< ପ୍ରେରିତ 6 >

1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
εν δε ταις ημεραις ταυταις πληθυνοντων των μαθητων εγενετο γογγυσμος των ελληνιστων προς τους εβραιους οτι παρεθεωρουντο εν τη διακονια τη καθημερινη αι χηραι αυτων
2 ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
προσκαλεσαμενοι δε οι δωδεκα το πληθος των μαθητων ειπον ουκ αρεστον εστιν ημας καταλειψαντας τον λογον του θεου διακονειν τραπεζαις
3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
επισκεψασθε ουν αδελφοι ανδρας εξ υμων μαρτυρουμενους επτα πληρεις πνευματος αγιου και σοφιας ους καταστησομεν επι της χρειας ταυτης
4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
ημεις δε τη προσευχη και τη διακονια του λογου προσκαρτερησομεν
5 ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
και ηρεσεν ο λογος ενωπιον παντος του πληθους και εξελεξαντο στεφανον ανδρα πληρη πιστεως και πνευματος αγιου και φιλιππον και προχορον και νικανορα και τιμωνα και παρμεναν και νικολαον προσηλυτον αντιοχεα
6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
ους εστησαν ενωπιον των αποστολων και προσευξαμενοι επεθηκαν αυτοις τας χειρας
7 ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
και ο λογος του θεου ηυξανεν και επληθυνετο ο αριθμος των μαθητων εν ιερουσαλημ σφοδρα πολυς τε οχλος των ιερεων υπηκουον τη πιστει
8 ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
στεφανος δε πληρης πιστεως και δυναμεως εποιει τερατα και σημεια μεγαλα εν τω λαω
9 କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
ανεστησαν δε τινες των εκ της συναγωγης της λεγομενης λιβερτινων και κυρηναιων και αλεξανδρεων και των απο κιλικιας και ασιας συζητουντες τω στεφανω
10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
και ουκ ισχυον αντιστηναι τη σοφια και τω πνευματι ω ελαλει
11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
τοτε υπεβαλον ανδρας λεγοντας οτι ακηκοαμεν αυτου λαλουντος ρηματα βλασφημα εις μωσην και τον θεον
12 ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
συνεκινησαν τε τον λαον και τους πρεσβυτερους και τους γραμματεις και επισταντες συνηρπασαν αυτον και ηγαγον εις το συνεδριον
13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
εστησαν τε μαρτυρας ψευδεις λεγοντας ο ανθρωπος ουτος ου παυεται ρηματα βλασφημα λαλων κατα του τοπου του αγιου τουτου και του νομου
14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
ακηκοαμεν γαρ αυτου λεγοντος οτι ιησους ο ναζωραιος ουτος καταλυσει τον τοπον τουτον και αλλαξει τα εθη α παρεδωκεν ημιν μωυσης
15 ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।
και ατενισαντες εις αυτον απαντες οι καθεζομενοι εν τω συνεδριω ειδον το προσωπον αυτου ωσει προσωπον αγγελου

< ପ୍ରେରିତ 6 >