< ପ୍ରେରିତ 7 >

1 ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ?
The high priest said, "Are these things so?"
2 ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,
He said, "Brothers and fathers, listen. The God of glory appeared to our father Abraham, when he was in Mesopotamia, before he lived in Haran,
3 ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ।
and said to him, 'Go out from your land and from your relatives, and come into a land which I will show you.'
4 ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,
Then he came out of the land of the Kasdim, and lived in Haran. From there, after his father died, he moved him into this land, where you are now living.
5 ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟତ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।
He gave him no inheritance in it, no, not so much as to set his foot on. He promised that he would give it to him for a possession, and to his descendants after him, when he still had no child.
6 ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ।
But God spoke in this way, 'His descendants will live as strangers in a foreign land, and that they will be slaves and mistreated, for four hundred years.
7 ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ।
But I will judge the nation to which they will be in bondage,' said God, 'and after that will they come out, and serve me in this place.'
8 ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।
He gave him the covenant of circumcision. So Abraham became the father of Isaac, and circumcised him the eighth day. Isaac became the father of Jacob, and Jacob became the father of the twelve patriarchs.
9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,
"The patriarchs, moved with jealousy against Joseph, sold him into Egypt; and God was with him,
10 ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
and delivered him out of all his afflictions, and gave him favor and wisdom before Pharaoh, king of Egypt. He made him governor over Egypt and all his house.
11 ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।
Now a famine came over all the land of Egypt and Canaan, and great affliction, and our fathers found no food.
12 କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ।
But when Jacob heard that there was grain in Egypt, he sent out our fathers the first time.
13 ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ।
On the second time Joseph was made known to his brothers, and Joseph's family became known to Pharaoh.
14 ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,
Then Joseph sent, and summoned Jacob, his father, and all his relatives, seventy-five souls.
15 ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,
Jacob went down into Egypt, and he died, himself and our fathers,
16 ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ।
and they were brought back to Shechem, and placed in the tomb that Abraham bought for a price in silver from the children of Hamor in Shechem.
17 କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।
"But as the time of the promise came close which God had made to Abraham, the people grew and multiplied in Egypt,
18 ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।
until 'there arose a different king over Egypt, who did not know Joseph.'
19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।
The same took advantage of our race, and mistreated our fathers, and forced them to throw out their babies, so that they would not stay alive.
20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।
At that time Moses was born, and was exceedingly handsome. He was nourished three months in his father's house.
21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।
When he was thrown out, Pharaoh's daughter took him up, and reared him as her own son.
22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
Moses was instructed in all the wisdom of the Egyptians. He was mighty in his words and works.
23 ତାହାଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍‍ ଇସ୍ରାଏଲ ସନ୍ତାନମାନଙ୍କୁ, ସାକ୍ଷାତ କରିବା ନିମନ୍ତେ ତାହାଙ୍କ ମନରେ ଇଚ୍ଛା ଜାତ ହେଲା।
But when he was forty years old, it came into his heart to visit his brothers, the children of Israel.
24 ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।
Seeing one of them suffer wrong, he defended him, and avenged him who was oppressed, striking the Egyptian.
25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।
He supposed that his brothers understood that God, by his hand, was giving them deliverance; but they did not understand.
26 ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?
"The day following, he appeared to them as they fought, and urged them to be at peace again, saying, 'Men, you are brothers. Why do you wrong one another?'
27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା?
But he who did his neighbor wrong pushed him away, saying, 'Who made you a ruler and a judge over us?
28 କାଲି ଯେପରି ସେହି ମିସରୀୟ ବ୍ୟକ୍ତିକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ?
Do you want to kill me, as you killed the Egyptian yesterday?'
29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।
Moses fled at this saying, and became a stranger in the land of Midian, where he became the father of two sons.
30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
"When forty years were fulfilled, an angel appeared to him in the wilderness of Mount Sinai, in a flame of fire in a bush.
31 ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,
When Moses saw it, he wondered at the sight. As he came close to see, a voice of the Lord came,
32 ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।
'I am the God of your fathers, the God of Abraham, and of Isaac, and of Jacob.' Moses trembled, and dared not look.
33 ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।
The Lord said to him, 'Take your sandals off of your feet, for the place where you stand is holy ground.
34 ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।
I have surely seen the affliction of my people that is in Egypt, and have heard their groaning. I have come down to deliver them. Now come, I will send you to Egypt.'
35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
"This Moses, whom they refused, saying, 'Who made you a ruler and a judge?'—God has sent him as both a ruler and a deliverer by the hand of the angel who appeared to him in the bush.
36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।
This man led them out, having worked wonders and signs in Egypt, in the Red Sea, and in the wilderness for forty years.
37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।
This is that Moses, who said to the children of Israel, 'God will raise up a prophet for you from among your brothers, like me.'
38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
This is he who was in the assembly in the wilderness with the angel that spoke to him on Mount Sinai, and with our fathers, who received words of life to give to us,
39 ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
to whom our fathers would not be obedient, but rejected him, and turned back in their hearts to Egypt,
40 ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।
saying to Aaron, 'Make us gods that will go before us, for as for this Moses, who led us out of the land of Egypt, we do not know what has become of him.'
41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
They made a calf in those days, and brought a sacrifice to the idol, and rejoiced in the works of their hands.
42 କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
But God turned, and gave them over to worship the host of heaven, as it is written in the book of the prophets, 'Did you offer to me sacrifices and offerings forty years in the wilderness, O house of Israel?
43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।’
You took up the tabernacle of Moloch, and the star of your god Rephan, the images that you made to worship them. Therefore I will exile you beyond Babylon.'
44 ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ।
"Our fathers had the tabernacle of the testimony in the wilderness, even as he who spoke to Moses commanded him to make it according to the pattern that he had seen;
45 ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ।
which also our fathers, in their turn, brought in with Joshua when they entered into the possession of the nations, whom God drove out before the face of our fathers, to the days of David,
46 ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
who found favor in the sight of God, and asked to find a habitation for the God of Jacob.
47 କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ।
But Solomon built him a house.
48 ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
However, the Most High does not dwell in temples made with hands, as the prophet says,
49 ‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
'Heaven is my throne, and the earth a footstool for my feet. What kind of house will you build me?' says the Lord; 'or what is the place of my rest?
50 ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’
Did not my hand make all these things?'
51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
"You stiff-necked and uncircumcised in heart and ears, you always resist the Holy Spirit. As your fathers did, so you do.
52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Which of the prophets did not your fathers persecute? They killed those who foretold the coming of the Righteous One, of whom you have now become betrayers and murderers.
53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”
You received the Law as it was ordained by angels, and did not keep it."
54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Now when they heard these things, they were furious, and they ground their teeth at him.
55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
But he, being full of the Holy Spirit, looked up steadfastly into heaven, and saw the glory of God, and Jesus standing on the right hand of God.
56 “ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”
And he said, "Look, I see the heavens opened, and the Son of Man standing at the right hand of God."
57 କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,
But they shouted out with a loud voice, and stopped their ears, and rushed at him with one accord.
58 ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
They threw him out of the city, and stoned him. The witnesses placed their garments at the feet of a young man named Saul.
59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”
They stoned Stephen as he called out, saying, "Lord Jesus, receive my spirit."
60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
He kneeled down, and shouted out, "Lord, do not hold this sin against them." When he had said this, he fell asleep.

< ପ୍ରେରିତ 7 >