< ପ୍ରେରିତ 27 >
1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।
Bayan da aka amince zamu tafi Italiya, sun mika Bulus tare da wadansu daurarru a hanun wani jarumi mai suna Yuliyas, daga batalian Agustas.
2 ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।
Muka shiga Jirgin ruwa daga Adramatiya, wanda ke shirin tashi zuwa kusa da gefen tekun Asiya. Sai muka je teku. Aristakus mutumin Tasalonika a Makidoniya ya tafi tare damu.
3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।
Washegari muka sauka birnin Sidon, inda Yuliyas ya nuna wa Bulus karamci ya kuma yarda abokansa su bi shi don ya kula da su.
4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
Daga wurin, muka bi teku muka tafi ta Tsibirin Kubrus, domin matsananciyar iska da ke gaba damu.
5 କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।
Sa'adda muka ketare ruwa zuwa sassan Kilikiya da Bamfiliya, muka zo Mira ta birnin Lisiya.
6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।
Anan, jarumin ya sami jirgin ruwa daga Iskandariya wanda za shi Italiya. Ya samu cikinsa.
7 ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
Kwana da kwanaki muna tafiya a hankali a karshe da kyar muka sauka kusa da Sinidus, iska ta hana mu tafiya, sai muka ratsa ta Karita, kusa da Salmina.
8 ପୁଣି, କଷ୍ଟରେ କୂଳେ କୂଳେ ଯାଇ “ସୁନ୍ଦର ବନ୍ଦର” ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସହର ସେଥିର ନିକଟବର୍ତ୍ତୀ।
Da wahala muka bi ta makurda har muka zo wani wuri da ake kira Mafaka Mai Kyau wanda ke kusa da birnin Lasiya.
9 ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
Yanzu mun dauki dogon lokaci, gashi lokacin azumin Yahudawa ya wuce, tafiyar kuma ta zama da hatsari. Bulus ya gargade su,
10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।
ya ce, “Jama'a, na gane tafiyarmu zata zamar mana da barna da asara mai yawa, ba ga kaya da jirgin kadai ba amma har da rayukan mu.”
11 କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।
Amma jarumin ya fi mai da hankali ga maganar shugabansa da mai jirgin ruwan, fiye da abubuwan da Bulus ya fadi.
12 ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।
Da shike tashar ba za ta yi dadin zama da hunturu ba, mafi yawa sun ba da shawara a bar wurin, in maiyiwuwa ne muga mun kai birnin Finikiya, don mu yi hunturu a can. Finikiya tashar jirgin ruwa ce a Karita, tana fuskantar arewa maso gabas da kudu maso gabas.
13 ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ।
Sa'adda iska daga kudu ta huro a hankali, sun tsammaci bukatarsu ta biya. Sai suka janye linzamin jirgin ruwan sukabi ta Karita kusa da gaba.
14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।
Amma bayan wani dan lokaci sai iska mai karfi da ake kira Yurokilidon, ta fara bugun mu daga tsibirin.
15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।
Sa'adda Jirgin ruwan ya kasa fuskantar iskar, sai muka bi inda iskar ta nufa.
16 ପୁଣି, କାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
Sai muka bi ta inda muka sami kariya kusa da wani dan tsibiri wanda ake kira Kauda; kuma da wahala muka daure karamin jirgin a jikin babban.
17 ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।
Bayanda suka daga shi, sun yi amfani da igiyoyi don su daure jirgin don gudun fadawa kan yashin Sirtis, suka bar jirgin yana ta korarsu.
18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
Mun yi ta fama da hadari ba kadan ba, da gari ya waye ma'aikatan jirgin suka fara zubar da kaya daga jirgin.
19 ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।
A rana ta uku, ma'aikatan jirgi suka jefar da kaya daga cikin jirgin da hannuwansu.
20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।
Kwanaki dayawa ba mu ga hasken rana da taurari a bisan mu ba. Babban hadari kadai ke dukanmu, duk mun fidda zuciya zamu tsira.
21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।
Sa'adda sun dade basu ci abinci ba, sai Bulus ya tashi a gaban ma'aikatan jirgi yace, “Jama'a, da kun saurare ni, da bamu tashi daga Karita ba, balle mu fuskanci wannan barna da asarar.
22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
Yanzu fa ina karfafa ku kuyi karfin hali, domin ba wanda zai rasa ransa a cikinku, sai dai jirgin kadai za a rasa.
23 ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Domin daren da ya gabata mala'ikan Allah wanda ni nasa ne, wanda kuma nake bautawa -mala'ikansa ya tsaya kusa dani
24 ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
ya ce, “Kada ka ji tsoro, Bulus, dole ka tsaya gaban Kaisar, duba kuma, Allah cikin jinkansa ya baka dukan wadannan da ke tafiya tare da kai.
25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Domin haka, jama'a, kuyi karfin hali, domin na gaskanta da Allah, kamar yadda aka fada mani haka zai faru.
26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ।
Amma lallai dole ne a jefa mu kan wani tsibiri”.
27 ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ।
Sa'adda dare na goma sha hudu ya yi, ana ta tura mu nan da can a cikin tekun Adriyat, wajen tsakar dare, ma'aikatan jirgin sun tsammaci sun kusanci wata kasa.
28 ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାଣି ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ।
Da suka gwada sai suka iske kamu ashirin; bayan dan lokaci kadan, sun sake aunawa sai suka iske kamu sha biyar ne.
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ।
Tsoro ya kama su ko watakila a jefar da mu kan duwatsu, sai suka jefa linzami hudu daga karshen jirgin suka yi addu'a don gari ya waye da sauri.
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
Ma'aikatan jirgin ruwan suna neman hanyar da za su rabu da jirgin kuma sun jefa karamin jirgin a cikin teku. Suka yi kamar zasu jefa wasu linzamai daga gaban jirgin.
31 ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।
Amma Bulus ya ce ma jarumi da sojojin, “Idan mutanen nan ba zasu tsaya cikin jirgin ba, ba zaku tsira ba”.
32 ସେଥିରେ ସୈନ୍ୟମାନେ ନୌକାର ଦଉଡିସବୁ କାଟିଦେଇ ତାହାକୁ ଜଳରେ ପକାଇଦେଲେ।
Sai sojojin suka yanke igiyoyin jirgin suka kuma barshi ya fadi.
33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି।
Da gari ya fara wayewa, Bulus ya roke su duka su dan ci abinci, ya ce, “Yau kwana goma sha hudu kenan ba ku ci kome ba.
34 ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ।
Saboda haka na roke ku ku ci abinci, domin wannan saboda lafiyarku ne; kuma ko gashin kanku daya baza ku rasa ba”.
35 ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
Da ya fadi haka sai ya dauki gurasa ya yi godiya ga Allah a idanun kowa. Sai ya gutsutsura gurasa ya fara ci.
36 ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।
Sai dukansu suka karfafu suka kuma ci abinci.
37 ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।
Mu mutane 276 (dari biyu da saba'in da shida) ne cikin jirgin.
38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
Da suka ci suka koshi, suka zubar da alkamar cikin teku domin su rage nauyin jirgin.
39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।
Da gari ya waye, basu fahimci kasar ba, amma suka hangi wani lungu a gacci, sai suka yi shawara tsakaninsu ko su tuka jirgin zuwa cikin lungun.
40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।
Sai suka yanke linzaman suka bar su cikin tekun. Cikin lokaci guda suka kwance igiyoyin da ke juya jirgin, suka saki filafilan goshin jirgi suka nufi gabar tekun.
41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।
Da suka iso inda ruwa biyu suka hadu, sai jirgin ya tsaya kasa. Gaban jirgin ya kafe a nan, ba damar matsawa, sai kuma kurar jirgin ta fara kakkaryewa saboda haukan rakuman ruwa.
42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
Shirin sojojin ne su kashe 'yan kurkukun domin kada su yi iyo su tsere.
43 କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
Amma shi hafsan ya so ya ceci Bulus, sai ya tsai da shirin su, ya ba da umarni, duk masu iya iyo su yi tsalle su fada ruwa su kai gacci.
44 ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।
Sa'annan sauran mazajen su biyo baya, wadansu a kan karyayyun katakai, wadansu akan abubuwan da ke a jirgin. Ta haka ne dukanmu muka kai gacci lafiya.