying to both Jews and Greeks about repentance toward God and faith in our Lord Jesus.
22 ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
And now, behold, I am going to Jerusalem, compelled by the Spirit, not knowing what will happen to me there,
23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
except that the Holy Spirit testifies in every city that imprisonment and afflictions await me.
24 କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
But I take no account of these things, nor do I regard my life as precious to myself, if only I may complete my course with joy and the ministry that I received from the Lord Jesus, to testify to the gospel of the grace of God.
25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
“And now, behold, I know that none of you among whom I have gone about preaching the kingdom of God will see my face again.
26 ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
Therefore I testify to you this day that I am innocent of the blood of you all.
27 ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
For I have not held back from declaring to you the whole counsel of God.
28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
So keep watch over yourselves and over the entire flock. The Holy Spirit has appointed you as their overseers, to shepherd the church of our Lord and God, which he obtained with his own blood.
29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
For I know that after my departure fierce wolves will enter in among you, not sparing the flock.
30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Even from your own number men will rise up, speaking perverse things to draw the disciples away after them.
31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Therefore be watchful, remembering that, night and day, for three years I did not stop admonishing each one of you, with tears.
32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
And now, brothers, I entrust you to God and to the word of his grace, which is able to build you up and give you an inheritance among all who are sanctified.
33 ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
I coveted no one's silver, gold, or clothing.
34 ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
You yourselves know that these hands of mine ministered to my own needs and to the needs of those who were with me.
35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
In all things I have shown you that we must labor in this way and help those who are weak, remembering what the Lord Jesus himself said, ‘It is more blessed to give than to receive.’”
36 ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
After saying these things, Paul knelt down and prayed with them all.
37 ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
There was much weeping among them all, and they threw their arms around Paul's neck and kissed him,
38 ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।
being especially grieved over his statement that they would see his face no more. Then they accompanied him to the ship.

< ପ୍ରେରିତ 20 >