< ପ୍ରେରିତ 23 >
1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।
Then Paul, looking intently at the council, said, “Men, brothers, I have lived in all good conscience before God until this day.”
2 ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।
So the high priest Ananias commanded those standing by him to strike his mouth.
3 ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?
Then Paul said to him: “God will strike you, you whitewashed wall! You sit there to judge me according to the law, yet you command me to be struck contrary to the law!”
4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
So those standing by said, “Do you reproach God's high priest?”
5 ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
Then Paul said, “I did not know, brothers, that he is high priest; for it is written: ‘Do not speak evil of a ruler of your people.’”
6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
Now when Paul perceived that one part were Pharisees and the other Sadducees, he called out in the council, “Men, brothers, I am a Pharisee, a son of a Pharisee; I am being judged concerning the hope and resurrection of the dead!”
7 ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।
When he had said this, an argument started between the Pharisees and the Sadducees, and the assembly was divided.
8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।
(Sadducees say that there is no resurrection, nor angel or spirit, but Pharisees confess both.)
9 ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।
There was a great clamor, and the scribes of the Pharisee party stood up and started arguing vigorously, saying, “We find nothing wrong with this man; but if a spirit or angel has spoken to him, let us not fight against God!”
10 ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।
Well the dissension became such that the commander, fearing that Paul might be torn in pieces by them, commanded the soldiers to go down and snatch him out of their midst and bring him into the barracks.
11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”
Now the following night the Lord stood by him and said, “Take courage, Paul, because as you have testified about me in Jerusalem, so you must also testify in Rome.”
12 ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
And when it was day, some of the Jews formed a conspiracy by binding themselves with a curse neither to eat nor to drink until they had destroyed Paul.
13 ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ।
Now there were more than forty who formed this plot.
14 ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।
They came to the chief priests and the elders and said: “We have bound ourselves with a terrible curse not to taste anything until we have killed Paul.
15 ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।
Now you, therefore, together with the council, explain to the commander that he should bring him down to you tomorrow, as though you are going to determine more accurately the facts in his case; but we are ready to destroy him before he comes near.”
16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।
But when Paul's sister's son heard about the ambush, he went and entered the barracks and told Paul.
17 ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି।
So Paul called one of the centurions and said, “Take this young man to the commander, because he has something to tell him.”
18 ତେଣୁ ସେ ତାହାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି।
So he took him and brought him to the commander and said, “Paul the prisoner called me over and asked me to bring this young man to you because he has something to tell you.”
19 ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?
So taking him by the hand, the commander went aside and asked privately, “What is it that you have to tell me?”
20 ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି।
So he said: “The Jews have agreed to ask you to bring Paul down to the council tomorrow as though intending to inquire somewhat more accurately concerning him.
21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।
But you should not believe them, because more than forty of their men are lying in wait for him, who have bound themselves with a curse neither to eat not to drink until they have destroyed him; even now they are ready, looking for your promise.”
22 ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।
Then the commander dismissed the young man commanding, “Don't tell anyone that you have revealed these things to me!”
23 ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।
Summoning two of the centurions he said: “Prepare two hundred soldiers, seventy horsemen and two hundred spearmen to go to Caesarea at the third hour of the night;
24 ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ।
and provide mounts to set Paul on so as to deliver him safely to Felix, the governor.”
25 ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,
He wrote a letter with this content:
26 ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।
“Claudius Lysias, to the most excellent governor Felix: Greetings.
27 ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି।
This man was seized by the Jews and was about to be killed by them; but I came with the troops and rescued him, having learned that he is a Roman.
28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି।
And wanting to know the reason they were accusing him, I took him down to their council.
29 ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।
I found that he was being accused about questions of their law, but there was no accusation worthy of death or bonds.
30 ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।
When I was told that the Jews were about to execute a plot against the man, I sent him to you at once, also directing his accusers to state the charges against him before you. Farewell.”
31 ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ।
So the soldiers, according to their orders, took Paul and brought him by night to Antipatris.
32 ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ।
The next day they left the horsemen to go on with him and returned to the barracks.
33 ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।
When they entered Caesarea and delivered the letter to the governor, they also presented Paul to him.
34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ,
When the governor read it, he asked what province he was from; learning that it was Cilicia,
35 ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ।
he said, “I will give you a hearing when your accusers also arrive.” And he commanded him to be guarded in Herod's Praetorium.