< ପ୍ରେରିତ 24 >

1 ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
Через п’ять днів первосвященник Ананія разом зі старійшинами та адвокатом Тертуллом прийшли до Кесарії та перед намісником висунули обвинувачення проти Павла.
2 ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Коли Павла покликали, Тертулл почав обвинувачувати його, кажучи: «Тривалий мир ми маємо завдяки тобі, і добрі речі були зроблені для цього народу через твою дбайливість.
3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
Поважний Феліксе! Ми з великою вдячністю завжди й повсюди це визнаємо.
4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Щоб не затримувати тебе довго, благаю тебе, вислухай нас коротко у своєму милосерді.
5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Ми з’ясували, що ця людина – бунтівник. Він провокує заворушення між усіма юдеями в усьому світі та очолює назарейську єресь.
6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
До того ж він намагався осквернити Храм. Тому ми його спіймали й хотіли судити за нашим Законом.
7 କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
Але прийшов Трибун Лісій і силоміць забрав його з наших рук,
8 ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
наказавши його обвинувачам іти до тебе. Якщо ти його допитаєш, то сам дізнаєшся про все, у чому ми його звинувачуємо».
9 ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
Інші юдеї теж долучилися до обвинувачень, говорячи, що все це правда.
10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
Коли намісник подав знак, Павло почав говорити: «Знаючи, що ти вже багато років суддя цього народу, я охоче буду захищатися.
11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
Ти можеш довідатись, що минуло не більше дванадцяти днів відтоді, як я прийшов до Єрусалима на поклоніння.
12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,
І не бачили мене, щоб я сперечався з кимось у Храмі або підбурював народ десь у синагогах чи в місті.
13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।
Вони навіть не можуть тобі довести того, у чому мене звинувачують.
14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;
Але я визнаю, що служу Богові батьків наших згідно з вченням Шляху, яке вони називають єрессю. Я вірю всьому, що записано в Законі та Пророках.
15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
У мене така ж надія на Бога, як і в них, що буде воскресіння праведних та неправедних.
16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
Тому я дбаю про те, щоб завжди мати чисте сумління перед Богом та людьми.
17 ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
Через багато років я прийшов, щоби подати моєму народові милостиню та принести жертви.
18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
За цим мене й знайшли очищеного в Храмі. Там не було ні натовпу, ні колотнечі.
19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।
Це були деякі юдеї з Азії, які мали би бути тут перед тобою, якщо мають щось проти мене.
20 ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
Або нехай присутні тут скажуть, яку провину знайшли в мені, коли я стояв у Синедріоні.
21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
Хіба що те слово, яке я вигукнув перед ними: „Сьогодні мене судять перед вами за воскресіння з мертвих!“»
22 କିନ୍ତୁ ଫେଲୀକ୍ସ୍‌ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
Тоді Фелікс, який добре знав про Шлях, відклав суд, сказавши: «Я винесу рішення з вашого питання, коли прийде Трибун Лісій».
23 ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
Він наказав сотникові стерегти Павла, але надати певну свободу й нікому з його близьких не забороняти, щоб служили йому.
24 କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।
Через декілька днів Фелікс прийшов разом зі своєю дружиною Друзиллою, яка була юдейкою. Він наказав покликати Павла, аби послухати про віру в Ісуса Христа.
25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Проте коли Павло говорив про праведність, здержливість та майбутній суд, Фелікс злякався й сказав: «Тепер іди! Коли матиму час, покличу тебе».
26 ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Він сподівався, що Павло дасть йому грошей, і тому часто наказував привести його та говорив із ним.
27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍‌ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Коли минуло два роки, замість Фелікса прийшов Порцій Фест. Бажаючи догодити юдеям, Фелікс залишив Павла у в’язниці.

< ପ୍ରେରିତ 24 >