< ପ୍ରେରିତ 4 >
1 ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Yayin da Bitrus da Yahaya suna kan magana da mutanen, sai firistoci da shugaban masu tsaron Haikali da kuma Sadukiyawa suka afko masu.
2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।
Sun damu sosai domin Bitrus da Yahaya suna koyar da mutane game da Yesu kuma suna shelar tashinsa daga matattu.
3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
Suka kama su suka jefa kurkuku sai washegari, domin yamma ta riga ta yi.
4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Amma mutane da yawa da suka ji sakon suka ba da gaskiya; kimanin mazaje dubu biyar ne kuwa suka ba da gaskiya.
5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
Washegari, da shugabaninsu, da dattawansu, da Marubuta suka taru a Urushalima.
6 ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।
Anas babban firist, yana nan, da Kayafa, da Yahaya da Iskandari, da dukan dangin babban firist
7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
Da suka kawo Bitrus da Yahaya a tsakiyarsu sai suka tambaye su, “Da wanne iko, ko cikin wanne suna k ka yi haka?”
8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Sai Bitrus, cike da Ruhu Mai Tsarki, ya ce, “Ku shugabanni da dattawan jama'a,
9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?
idan mu yau ana tuhumarmu saboda aikin kirki da aka yi ga wannan mara lafiya - ta yaya wannan mutum ya sami lafiya?
10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Bari ku da dukan mutanen Isra'ila, ku san wannan, cikin sunan Yesu Almasihu Banazare, wanda kuka giciye, wanda Allah ya tayar daga matattu ta dalilinsa ne wannan mutumin yake tsaye a gaban ku lafiyayye.
11 “‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
Yesu Almasihu ne dutsen da ku magina kuka ki, amma an mai da shi kan gini.
12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
Babu ceto daga kowanne mutum, domin babu wani suna da aka bayar karkashin sama, a cikin mutane wanda ta wurinsa za a iya samu ceto.''
13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Sa'adda, suka ga karfin halin Bitrus da Yahaya, suka gane mutane ne talakawa marasa ilimi, sai suka yi mamaki, suka kuma lura suka gane Bitrus da Yahaya sun kasance tare da Yesu.
14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
Da yake suna ganin mutumin nan da aka warkar tare da su, sai suka rasa abin yi.
15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
Amma bayan sun fitar da manzannin daga majalisa sai suka tattauna a tsakaninsu.
16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Suka ce, “Yaya za mu yi da wadannan mutane? Babu shakka aikin al'ajibi ya faru ta wurinsu, kuma sananne ne ga dukan mazauna Urushalima, kuma ba mu da iko mu musanci haka.
17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
Amma saboda kada ya cigaba da yaduwa cikin mutane, bari mu yi masu kashedi kada su kara magana da kowa cikin wannan suna.''
18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
Suka kira Bitrus da Yahaya suka dokace su kada su kara magana ko kuma koyarwa ko kadan a cikin sunan Yesu.
19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Amma Bitrus da Yahaya suka amsa suka ce, ''Ko ya yi daidai a gaban Allah mu yi maku biyayya fiye da shi, ku hukunta.
20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
Baza mu iya daina magana game da abubuwan da muka ji kuma muka gani ba.''
21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
Bayan sun sake yi wa Bitrus da yahaya kashedi, sai suka sake su, su tafi. Domin ba su iya samu wata hujja da za su hore su a kai ba, domin dukan mutane suna yabon Allah saboda abin da ya faru.
22 କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
Mutumin da ya sami wannan al'ajibi na warkarwa yana sama da shekara arba'in.
23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।
Bayan an sake su, Bitrus da Yahaya suka zo cikin mutanensu suka ba da rahoton duk abin da manyan firistoci da dattawa suka fada masu.
24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Da suka ji haka, suka daga muryarsu tare ga Allah suka ce, ''Ubangiji, kai da ka yi sama da duniya da teku da duk abin da ke cikinsu,
25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
kai wanda ta wurin Ruhu Mai Tsarki ta bakin ubanmu Dauda bawanka, ya ce, 'Me ya sa al'ummai suka tunzura, kuma mutane suke tunanin abubuwan banza?
26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
Sarakunan duniya sun hada kansu tare, kuma shugabanninsu sun taru don su yi gaba da Ubangiji, da kuma Almasihunsa.'
27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Hakika, Hiridus da Buntus Bilatus, tare da al'ummai da mutanen Isra'ila, sun taru a wannan birni domin su yi jayayya da bawanka mai tsarki Yesu, shafaffe.
28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Sun taru domin su aiwatar da dukan abin da hannunka da nufinka ya shirya zai faru.
29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Yanzu, Ya Ubangiji ka dubi kashedin su, ka ba bayin ka ikon furta maganar ka gabagadi.
30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”
Sa'adda ka mika hannunka domin warkarwa, alamu da al'ajibai su faru ta wurin sunan bawanka mai tsarki Yesu.”
31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Bayan sun gama addu'a, wurin da suka taru ya girgiza, suka cika da Ruhu Mai Tsarki, suka furta maganar Allah gabagadi.
32 ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Babban taron da suka ba da gaskiya kansu hade yake; kuma ba wanda ya ce da abinda ya mallaka nasa ne; maimakon haka, komai na su daya ne.
33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
Da iko mai karfi manzannin suka yi shelar shaidarsu game da tashin Yesu Ubangiji daga matattu, babban alheri kuma na bisansu.
34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,
Babu wani a cikinsu wanda ya rasa komai, domin masu filaye da gidaje suka sayar suka kawo kudin abin da suka sayar
35 ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
sai suka kawo kudin gaban manzanni. Aka rarraba wa kowanne mutum bisa ga bukatarsa.
36 ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍ ସାନ୍ତ୍ୱନାର ପୁତ୍ର),
Yusufu, Balawi, mutumin tsibirin Kubrus, wanda manzannisu ka yi wa lakani da suna Barnaba. (wato, mai karfafa zuciya).
37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।
Yana da fili sai ya sayar da shi ya kawo kudin gaban manzanni.