< ପ୍ରେରିତ 26 >

1 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,
Wtedy Agryppa powiedział do Pawła: Wolno ci mówić we własnej obronie. Wówczas Paweł, wyciągnąwszy rękę, zaczął się bronić:
2 ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,
Królu Agryppo, uważam to za szczęście, że mam dziś bronić się wobec ciebie przed wszystkim, o co mnie oskarżają Żydzi.
3 ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।
Zwłaszcza że jesteś obeznany ze wszystkimi zwyczajami i sporami, które są między Żydami. Dlatego proszę cię, żebyś mnie cierpliwie wysłuchał.
4 ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;
Wszyscy Żydzi znają moje życie od młodości, jak je wiodłem od początku wśród mego narodu w Jerozolimie.
5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।
Znają mnie od dawna – gdyby chcieli zaświadczyć – że żyłem według [zasad] najsurowszego stronnictwa naszej religii jako faryzeusz.
6 ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।
A teraz stoję przed sądem z powodu nadziei [spełnienia] obietnicy danej ojcom przez Boga;
7 ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ବରଙ୍କ ସେବା କରୁଅଛନ୍ତି। ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି।
Której [spełnienia] ma nadzieję doczekać dwanaście naszych pokoleń, służąc [Bogu] ustawicznie dniem i nocą. Z powodu tej nadziei, królu Agryppo, oskarżają mnie Żydzi.
8 ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?
Dlaczego uważacie za rzecz nie do wiary, że Bóg wskrzesza umarłych?
9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।
Wprawdzie mnie samemu wydawało się, że powinienem wiele czynić przeciw imieniu Jezusa z Nazaretu.
10 ଆଉ, ଯିରୂଶାଲମ ସହରରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,
Tak też czyniłem w Jerozolimie, gdzie wielu świętych wtrącałem do więzienia, wziąwszy upoważnienie od naczelnych kapłanów, a kiedy skazywano ich na śmierć, głosowałem przeciwko [nim];
11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
A po wszystkich synagogach często [ich] karząc, zmuszałem do bluźnierstwa. Występując przeciwko nim z wielką wściekłością, prześladowałem ich nawet po obcych miastach.
12 ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,
Tak jechałem do Damaszku, mając upoważnienie i zlecenie od naczelnych kapłanów.
13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।
W południe, będąc w drodze, ujrzałem, królu, światłość z nieba [jaśniejszą] niż słońce, która oświeciła mnie i tych, którzy jechali ze mną.
14 ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ ପ୍ରତି ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।”
A gdy wszyscy upadliśmy na ziemię, usłyszałem głos mówiący do mnie po hebrajsku: Saulu, Saulu, dlaczego mnie prześladujesz? Trudno ci przeciw ościeniowi wierzgać.
15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।
A ja zapytałem: Kim jesteś, Panie? A on odpowiedział: Ja jestem Jezus, którego ty prześladujesz.
16 କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।
Ale podnieś się i stań na nogi, bo ukazałem się tobie, żeby ustanowić cię sługą i świadkiem zarówno tych rzeczy, które widziałeś, jak i innych, w których ci się objawię.
17 ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Wybawię cię od tego ludu i od pogan, do których cię teraz posyłam;
18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
Dla otworzenia ich oczu, aby odwrócić [ich] od ciemności do światła, od mocy szatana do Boga, aby otrzymali przebaczenie grzechów i dziedzictwo między uświęconymi przez wiarę we mnie.
19 ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
Dlatego też, królu Agryppo, nie byłem nieposłuszny temu niebieskiemu widzeniu.
20 କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
Ale głosiłem najpierw tym, którzy są w Damaszku, w Jerozolimie, w całej Judei, i poganom, żeby pokutowali i nawrócili się do Boga, i spełniali uczynki godne pokuty.
21 ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।
Z tego powodu Żydzi schwytali mnie w świątyni i chcieli zabić.
22 ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,
Ale dzięki pomocy Boga żyję do dzisiaj, dając świadectwo małym i wielkim, nic nie mówiąc oprócz tego, co powiedzieli prorocy i Mojżesz, że nastąpi;
23 ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
Że Chrystus ma cierpieć, jako pierwszy zmartwychwstać i zwiastować światłość temu ludowi i poganom.
24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
Gdy on to powiedział w [swojej] obronie, Festus odezwał się donośnym głosem: Jesteś szalony, Pawle! Wielka uczoność doprowadza cię do szaleństwa.
25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।
Ale on odpowiedział: Nie jestem szalony, dostojny Festusie, ale głoszę słowa prawdy i rozsądku.
26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।
Król bowiem, przed którym śmiało mówię, wie o tych sprawach, gdyż jestem przekonany, że nic z tych rzeczy nie jest przed nim ukryte, ponieważ nie działo się to w jakimś zakątku.
27 ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।
Czy wierzysz, królu Agryppo, prorokom? Wiem, że wierzysz.
28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।
Wtedy Agryppa powiedział do Pawła: Niemal przekonałeś mnie, żebym został chrześcijaninem.
29 ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
Ale Paweł powiedział: Dałby Bóg, abyś i niemal, i całkowicie nie tylko ty, ale i wszyscy, którzy mnie dziś słuchają, stali się takimi, jakim ja jestem, z wyjątkiem tych więzów.
30 ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,
A gdy to powiedział, wstał król, namiestnik, Berenike i ci, którzy z nimi zasiadali.
31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।
Kiedy się oddalili, rozmawiali między sobą: Ten człowiek nie czyni nic, co zasługiwałoby na śmierć lub więzienie.
32 ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।
Agryppa zaś powiedział do Festusa: Można by zwolnić tego człowieka, gdyby nie odwołał się do cesarza.

< ପ୍ରେରିତ 26 >