< ଆମୋଷ 1 >
1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
Haya ni mambo yanayoihusu Israeli ambayo Amosi, mmoja wa wachungaji katika Tekoa, aliyapokea katika ufunuo. Alipokea haya mambo katika siku za Uzia mfalme wa Yuda, na pia katika siku za Yeroboamu mwana wa Yoashi mfalme wa Israeli, miaka miwili kabla ya tetemeko la aridhi.
2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
Alisema, “Yahwe atanguruma kutoka Sayuni; atainua sauti yake kutoka Yerusalemu. Malisho ya wachungaji yatanyamaza kimya; kilele cha Karmeli kitanyauka.”
3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Hivi ndivyo Yahwe asemavyo: “Kwa dhambi tatu za Damaskasi, hata kwa nne, sintobadilisha adhabu, kwa sababu wameipura Gileadi kwa vyombo vya chuma.
4 ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
Nitapeleka moto kwenye nyumba ya Hazaeli, na utaiteketeza ngome za Ben Hadadi.
5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।”
Nitazivunja komeo za Damaskasi na kumkatilia mbali mtu ambaye aishiye katika Biqati Aveni, na pia yule mtu ashikaye fimbo ya kifalme katika Beth Edeni. Na watu wa shamu watakwenda utumwani hata Kiri,” asema Yahwe.
6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
Hivi ndivyo Yahwe asemavyo: “Kwa dhambi tatu za Gaza, hata nne, sintobadilisha adhabu, kwa sababu waliwachukua mateka watu wote, kuwaweka juu ya mkono wa Edomu.
7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Nitatuma moto kwenye kuta za Gaza, na kuziteketeza ngome zake.
8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Nitamkatilia mbali yule mtu aishiye katika Ashdodi na mtu ashikaye fimbo ya kifalme kutoka Ashkeloni. Nitaugeuza mkono wangu dhidi ya Ekroni, na mabaki ya Wafilisti wataangamia,” asema Bwana Yahwe.
9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Hivi ndivyo Yhawe asemavyo: “Kwa dhambi tatu za Tiro, hata kwa nne, sintobadili adhabu, kwa sababu waliwapelekea watu wote wa Edomu, na wamevunja agano lao la undugu.
10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
Nitapeleka moto kwenye kuta za Tiro, nao utaziteketeza ngome zake.”
11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Hivi ndivyo Yahwe asemavyo, “Kwa dhambi tatu za Edomu, hata kwa nne, sintobadilisha adhabu, kwa sababu alimfuatilia ndugu yake kwa upanga na kutupilia mbali huruma zote. Hasira yake ikaendelea kuwa kali, na ghadhabu yake ikabaki milele.
12 ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
Nitapeleka moto juu ya Temani, na utaziteketeza nyumb a za kifalme za Bozra.”
13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Hivi ndivyo Yahwe asemavyo, “Kwa dhambi tatu za watu wa Amoni, hata kwa nne, sintobadilisha adhabu, kwa sababu wamewapasua wanawake wa Gileadi wenye mimba, ili waweze kupanua mipaka yao.
14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Nitawasha moto katika kuta za Raba, nao utaziteketeza nyumba za kifalme, pamoja na kupiga kelele katika siku ya vita, pamoja na dhoruba katika siku ya kimbunga.
15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
Mfalme wao ataenda utumwani, yeye na maafisa wake pamoja,” asema Yahwe.