< ଆମୋଷ 2 >

1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Ga abin da Ubangiji ya ce, “Saboda zunubai uku na Mowab, har guda huɗu ma, ba zan fasa hukunta su ba. Gama ya ƙone ƙasusuwan sarkin Edom suka zama sai ka ce toka.
2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
Zan sa wuta a Mowab da za tă ƙone kagarun Keriyot Mowab za tă gangara cikin hayaniya mai girma cikin kururuwar yaƙi da kuma ƙarar ƙaho.
3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
Zan hallaka mai mulkinta zan kuma kashe shugabanninta.”
4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Ga abin da Ubangiji ya ce, “Saboda zunubai uku na Yahuda, har guda huɗu ma, ba zan fasa hukunta su ba. Gama sun ƙi bin dokar Ubangiji ba su kuma yi biyayya da ƙa’idodinsa ba, domin allolin ƙarya sun ruɗe su, allolin da kakanninsu suka bauta.
5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
Zan sa wuta a Yahuda da za tă ƙone kagarun Urushalima.”
6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Ga abin da Ubangiji ya ce, “Saboda zunubai uku na Isra’ila, har guda huɗu ma, ba zan fasa hukunta su ba. Don sun sayar da adalai waɗanda suka kāsa biyan bashinsu. Sun kuma sayar da matalauta waɗanda bashinsu bai ma kai ko kuɗin bi-labi ba.
7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
Sun tattake kawunan matalauta kamar yadda suke taka laka suka kuma danne wa marasa galihu gaskiya. Uba da ɗa su na kwana da yarinya guda, suna kuma ɓata sunana mai tsarki.
8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
Suna kwanciya kurkusa da kowane bagade a kan tufafin da suka karɓe jingina. A gidajen allolinsu sukan sha ruwan inabin da suka karɓo daga wurin waɗanda suka ci wa tara.
9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
“Na hallaka mutumin Amoriyawa a gabansu, ko da yake ya yi dogo kamar itacen al’ul kuma mai ƙarfi kamar itacen oak. Na hallaka’ya’yan itatuwansa daga sama, da kuma jijiyoyinsa daga ƙasa.
10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
Na fitar da ku daga ƙasar Masar, na kuma bishe ku tsawon shekaru arba’in a cikin hamada don in ba ku ƙasar Amoriyawa.
11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
“Na kuma tā da annabawa daga cikin’ya’yanku maza waɗansu kuma su zama keɓaɓɓu daga cikin samarinku. Ba haka ba ne, mutanen Isra’ila?” In ji Ubangiji.
12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।
“Amma kuka sa keɓaɓɓun suka sha ruwan inabi kuka kuma umarci annabawa kada su yi annabci.
13 “ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
“Saboda haka, yanzu zan murƙushe ku kamar yadda amalanke yakan murƙushe sa’ad da aka yi masa labtun hatsi.
14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
Masu gudu da sauri ba za su tsira ba, masu ƙarfi ba za su iya yin amfani da ƙarfinsu ba, jarumi kuma ba zai iya ceton ransa ba.
15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
’Yan baka ba za su iya dāgewa ba, masu saurin gudu ba za su tsira ba mahayin dawakai kuma ba zai tsere da ransa ba.
16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।
Ko jarumawa mafi jaruntaka za su gudu tsirara a ranan nan,” in ji Ubangiji.

< ଆମୋଷ 2 >