< ପ୍ରେରିତ 24 >
1 ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
Nakon pet dana siđe veliki svećenik Ananija s nekim starješinama i odvjetnikom, nekim Tertulom te izniješe upravitelju tužbu protiv Pavla.
2 ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Pošto dozvaše Pavla, poče ga Tertul optuživati: “Veliki mir što ga po tebi, vrli Felikse, uživamo i boljitak što tvojom providnošću narodu ovomu nastaje,
3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
u svemu i posvuda primamo sa svom zahvalnošću.
4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Ali, da ti dulje ne dodijavam, molim te da nas u svojoj blagonaklonosti ukratko poslušaš.
5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Utvrdismo da je ovaj čovjek kuga, da pokreće bune među svim Židovima po svijetu, da je kolovođa nazaretske sljedbe,
6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
da je čak i Hram pokušao oskvrnuti pa ga uhitismo.
7 କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
Od njega, ako ga o svemu tomu ispitaš, možeš saznati za što ga mi optužujemo.”
9 ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
Podržaše ga i Židovi tvrdeći da je tako.
10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
Nato Pavao odvrati pošto mu upravitelj kimnu da govori: “Kako znam da si već mnogo godina sudac narodu ovomu, mirne se duše branim.
11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
Ta možeš se osvjedočiti da nema više od dvanaest dana otkad uzađoh u Jeruzalem da se poklonim.
12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,
A nisu me našli ni u Hramu da s kim raspravljam ili bunu podižem, ni u sinagogama, ni po gradu.
13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।
I ne mogu ti dokazati ono za što me sada optužuju.”
14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;
“Jamčim ti, naprotiv, ovo: Putom koji nazivaju sljedbom služim otačkom Bogu vjerujući u sve što je u Zakonu i u Prorocima napisano,
15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
uzdajući se u Boga da će uskrsnuti pravednici i nepravednici, što oni i sami očekuju.
16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
Zato se i ja trudim uvijek imati savjest besprijekornu pred Bogom i pred ljudima.”
17 ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
“Nakon više godina dođoh da donesem milostinju za svoj narod i prinose;
18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
dok sam ih prinosio, nađoše me posvećena u Hramu, a ne sa svjetinom ni u metežu.
19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।
Ali neki Židovi iz Azije - da, trebalo bi da se oni pojave pred tobom i optuže me ako što imaju protiv mene.
20 ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
Ili neka ovi sami kažu: koji su zločin na meni našli kad sam stajao pred Vijećem,
21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
osim možda one jedne riječi koju doviknuh među njima stojeći: Zbog uskrsnuća mrtvih sudi mi se danas pred vama!”
22 କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
Nato Feliks, koji je točno znao sve o ovom Putu, odgodi njihovu parnicu rekavši: “Kada dođe tisućnik Lizija, riješit ću vaš spor.”
23 ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
Satniku pak naredi da se Pavao čuva, ali da uživa olakšice i da se nikomu od njegovih ne brani posluživati ga.
24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।
Nakon nekoliko dana stigne i Feliks sa svojom ženom Druzilom koja bijaše Židovka; posla po Pavla i posluša ga o vjeri u Isusa Krista.
25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Kad Pavao stade raspravljati o pravednosti, uzdržljivosti i budućem Sudu, Feliks uplašen reče: “Zasad idi, a kad nađem vremena, pozvat ću te.”
26 ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Ujedno se nadao da će mu Pavao dati novaca. Zato ga je češće pozivao i s njim razgovarao.
27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Nakon dvije godine dobi Feliks za nasljednika Porcija Festa. Hoteći ugoditi Židovima, ostavi Feliks Pavla u okovima.