< ପ୍ରେରିତ 8 >

1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
And Saul was well pleased with his execution. For at that time there was a great persecution against the church in Jerusalem, and they were all dispersed through the regions of Judea and Samaria, except the apostles.
2 ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।
And some pious men carried Stephen to his burial, and made great lamentation for him.
3 କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।
But Saul made havock of the church, entring into the houses, and dragging out men and women, committed them to prison.
4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
Now they that were dispersed went about preaching the word.
5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
And Philip coming to the city of Samaria, preached Christ unto them.
6 ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।
And the people unanimously attended to the things which were spoken by Philip, hearing and seeing the miracles which he wrought:
7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
for impure spirits crying with a loud voice came out of many that were possessed by them; and many paralytic and lame persons were cured.
8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
And there was great joy in that city.
9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;
But there was before in the city a man named Simon practising magic and bewitching the people of Samaria, giving out that he was some great person.
10 ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।
Whom they all greatly regarded, from the lest to the greatest, saying, This man is as the great power of God.
11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।
And they were attentive to him, because he had for a considerable time astonished them by his magic arts.
12 କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
But as they believed Philip, preaching the things concerning the kingdom of God, and the name of Jesus Christ, they were baptized, both men and women;
13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।
and Simon himself also believed, and was baptized, and kept constantly with Philip: and beholding the signs and miracles that were wrought, he was amazed.
14 ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Now when the apostles at Jerusalem heard that Samaria had received the word of God, they sent to them Peter and John:
15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
who when they were come down prayed for them that they might receive the holy Spirit: (for He was not yet fallen upon any of them,
16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।
only they were baptized into the name of the Lord Jesus: ) and then they laid their hands on them,
17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।
and they received the holy Spirit.
18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
And when Simon saw that the holy Spirit was given by the imposition of the hands of the apostles, he offered them money,
19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।
saying, Give me also this power, that on whomsoever I lay hands, he may receive the holy Spirit.
20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।
But Peter said unto him, Let thy money perish with thee, since thou thoughtest to purchase the gift of God with money.
21 ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
Thou hast no part nor lot in this matter: for thy heart is not right in the sight of God.
22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;
Repent therefore of this thy wickedness, and pray to God, if so be the thought of thine heart may be forgiven thee:
23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି।
for I perceive that thou art in the gall of bitterness and bond of iniquity.
24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।
And Simon answered, and said, Do ye pray to the Lord for me, that none of the things which ye have spoken may come upon me.
25 ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।
And they having testified and declared the word of the Lord, returned to Jerusalem, and preached the gospel in many villages of the Samaritans.
26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
And an angel of the Lord spake to Philip, saying, Arise and go southward to the way that leads down from Jerusalem to Gaza, which is desert.
27 ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;
And he arose and went; and behold a man of Ethiopia, an eunuch of great authority under Candace queen of the Ethiopians, and her high-treasurer, who had come to Jerusalem to worship,
28 ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।
was returning, and as he sat in his chariot, was reading the prophet Esaias:
29 ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
and the Spirit said to Philip, Go near and join thyself to this chariot. And Philip running up to him,
30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?
heard him reading the prophet Esaias, and said, Dost thou understand what thou readest?
31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।
And he said, How can I, unless some one guide me? and he desired Philip to come up and sit with him.
32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
And the portion of scripture, which he was reading, was this, "He was led as a sheep to the slaughter, and as a lamb before it's shearer is dumb, so He opened not his mouth:
33 ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”
in his humiliation his judgement was taken away, and who shall declare his generation? for his life is taken away from the earth."
34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?
And the eunuch answered Philip, and said, I pray thee, of whom doth the prophet say this? of himself, or of some other person?
35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।
Then Philip opened his mouth, and beginning at this scripture, preached unto him Jesus.
36 ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?
And as they went on their way, they came to a certain water: and the eunuch said, See here is water, what hindereth me from being baptized?
37 [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]
And Philip said, If thou believest with all thine heart, thou mayest. And he said, I believe that Jesus Christ is the Son of God.
38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
And he ordered the chariot to stop: and they both went down to the water, Philip and the eunuch; and he baptized him.
39 ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
And when they were come up out of the water, the Spirit of the Lord caught away Philip, and the eunuch saw him no more: but went on his way rejoicing.
40 କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।
But Philip was found at Azotus; and as he passed along, he preached the gospel in all the cities, till he came to Cesarea.

< ପ୍ରେରିତ 8 >