< ଆମୋଷ 2 >
1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Ovako veli Gospod: za tri zla i za èetiri što uèini Moav, neæu mu oprostiti, jer sažeže kosti cara Edomskoga u kreè.
2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
Nego æu pustiti oganj na Moava, te æe proždrijeti dvorove u Kariotu, i Moav æe poginuti s vrevom, s vikom i s glasom trubnijem.
3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
I istrijebiæu sudiju iz njega i sve knezove njegove pobiæu s njim, veli Gospod.
4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Ovako veli Gospod: za tri zla i za èetiri što uèini Juda, neæu mu oprostiti, jer prezreše zakon Gospodnji i uredaba njegovijeh ne držaše, i prevariše se lažima svojim, za kojima hodiše oci njihovi.
5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
Nego æu pustiti oganj u Judu, te æe proždrijeti dvore Jerusalimske.
6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Ovako veli Gospod: za tri zla i za èetiri što uèini Izrailj, neæu mu oprostiti, jer prodavaše pravednika za novce i ubogoga za jedne opanke.
7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
Èeznu za prahom zemaljskim na glavi siromasima, i prevraæaju put smjernima; i sin i otac odlaze k jednoj djevojci da skvrne sveto ime moje.
8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
I na haljinama u zalogu uzetijem leže kod svakoga oltara, i vino oglobljenijeh piju u kuæi bogova svojih.
9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
A ja istrijebih ispred njih Amoreje, koji bijahu visoki kao kedri i jaki kao hrastovi, i potrh rod njihov ozgo i žile njihove ozdo.
10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
I ja vas izvedoh iz zemlje Misirske, i vodih vas po pustinji èetrdeset godina da biste naslijedili zemlju Amorejsku.
11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
I podizah izmeðu sinova vaših proroke i izmeðu mladiæa vaših nazireje. Nije li tako? sinovi Izrailjevi, govori Gospod.
12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।
A vi pojiste nazireje vinom, i prorocima zabranjivaste govoreæi: ne prorokujte.
13 “ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
Evo, ja æu vas pritisnuti na mjestu vašem kao što se pritiskuju kola puna snoplja.
14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
I neæe biti bijega brzomu, i jaki neæe utvrditi krjeposti svoje, i hrabri neæe spasti duše svoje.
15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
I strijelac neæe se održati, i laki na nogu neæe se izbaviti, niti æe konjik spasti duše svoje.
16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।
Nego æe najhrabriji meðu junacima go pobjeæi u onaj dan, govori Gospod.