< ପ୍ରେରିତ 22 >

1 ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
Brethren, and Fathers, hear now my apology to you,
2 ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
---(and when they heard that he spake to them in the Hebrew dialect, they the more readily kept silence, and he said, )
3 ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
---I am indeed a Jew, born at Tarsus in Cilicia, but educated in this city at the feet of Gamaliel, accurately instructed in the law of our fathers, being zealous for God, as ye all are this day.
4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
And I persecuted those of this persuasion even unto death, binding and delivering into prisons both men and women.
5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।
As the high priest is my witness, and all the elders: from whom I received letters to our brethren, and went to Damascus to bring those also, that were there, bound to Jerusalem, to be punished.
6 କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
And it came to pass that as I was on my journey and drew nigh to Damascus, about mid-day, on a sudden a great light from heaven shone round about me:
7 ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”
and I fell to the ground, and heard a voice saying unto me, Saul, Saul, why persecutest thou me?
8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
And I answered, Who art thou, Lord? And He said unto me, I am Jesus of Nazareth, whom thou persecutest.
9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
And they that were with me saw the light indeed, and were affrighted; but they did not hear the voice of Him that spake to me.
10 ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
And I said, Lord, what shall I do? And the Lord said unto me, Arise, and go on to Damascus, and there it shall be told thee concerning all things which are appointed for thee to do.
11 ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
And as I could not see by reason of the glory of that light, being led by the hand by those that were with me, I came to Damascus.
12 ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
And one Ananias, a devout observer of the law, who had a good character from all the Jews that dwelt there,
13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
came to me, and stood by me, and said, Brother Saul, look up: and I immediately looked up upon him.
14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
And he said, The God of our Fathers hath before appointed thee to know his will, and to see the just One, and to hear a voice from his mouth.
15 କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
For thou shalt be his witness unto all men, of what thou hast seen and heard.
16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
And now why shouldst thou delay? Arise and be baptized, and wash away thy sins, calling upon the name of the Lord.
17 ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
And when I was returned to Jerusalem, and was praying in the temple, I was in a trance.
18 ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
And I saw Him saying unto me, Make haste and go quickly out of Jerusalem; for they will not receive thy testimony concerning me.
19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
And I said, Lord, they themselves know that I imprisoned and scourged in the synagogues them that believed on Thee.
20 ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
And when the blood of thy martyr Stephen was shed, I also stood by and consented to his death, and kept the clothes of them that slew him.
21 ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
But he said unto me, Go away; for I will send thee far hence unto the Gentiles.---
22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
And they heard him to this word, and then they exalted their voice, saying, Away with such a fellow from the earth; for it is not fit that he should live.
23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
And as they were bawling out, and throwing off their clothes, and casting up dust into the air,
24 ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
the tribune commanded him to be brought into the castle, and ordered him to be put to the question by scourging; that he might know for what reason they so cried out against him.
25 ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
And as they were binding him with thongs, Paul said to the centurion that stood by, Is it lawful for you to scourge a man who is a Roman, uncondemned?
26 ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
And the centurion hearing this, went and told the tribune, saying, Consider what thou art about to do; for this man is a Roman.
27 ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
Then the tribune came and said to him, Tell me, art thou a Roman? And he said, Yes.
28 ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
And the tribune replied, I obtained this freedom with a large sum of money. And Paul said, But I was free-born.
29 ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।
Immediately therefore those who were going to put him to the question quitted him: and the tribune also was afraid, when he knew that he was a Roman, and because he had bound him.
30 କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।
And on the morrow, desiring to know for certain what he was accused of by the Jews, he loosed him from his bonds, and ordered the chief priests and all their council to attend; and he brought down Paul, and set him before them:

< ପ୍ରେରିତ 22 >