< ଆମୋଷ 5 >

1 ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।
Listen to the words of the funeral song I am singing for you, Israel:
2 “ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”
Fallen, no more to rise, is the virgin Israel! Hurled down upon her own soil she lies, with no one to lift her up!
3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”
For the Lord God says this: The city that marches out with a thousand soldiers has only a hundred left, and the one that marches out with a hundred has only ten left.
4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
For the Lord says this to Israel: Seek me and live,
5 ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।
But do not seek Bethel, do not enter Gilgal, do not go over to Beer-sheba. For Gilgal will enter exile, and Bethel will go to destruction.
6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।
Seek the Lord and live, or he will cast fire on the house of Joseph, and it will devour and there will be no one to quench it for Bethel.
7 ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;
You who turn judgment to bitter wormwood, and cast righteousness into the dirt:
8 ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।
He who made the Pleiades and Orion, who turns deep darkness into dawn, who darkens day again into night, who summons the waters of the sea, and pours them out on the earth’s surface, the Lord is his name!
9 ସେ ବଳବାନ ଉପରେ ହଠାତ୍‍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
He causes destruction to burst over the strong. He brings devastation on the fortress.
10 ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
You who hate the arbiters at the city gate, and abhor anyone who speaks the truth:
11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Because you trample on the weak, and tax their grain, although you have built houses of hewn stone, you will not live in them, although you have planted charming vineyards, you will not drink their wine.
12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
For I know how many are your crimes, and how great are your sins! You persecutors of the righteous, takers of bribes! You deny the poor their justice at the city gate.
13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
It would be wise to keep quiet in such an evil time.
14 ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Seek good and not evil, that you may live, so the Lord, God of hosts, may be with you, as you have claimed he is.
15 ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Hate evil and love good, establish justice at the city gate. Perhaps the Lord, the God of hosts, will be gracious to a surviving remnant of Joseph.
16 ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।
Therefore the Lord, the God of hosts, says: In all the public squares there will be wailing, in every street the sound of mourning. They will summon the farmers to mourning, and professional mourners to wailing.
17 ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।
In all vineyards there will be lamenting, when I pass through your midst, says the Lord.
18 ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
Fools who long for the day of the Lord! What does the day of the Lord mean to you? It is darkness, and not light.
19 କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
It is as when one flees from a lion, and is attacked by a bear, as when one reaches home, leans his hand on the wall, and a snake bites him.
20 ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?
Won’t the Lord’s day be darkness and not light, murky darkness without a ray of light in it?
21 “ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
I hate, I despise your feasts, I will not smell the savor of your festivals,
22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
I will not be pleased with your burnt offerings, your grain offerings, I will not accept the peace offerings of your fattened calves.
23 ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।
Spare me the noise of your songs, I will not listen to the melody of your lyres.
24 ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
But let justice roll on as a flood of waters, and righteousness like an unfailing stream.
25 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
Was it only sacrifices and grain offerings you brought me during the forty years in the wilderness, Israel?
26 ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।
But now you will lift up your “king” Sikkuth and “star god” Kiyyun, your idols which you have made for yourselves,
27 ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
as I drive you into exile beyond Damascus, says the Lord, whose name is the God of hosts.

< ଆମୋଷ 5 >