< ଆମୋଷ 1 >

1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।
Here is the message that was given to Amos, a shepherd from Tekoa in Judah. This is what he saw concerning Israel when Uzziah was king of Judah and Jeroboam, son of Jehoash, was king of Israel, two years before the earthquake.
2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
And he said, The Lord roars from Zion, he shouts from Jerusalem. The shepherds' pastures wither, the top of Mount Carmel dries up.
3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
This is what the Lord says: The people of Damascus have repeatedly sinned and so I will not hesitate to punish them, for they beat the people of Gilead with sharp iron threshing tools.
4 ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
So I will send fire down on the house of Hazael and burn up Ben-Hadad's fortresses.
5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”
I will smash the gates of Damascus, I will cut down those who live in the Valley of Aven, and the ruler from Beth Eden. The people of Aram will be deported as prisoners to the land of Kir, says the Lord.
6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
This is what the Lord says: The people of Gaza have repeatedly sinned and so I will not hesitate to punish them, for they sent into exile whole communities, handing them over to Edom.
7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
So I will send down fire on the walls of Gaza and burn up its fortresses.
8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
I will cut down those who live in Ashdod and the ruler of Ashkelon. I will turn to punish Ekron and the Philistines who remain will die, says the Lord God.
9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
This is what the Lord says: The people of Tyre have repeatedly sinned and so I will not hesitate to punish them, for they exiled whole communities, handing them over to Edom, and did not keep their agreement to help each other as members of the same family.
10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
So I will send down fire on the walls of Tyre and burn up its fortresses.
11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
This is what the Lord says: The people of Edom have repeatedly sinned and so I will not hesitate to punish them, for they hunted down the Israelites to whom they were related, killing them with swords. They attacked without mercy, tearing the Israelites to pieces in an angry rage that never stopped.
12 ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
So I will send down fire on Teman, and I will burn up the fortresses of Bozrah.
13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
This is what the Lord says: The people of Ammon have repeatedly sinned and so I will not hesitate to punish them, because they ripped open pregnant women in Gilead as part of their war to enlarge their territory.
14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
I will set fire to the walls of Rabbah and burn up its fortresses. There will be shouts on the day of battle which will whirl with rage like a windstorm.
15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
Their king will be sent into exile together with his princes, says the Lord.

< ଆମୋଷ 1 >