< ଆମୋଷ 4 >

1 “ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’
Слышите слово сие, юницы Васанитидския, яже в горе Самарийстей, преобидящыя убогих и попирающыя нищих, глаголющыя господем своим: подадите нам, да пием.
2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।
Клятся Господь святыми Своими, яко се, дние грядут на вы, и возмут вы во оружии, и сущих с вами ввергут в конобы подгнещаемыя огненнии губителие:
3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।
и извержены будете наги прямо друг друга и отвержетеся в гору Ремман, глаголет Господь.
4 “ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Внидосте в Вефиль и беззаконновасте, и в Галгалех умножисте еже нечествовати, и принесосте заутра требы вашя, в треденство десятины вашя:
5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
и прочтоша извне закон и призваша исповедание: возвестите, яко сия возлюбиша сынове Израилевы, глаголет Господь Бог.
6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Аз же дам вам оскомину зубом во всех градех ваших и недостаток хлеба во всех местех ваших: и не обратистеся ко Мне, глаголет Господь.
7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
И аз удержах дождь от вас прежде триех месяцев жатвы, и надождю на един град, а на другий (един) не надождю: часть едина надождится, и часть, на нюже не надождю, изсохнет:
8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
и соберутся два и три града во град един пити воду и не насытятся: и не обратистеся ко Мне, глаголет Господь.
9 “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Побих вы раждежением и златеницею: умножисте вертограды вашя, винограды вашя и смоквы вашя и масличия ваша: сия поядоша гусеницы: и ниже тако обратистеся ко Мне, глаголет Господь.
10 “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Послах на вы смерть на пути Египетстем, и избих оружием юношы вашя, с пленом коней твоих, и изведох во огни Полки вашя во гневе Моем: и ниже тако обратистеся ко Мне, глаголет Господь.
11 “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Разорих вы, якоже разори Бог Содому и Гоморру, и бысте яко главня исторжена из огня: и ниже тако обратистеся ко Мне, глаголет Господь.
12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”
Сего ради сице сотворю ти, Израилю: обаче, яко сице сотворю ти, уготовися призывати Бога твоего, Израилю.
13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Се, Аз утвержаяй гром и созидаяй ветр и возвещаяй в человецех Христа Своего, творяй утро и мглу и восходяй на высокая земли: Господь Бог Вседержитель имя Ему.

< ଆମୋଷ 4 >