< ପ୍ରେରିତ 3 >

1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Wata rana, Bitrus da Yohanna suna haurawa zuwa haikali a lokacin addu’a da ƙarfe uku na rana.
2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
To, sai ga wani da aka haifa gurgu ana ɗauke da shi zuwa ƙofar haikalin da ake kira Kyakkyawa, inda akan ajiye kowace rana, don yă yi bara daga masu shigowa cikin filayen haikali.
3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା
Da ya ga Bitrus da Yohanna suna gab da shiga, sai ya roƙe su kuɗi.
4 ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”
Bitrus kuwa ya kafa masa ido, haka ma Yohanna. Sai Bitrus ya ce, “Dube mu!”
5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।
Saboda haka mutumin ya mai da hankalinsa a kansu, yana fata samun wani abu daga gare su.
6 କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
Sai Bitrus ya ce, “Azurfa ko zinariya ba ni da su, amma abin da nake da shi, shi zan ba ka. A cikin sunan Yesu Kiristi Banazare, ka yi tafiya.”
7 ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
Ta wurin kama hannunsa na dama, ya taimake shi ya miƙe, nan take ƙafafu da idon sawun mutumin suka yi ƙarfi.
8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
Sai ya yi wuf da ƙafafunsa ya fara tafiya. Ya tafi tare da su ya shiga cikin filin haikali yana tafiya yana tsalle, yana kuma yabon Allah.
9 ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,
Sa’ad da dukan mutane suka gan shi yana tafiya yana yabon Allah,
10 ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
sai suka gane cewa shi ne mutumin nan wanda dā yake zama yana bara a bakin ƙofar haikalin da ake kira Kyakkyawa, suka kuwa cika da mamaki da tsoro a kan abin da ya faru gare shi.
11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।
Tun mai bawan yana riƙe da Bitrus da Yohanna, dukan mutanen suka yi mamaki, suka zo wurinsu a guje a inda ake kira Shirayin Solomon.
12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
Da Bitrus ya ga haka, sai ya ce musu, “Mutanen Isra’ila, don me wannan ya ba ku mamaki? Don me kuke kallonmu sai ka ce da ikon kanmu ne ko kuwa don ibadarmu ne muka sa wannan mutum ya yi tafiya?
13 ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Allah na Ibrahim, Ishaku, da Yaƙub, Allah na kakanninmu, ya ɗaukaka bawansa Yesu. Ku kuka ba da shi domin a kashe, kuka yi mūsun saninsa a gaban Bilatus, ko da yake ya yi niyya ya sake shi.
14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,
Kuka yi mūsun sanin Mai Tsarki da Mai Adalci kuka roƙa a sakar muku mai kisankai.
15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Kuka kashe tushen rai, amma Allah ya tashe shi daga matattu. Mu shaidu ne ga wannan.
16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Ta wurin bangaskiya cikin sunan Yesu ne wannan mutum da kuke gani kuka kuma sani ya sami ƙarfi. Da sunan Yesu, da kuma bangaskiyar da take samuwa ta wurinsa ne ya ba shi cikakkiyar warkarwa, yadda dukanku kuke gani.
17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
“To,’yan’uwa, na san cewa, kun aikata wannan cikin jahilci ne, yadda shugabanninku suka yi.
18 କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Amma ta haka ne Allah ya cika abin da ya rigyafaɗi ta bakin dukan annabawa cewa, Kiristinsa zai sha wahala.
19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
Saboda haka ku tuba, ku juyo ga Allah, don a shafe zunubanku, don lokutan wartsakewa su zo daga wurin Ubangiji,
20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
don kuma ya iya aika da Kiristi, wanda aka naɗa tun dā saboda ku, Yesu ke nan.
21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। (aiōn g165)
Dole yă kasance a sama, sai lokaci ya yi da Allah zai mai da kome sabo, yadda ya yi alkawari tun dā ta wurin annabawansa masu tsarki. (aiōn g165)
22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
Gama Musa ya ce, ‘Ubangiji Allahnku zai tasar muku wani annabi kamar ni daga cikin mutanenku; dole ku saurari duk abin da ya faɗa muku.
23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
Duk wanda bai saurare shi ba za a ware shi gaba ɗaya daga mutanensa.’
24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
“Tabbatacce, dukan annabawa daga Sama’ila zuwa gaba, dukansu da suka yi magana, sun rigya faɗin waɗannan kwanaki.
25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Ku kuwa magādan annabawan ne da kuma na alkawarin da Allah ya yi da kakanninku. Ya ce wa Ibrahim, ‘Ta wurin zuriyarka, dukan kabilan duniya za su sami albarka.’
26 ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
Da Allah ya tashe bawansa, ya aike shi da fari zuwa gare ku don yă albarkace ku ta wurin juye kowannenku daga mugayen hanyoyinku.”

< ପ୍ରେରିତ 3 >