< ପ୍ରେରିତ 25 >
1 ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,
Siku tatu baada ya kufika mkoani, Festo alitoka Kaisarea, akaenda Yerusalemu.
2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।
Makuhani wakuu pamoja na viongozi wa Wayahudi walimpa habari kuhusu mashtaka yaliyokuwa yanamkabili Paulo. Walimsihi Festo
3 ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
awafanyie fadhili kwa kumleta Paulo Yerusalemu; walikuwa wamekula njama wamuue akiwa njiani.
4 ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ।
Lakini Festo alijibu, “Paulo atabaki kizuizini kule Kaisarea na mimi nitakwenda huko karibuni.
5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
Waacheni viongozi wenu waende huko pamoja nami wakatoe mashtaka yao juu yake kama amefanya chochote kiovu.”
6 ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ।
Festo alikaa nao kwa muda wa siku nane au kumi hivi, kisha akarudi Kaisarea. Kesho yake alikwenda barazani, akaamuru Paulo aletwe ndani.
7 ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।
Wakati Paulo alipofika, Wayahudi waliokuwa wametoka Yerusalemu walimzunguka wakaanza kutoa mashtaka mengi mazitomazito ambayo hawakuweza kuthibitisha.
8 ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।
Kwa kujitetea, Paulo alisema, “Mimi sikufanya kosa lolote kuhusu Sheria ya Wayahudi, wala kuhusu Hekalu, wala kumhusu Kaisari.”
9 କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?
Festo alitaka kujipendekeza kwa Wayahudi na hivyo akamwuliza Paulo, “Je, ungependa kwenda Yerusalemu na huko ukahukumiwe mbele yangu kuhusu mashtaka haya?”
10 ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।
Paulo akajibu, “Nasimama mbele ya mahakama ya Kaisari na papa hapa ndipo ninapopaswa kupewa hukumu. Kama unavyojua vizuri, sikuwatendea Wayahudi ubaya wowote.
11 ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।
Basi, ikiwa nimepatikana na kosa linalostahili adhabu ya kifo, siombi kusamehewa adhabu hiyo. Lakini kama hakuna ukweli katika mashtaka waliyotoa watu hawa, hakuna awezaye kunikabidhi kwao. Nakata rufani kwa Kaisari!”
12 ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।
Basi, baada ya Festo kuzungumza na washauri wake, akamwambia Paulo, “Umekata rufani kwa Kaisari, basi, utakwenda kwa Kaisari.”
13 କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍ଙ୍କୁ ସାକ୍ଷାତ କଲେ।
Siku chache baadaye, mfalme Agripa na Bernike walifika Kaisarea ili kutoa heshima zao kwa Festo.
14 ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।
Walikuwa huko siku kadhaa naye Festo akamweleza mfalme kesi ya Paulo: “Kuna mtu mmoja hapa ambaye Felisi alimwacha kizuizini.
15 ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।
Nilipokwenda Yerusalemu makuhani wakuu na wazee wa Wayahudi walimshtaki na kuniomba nimhukumu.
16 ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।
Lakini mimi niliwajibu kwamba si desturi ya Waroma kumtoa mtu aadhibiwe kabla mshtakiwa hajakutana na washtaki wake ana kwa ana na kupewa fursa ya kujitetea kuhusu hayo mashtaka.
17 ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି।
Basi, walipofika hapa sikukawia, ila nilifanya kikao mahakamani kesho yake, nikaamuru mtu huyo aletwe.
18 ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ,
Washtaki wake walisimama lakini hawakutoa mashtaka maovu kama nilivyokuwa ninatazamia.
19 କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
Ila tu walikuwa na mabishano kadhaa pamoja naye kuhusu dini yao na kuhusu mtu mmoja aitwaye Yesu ambaye alikufa, lakini Paulo anashikilia kwamba yu hai.
20 ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲମ ସହରକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି।
Sikujua la kufanya kuhusu shauri hilo. Basi, nilimwuliza Paulo kama angependa kwenda mahakamani kule Yerusalemu kwa ajili ya mashtaka hayo.
21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି।
Lakini Paulo alikata rufani, akaomba aachwe kizuizini mpaka uamuzi wa shauri hilo ufanywe na Kaisari. Kwa hiyo niliamua akae kizuizini mpaka nitakapoweza kumpeleka kwa Kaisari.”
22 ସେଥିରେ ଆଗ୍ରିପ୍ପା ଫେଷ୍ଟସ୍ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।
Basi Agripa akamwambia Festo, “Ningependa kumsikia mtu huyu mimi mwenyewe.” Festo akamwambia, “Utamsikia kesho.”
23 ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।
Hivyo, kesho yake, Agripa na Bernike walifika kwa shangwe katika ukumbi wa mkutano wakiwa wameandamana na wakuu wa majeshi na viongozi wa mji. Festo aliamuru Paulo aletwe ndani,
24 ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।
Kisha akasema, “Mfalme Agripa na wote mlioko hapa pamoja nasi! Hapa mbele yenu yuko mtu ambaye jumuiya yote ya Wayahudi hapa na kule Yerusalemu walinilalamikia wakipiga kelele kwamba hastahili kuishi tena.
25 କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।
Lakini mimi sikuona kuwa alikuwa ametenda chochote kibaya hata astahili kupewa adhabu ya kifo. Lakini, kwa vile Paulo mwenyewe alikata rufani kwa Kaisari, niliamua kumpeleka.
26 ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
Kwa upande wangu sina habari kamili ambayo naweza kumwandikia Kaisari juu yake. Ndiyo maana nimemleta hapa mbele yenu na mbele yako mfalme Agripa, ili baada ya kumchunguza, niweze kuwa na la kuandika.
27 କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।
Kwa maana nadhani itakuwa kichekesho kumpeleka mfungwa bila kutaja wazi mashtaka yanayomkabili.”