< ପ୍ରେରିତ 22 >
1 ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
“Ndugu na baba zangu, sikilizeni utetezi wangu nitakaofanya kwenu sasa.”
2 ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
Makutano walipo sikia Paulo akiongea nao kwa kiebrania, wakanyamaza. Akasema,
3 ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
“Mimi ni myahudi, nimezaliwa mji wa Tarso eneo la Kilikia, ila nilipata elimu katika mji huu, miguuni pa Gamalieli. Nilifundishwa kulingana na njia sahihi za sheria za baba zetu. Mimi ninabidii ya Mungu, kama ninyi nyote mlivyo leo.
4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
Niliwatesa kwa njia hii hadi kufa; nikawafunga wanaume na wanawake na kuwatupa gerezani.
5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।
Hata kuhani mkuu na wazee wote wanaweza kutoa ushahidi kwamba nilipokea barua kutoka kwao kwa ajili ya ndugu walio Dameski, kwangu mimi kusafiri kwenda huko. Ilikuwa niwalete watu Yerusalemu wa njia ile ili wafungwe na kuadhibiwa.
6 କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
Ilitokea kwamba pale nilipokua nikisafiri nakaribia Dameski, majira ya mchana ghafla nuru kuu ikatokea mbinguni ikaanza kuniangaza.
7 ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”
Nikaanguka chini na kusikia sauti ikiniambia, 'Sauli, Sauli kwanini unaniudhi?'
8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
Nikajibu, 'wewe ni nani, Bwana?' Akaniambia, 'Mini ni Yesu Mnazareti, ambaye wewe unaniudhi.'
9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
Wale waliokuwa na mimi waliiona nuru, ila hawakusikia sauti ya yule alie ongea na mimi.
10 ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
Nikasema, 'Nifanye nini, Bwana?' Bwana akaniambia, 'Simama na uingie Dameski; huko utaambiwa kila kitu unachopaswa kufanya.'
11 ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
Sikuweza kuona kwa sababu ya muangaza wa nuru ile, ndipo nikaenda Dameski kwa kuongozwa na mikono ya wale waliokuwa na mimi.
12 ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
Huko nikakutana na mtu aitwaye Anania, alikuwa mtu aliyeshika sheria na mwenye kuheshimika mbele ya Wayahudi wote walioishi huko.
13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
Akaja kwangu, akasimama mbele yangu, na kusema, 'Ndugu yangu Sauli, upate kuona.'Kwa muda ule ule nikamuona.
14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
Akasema, 'Mungu wa baba zetu amekuchagua wewe upate kujua mapenzi yake, kumuona yule mwenyehaki, na kusikia sauti itokayo kwenye kinywa chake.
15 କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
Kwa sababu utakuwa shahidi kwake kwa watu wote juu ya uliyoyaona na kusikia.
16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
Basi sasa kwa nini unasubiri? Amka, ubatizwe, ukaoshe dhambi zako, ukiliita jina lake.'
17 ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
Baada ya kurejea Yerusalemu, na nilipokuwa nikisali ndani ya hekalu, ikatokea kwamba nikapewa maono.
18 ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
Nikamuona akiniambia, 'Hima na utoke Yerusalemu haraka, kwa sababu hawatakubali ushuhuda wako kuhusu mimi.'
19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Nikasema, 'Bwana, wao wenyewe wanajua niliwafunga gerezani na kuwapiga wale waliokuamini katika kila sinagogi.
20 ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
Na damu ya Stefano shahidi wako ilipomwagwa, Mimi pia nilikuwa nimesimama karibu na kukubali na nilikuwa nalinda nguo za wale waliomwua.'
21 ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
Lakini aliniambia, 'Enenda, kwa sababu mimi nitakutuma uende mbali kwa watu wa mataifa.”'
22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
Watu wakamruhusu aongee juu ya neno hili. Lakini baadaye walipaza sauti na kusema, “mwondoe mtu huyu katika nchi: kwa sababu sio sahihi aishi.”
23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
Walipokuwa wakipaza sauti, na kutupa mavazi yao na kutupa mavumbi juu,
24 ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
jemedari mkuu akaamuru Paulo aletwe ngomeni. Akaamuru aulizwe huku anapigwa mijeledi, ili yeye mwenyewe ajue kwa nini walikuwa wanampigia kelele namna ile.
25 ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
Hata walipokuwa wamemfunga kwa kamba, Paulo akamwambia yule akida aliye simama karibu naye, “Je! ni haki kwenu kumpiga mtu aliye Mrumi na bado hajahukumiwa?”
26 ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
Yule akida aliposikia maneno haya, akaenda kwa jemedari mkuu na kumwambia, akisema, “Unataka kufanya nini? Kwa maana mtu huyu ni mrumi.”
27 ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
Jemedari mkuu akaja na kumwambia, “Niambie, je wewe ni raia wa Rumi?” Paulo akasema, “Ndiyo.”
28 ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
Jemedari akamjibu, “Ni kupitia kiasi kikubwa cha pesa ndipo nilipata uraia.” Lakini Paulo akamwambia, “Mimi ni mrumi wa kuzaliwa.”
29 ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।
Basi wale waliokuwa tayari kwenda kumuuliza wakaondoka na kumwacha wakati huo huo. Na jemedari naye akaogopa, alipojua kuwa Paulo ni Mrumi, na kwa sababu amemfunga.
30 କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।
Siku iliyofuatayo, jemedari mkuu alitaka kujua ukweli kuhusu mashtaka ya Wayahudi dhidi ya Paulo. Hivyo akamfungua vifungo vyake akaamuru wakuu wa makuhani na baraza lote wakutane. Akamleta Paulo chini, na kumweka katikati yao.