< ପ୍ରେରିତ 1 >

1 ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
Kitabu kya muandi nakilembili, Theofilo nikajobha ghoha kwa yesu ghaabhanji kubhomba ni kumanyisya,
2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି।
mpaka ligono muene apokelibhu kunani. Ej'ha jha jhele baada jha kupisya amri kup'etela Roho Mtakatifu kwa mitume bhabhajhele abhachaguili.
3 ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।
Baada jha malombosi gha muene, abhonekane kwa bhene ajha hai pia ni fitishu fingi kushuhudibhwa. Kwa magono arobaini akidhihirishi kwa bhene, naa ajobhili kuhusu bhufalme bhwa K'yara.
4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
Bhoibhonana nabhu abhajubhili bhasibhoki Yerusalemu, lakini bhalendayi kwa ndabha jha ahadi jha Dadi, ambajho ajobhili, “Mwaip'eliki kuhomela kwa nene.
5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
Kwamba Yohana abatili kwa masi, lakini mbatisibhwa kwa Roho Mtakatatifu mu magono agha madebe.”
6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”
Nabho bhabhonene pamonga bhakan'kota “Bwana, ivi obho ndo muda ambabho wibeta kubhakerebhusila Israeli bhufalme?”
7 ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
Muene akabhajobhela, “Sawalepi kwa muenga kumanya bhwakati au majira ambayo Dadi akusudili kwa mamlaka gha muene.”
8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Lakini mwibeta kupokela nghofu bhwakati Roho mtakatifu paibeta kuhida kwa mwenga, ni muenga mwibe kujha mashahidi bha nene kuoha Yeresalemu ni Uyahudi jhioha ni Samaria mpaka mwisho ghwa nchi.”
9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
Bwana Yesu bho amalili kujobha agha, bhakaj'ha bhilanga kunani, muene ajhinulibhu kunani, ni libhengu lyan'gupiki bhasimboni kwa mihu gha bhene.
10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
Bhwakati bhilola kumbinguni ilota, ghafla bhanu bhabhele bhajhemili katikati jha bhene bhafwalili maguanda mabhalafu.
11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
Bhakajobha, “Enyi bhanu bha Galilaya kwandabha jha kiki mwijhema apa mwilola kumbinguni.” Ojho Yesu jhaakwelili kunani kumbinguni ibeta kukerebhuka kwa namna jhela jhela kama kya mumbwene ilota kumbinguni.
12 ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
Ndipo bhakakerebhuka Yerusalemu, kuhoma kukidonda kya mizeituni ambako okhu karibu ni Yerusalemu, mwendo ghwa ligono lya sabato.
13 ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Bho bhafihili bhakalota ghorofani ambako bhatamaghe. Nabhene ndo Petro, Yohana Yakobo, Andrea, Filipo, Thomaso, Bhatholomayo, Mathayo, Yakobo mwana ghwa Alfayo, Simoni Zelote ni Yuda mwana ghwa Yakobo.
14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
Bhoha bhaungene kama munu mmonga, kwa juhudi bhajhe bhijhendelela ni maombi pamonga ni abhu bhajhela bhadala, Mariamu nyinamunu Yesu nibhakaka yake.
15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
Katika magono ghala ajhemili katikati jha bhalongomunu, kama bhenu 120, akajobha.
16 ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Bhalonho bhangu, jhahele lazima maandiku ghatimisibhwayi, ambapo muandi Roho Mtakatifu ajobhili kwa kinywa kya muene Daudi, kuhusiana ni Yuda, ambajhe abha jhekisi bhala bhabharikamuili Yesu.
17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।
Kwa kujha muene ajhele mmonga bhitu na apokili fungu lya muene lye faida katika huduma ejhe.”
18 ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
(Henu, munu ojho, ahemili lieneo kwa khela kya akipokili kwa uovu bhwa muene ni apuabinili kulongolasya mutu, mbhele ghwa kayuiki ni matumbu gha muene ghoha gajhele pabhwaka ghajhitiki.
19 ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍‌ଦମା”, ଅର୍ଥାତ୍‍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।
Bhoha bha bhataniuli Yerusalemu bhabeliki kuhusu e'le, hivyo lieneo e'lu bhakalikuta kwa lihina lya bhene. “Akeldama” e'lu ndo “N'gonda ghwa damu.”)
20 ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’
“Mukitabu kya Zaburi ile mbibhu, lendayi eneo lya muene lijhelayi hame na asinihusibhu hata mmonga kutani apala, na Ruhusuajhi munu jhongi atolayi nafasi jha muenejha uongozi.
21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
Ejhu, jha muhimu, henu, mmonga ghwa bhagosi ambabho bhalongosene ni tete bhwakati Bwana Yesu abhokili ni kujhingila kwa tete.
22 ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”
kubhwanjila ku ubatisu bhwa Yohana mpaka ligono lela bho atwalibhu kunani lazima ajhelayi shahidi bhwa ufufuo pamonga ni tete.
23 ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
Bhakabhabheka palongolo bhagosi bhabhele, Yusufu jhaakutibhweghe Barnaba ambaye pia akutibhu Yusto ni Mathia.
24 “ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Bhene bhasokili bhajobhili, “Bhebhe Bwana, jhaumanyi mioyo jha bhanu bhoha hivyo bhekayi wazi jholeku kati jha bhabhele abha ambajhe un'chaguili.
25 ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
Kutola nafasi katika huduma jha utume, ambapo Yuda abhombi uovu ni kulota mahali pa muene.”
26 ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
Bhakapiga kura kwa ajili jha bhene, ni kura jhikanibinila Mathia ambajhe abhalangibhu pamonga ni bhala mitume kumi na moja.

< ପ୍ରେରିତ 1 >