< ଆମୋଷ 2 >

1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
כה אמר יהוה על שלשה פשעי מואב ועל ארבעה לא אשיבנו על שרפו עצמות מלך אדום לשיד׃
2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
ושלחתי אש במואב ואכלה ארמנות הקריות ומת בשאון מואב בתרועה בקול שופר׃
3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
והכרתי שופט מקרבה וכל שריה אהרוג עמו אמר יהוה׃
4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
כה אמר יהוה על שלשה פשעי יהודה ועל ארבעה לא אשיבנו על מאסם את תורת יהוה וחקיו לא שמרו ויתעום כזביהם אשר הלכו אבותם אחריהם׃
5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
ושלחתי אש ביהודה ואכלה ארמנות ירושלם׃
6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
כה אמר יהוה על שלשה פשעי ישראל ועל ארבעה לא אשיבנו על מכרם בכסף צדיק ואביון בעבור נעלים׃
7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
השאפים על עפר ארץ בראש דלים ודרך ענוים יטו ואיש ואביו ילכו אל הנערה למען חלל את שם קדשי׃
8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
ועל בגדים חבלים יטו אצל כל מזבח ויין ענושים ישתו בית אלהיהם׃
9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
ואנכי השמדתי את האמרי מפניהם אשר כגבה ארזים גבהו וחסן הוא כאלונים ואשמיד פריו ממעל ושרשיו מתחת׃
10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
ואנכי העליתי אתכם מארץ מצרים ואולך אתכם במדבר ארבעים שנה לרשת את ארץ האמרי׃
11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
ואקים מבניכם לנביאים ומבחוריכם לנזרים האף אין זאת בני ישראל נאם יהוה׃
12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।
ותשקו את הנזרים יין ועל הנביאים צויתם לאמר לא תנבאו׃
13 “ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
הנה אנכי מעיק תחתיכם כאשר תעיק העגלה המלאה לה עמיר׃
14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
ואבד מנוס מקל וחזק לא יאמץ כחו וגבור לא ימלט נפשו׃
15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
ותפש הקשת לא יעמד וקל ברגליו לא ימלט ורכב הסוס לא ימלט נפשו׃
16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।
ואמיץ לבו בגבורים ערום ינוס ביום ההוא נאם יהוה׃

< ଆମୋଷ 2 >